ସ୍ୱାଧୀନ ଭାବେ ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ଭାଜପାର ଜଗନ୍ନାଥ ପ୍ରଧାନ, ଜାଣନ୍ତୁ କାହିଁକି

ଭୁବନେଶ୍ୱର,୨୧।୮: ରାଜ୍ୟ ସଭା ପାଇଁ ସ୍ୱାଧୀନ ପ୍ରାର୍ଥୀଭାବେ ନାମାଙ୍କନ ଦାଖଲ କରିଛନ୍ତି ଜଗନ୍ନାଥ ପ୍ରଧାନ। ଗତକାଲି ମମତା ମହାନ୍ତଙ୍କ ନାଁ ଭାଜପା ଘୋଷଣା କରିବା ପରେ ବୁଧବାର ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟ ସିଂ ତୋମରଙ୍କ ସମେତ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କରିଥିଲେ। ମମତାଙ୍କ ନାମାଙ୍କନ ଦାଖଲ କରିବାର କିଛି ସମୟ ପରେ ଜଗନ୍ନାଥ ଦ୍ୱିତୀୟ ପ୍ରାର୍ଥୀ ଭାବେ ନାମାଙ୍କନ କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି।

ଗତ ସାଧାରଣ ନିର୍ବାଚନରେ ଜଗନ୍ନାଥ ଭୁବନେଶ୍ୱର ମଧ୍ୟ ଆସନରୁ ଭାଜପାର ପ୍ରାର୍ଥୀ ଥିଲେ। ତେବେ ମାତ୍ର 37 ଖଣ୍ଡ ଭୋଟରେ ପରାସ୍ତ ହୋଇଥିଲେ। ତେବେ ରାଜ୍ୟରେ ଭାଜପାର ବିଧାୟକ ସଂଖ୍ୟାକୁ ଦୃଷ୍ଟି ଦେଲେ ପାଖରେ ଆବଶ୍ୟକ ସଦସ୍ୟ ରହିଥିବାରୁ ମମତା ମହାନ୍ତ ରାଜ୍ୟସଭାକୁ ଯିବା ଏକପ୍ରକାର ନିଶ୍ଚିତ। କିନ୍ତୁ ଆବଶ୍ୟକତା ପଡ଼ିଲେ ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ ହୋଇପାରେ। ଏହିଦିନ ସନ୍ଧ୍ୟା ୫ଟାରେ ଭୋଟ ଗଣତି କରାଯାଇ ନିର୍ବାଚନ ଫଳାଫଳ ଘୋଷଣା କରାଯିବ।

ସୂଚନାଯୋଗ୍ୟ ଯେ, ମମତା ମହାନ୍ତଙ୍କୁ ୨୦୨୦ ମସିହାରେ ବିଜେଡି ରାଜ୍ୟସଭା ପଠାଇଥିଲା। ଗତ ଜୁଲାଇ ୩୧ ତାରିଖରେ ସେ ରାଜ୍ୟସଭା ଏବଂ ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡିରୁ ଇସ୍ତଫା ବେଳେ ସେ ଅସନ୍ତୋଷ ଥିଲେ। ତାଙ୍କୁ ଦଳରେ ଅଣଦେଖା କରାଯାଇଥିବା ସେ ଅଭିଯୋଗ କରିଥିଲେ। ଏହାର ଗୋଟିଏ ଦିନ ପରେ ସେ ଭାଜପାରେ ଯୋଗ ଦେଇଥିଲେ। ଅନ୍ୟପକ୍ଷେ ଭାଜପାର ରାଜ୍ୟ ସଭା ପ୍ରାର୍ଥୀ ରେସ୍‌ରେ ମମତା ହିଁ ଆଗରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

ଗୋବିନ୍ଦାଙ୍କ ପତ୍ନୀ ସୁନିତାଙ୍କ ଚମକିଲା ଭାଗ୍ୟ, ୫୮ ବର୍ଷ ବୟସରେ…

ମୁମ୍ବାଇ: ଗୋବିନ୍ଦାଙ୍କ ପତ୍ନୀ ସୁନିତା ଆହୁଜା, ଯିଏ ପ୍ରାୟତଃ ତାଙ୍କ ବୟାନ ପାଇଁ ଶିରୋନାମାରେ ଥାନ୍ତି। ଏବ ପୁଣି ଥରେ ଖବରରେ ଅଛନ୍ତି। ଏଥର, ତାଙ୍କର ବିବାଦୀୟ…

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri