ସ୍ୱାଧୀନ ଭାବେ ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ଭାଜପାର ଜଗନ୍ନାଥ ପ୍ରଧାନ, ଜାଣନ୍ତୁ କାହିଁକି

ଭୁବନେଶ୍ୱର,୨୧।୮: ରାଜ୍ୟ ସଭା ପାଇଁ ସ୍ୱାଧୀନ ପ୍ରାର୍ଥୀଭାବେ ନାମାଙ୍କନ ଦାଖଲ କରିଛନ୍ତି ଜଗନ୍ନାଥ ପ୍ରଧାନ। ଗତକାଲି ମମତା ମହାନ୍ତଙ୍କ ନାଁ ଭାଜପା ଘୋଷଣା କରିବା ପରେ ବୁଧବାର ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟ ସିଂ ତୋମରଙ୍କ ସମେତ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କରିଥିଲେ। ମମତାଙ୍କ ନାମାଙ୍କନ ଦାଖଲ କରିବାର କିଛି ସମୟ ପରେ ଜଗନ୍ନାଥ ଦ୍ୱିତୀୟ ପ୍ରାର୍ଥୀ ଭାବେ ନାମାଙ୍କନ କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି।

ଗତ ସାଧାରଣ ନିର୍ବାଚନରେ ଜଗନ୍ନାଥ ଭୁବନେଶ୍ୱର ମଧ୍ୟ ଆସନରୁ ଭାଜପାର ପ୍ରାର୍ଥୀ ଥିଲେ। ତେବେ ମାତ୍ର 37 ଖଣ୍ଡ ଭୋଟରେ ପରାସ୍ତ ହୋଇଥିଲେ। ତେବେ ରାଜ୍ୟରେ ଭାଜପାର ବିଧାୟକ ସଂଖ୍ୟାକୁ ଦୃଷ୍ଟି ଦେଲେ ପାଖରେ ଆବଶ୍ୟକ ସଦସ୍ୟ ରହିଥିବାରୁ ମମତା ମହାନ୍ତ ରାଜ୍ୟସଭାକୁ ଯିବା ଏକପ୍ରକାର ନିଶ୍ଚିତ। କିନ୍ତୁ ଆବଶ୍ୟକତା ପଡ଼ିଲେ ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ ହୋଇପାରେ। ଏହିଦିନ ସନ୍ଧ୍ୟା ୫ଟାରେ ଭୋଟ ଗଣତି କରାଯାଇ ନିର୍ବାଚନ ଫଳାଫଳ ଘୋଷଣା କରାଯିବ।

ସୂଚନାଯୋଗ୍ୟ ଯେ, ମମତା ମହାନ୍ତଙ୍କୁ ୨୦୨୦ ମସିହାରେ ବିଜେଡି ରାଜ୍ୟସଭା ପଠାଇଥିଲା। ଗତ ଜୁଲାଇ ୩୧ ତାରିଖରେ ସେ ରାଜ୍ୟସଭା ଏବଂ ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡିରୁ ଇସ୍ତଫା ବେଳେ ସେ ଅସନ୍ତୋଷ ଥିଲେ। ତାଙ୍କୁ ଦଳରେ ଅଣଦେଖା କରାଯାଇଥିବା ସେ ଅଭିଯୋଗ କରିଥିଲେ। ଏହାର ଗୋଟିଏ ଦିନ ପରେ ସେ ଭାଜପାରେ ଯୋଗ ଦେଇଥିଲେ। ଅନ୍ୟପକ୍ଷେ ଭାଜପାର ରାଜ୍ୟ ସଭା ପ୍ରାର୍ଥୀ ରେସ୍‌ରେ ମମତା ହିଁ ଆଗରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ନରସଂହାର: ୭ଜଣଙ୍କୁ ଗୁଳି କରି ହତ୍ୟା

କ୍ୱେଟା, ୨୯।୪: ପାକିସ୍ତାନର ବାଲୋଚିସ୍ତାନ ପ୍ରାନ୍ତରେ ହିଂସାର ଛାୟା ଲାଗି ରହିଛି। ଏହି ପ୍ରାନ୍ତର ଜିଆରଟ ଜିଲାରେ ଏକ ନିର୍ମମ ହତ୍ୟାକାଣ୍ଡରେ ୭ ଜଣ ସ୍ଥାନୀୟ...

ସୀମା ଆରପଟୁ ପାକିସ୍ତାନର ଘୃଣ୍ୟ ଷଡଯନ୍ତ୍ର…ସେନା ସହ ଲଢ଼ିବାର କ୍ଷମତା ନାହିଁ, ହେଲେ କରୁଛି ସାଇବର ଆଟାକ୍‌

ଇସଲାମାବାଦ,୨୯।୪: ୨୨ ଏପ୍ରିଲରେ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭୟରେ ପାକିସ୍ତାନ। ତଥାପି ଏହା ଘୃଣ୍ୟ ଷଡ଼ଯନ୍ତ୍ର କରୁଛି। ଏବେ ସୀମା ଆରପଟୁ...

ବାପାଙ୍କ କୋଳରେ ବସି ଷ୍ଟାଡିୟମରେ IPL ମ୍ୟାଚ୍‌ ଦେଖୁଥିବା ବୈଭବଙ୍କ ଫଟୋ ଭାଇରାଲ

ନୂଆଦିଲ୍ଲୀ,୨୯।୪:କ୍ରିକେଟର ନୂତନ ଯୁବ ତାରକା ଭାବରେ ଉଭା ହୋଇଥିବା ବୈଭବ ସୂର୍ଯ୍ୟବଂଶୀ ନିଜର ଦମଦାର ଶତକ ସହିତ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। କ୍ରିକେଟର ଭଗବାନ କୁହାଯାଉଥିବା...

Pakistan: ପାକିସ୍ତାନ ମୁଣ୍ଡରେ ପଡିଲା ଚଡକ, ଯୁଦ୍ଧ ପାଇଁ ବାହାରିଲେ ଏସବୁ ଦେଶ!

ଇସଲାମବାଦ, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ...

ପ୍ରଥମ-ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କୁ ଦିଆଯିବ ‘ଯାଦୁପେଡି’

ଭୁବନେଶ୍ୱର,୨୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନ ଠାରେ ଶିଶୁ ବାଟିକା ପିଲା ମାନଙ୍କ ପାଇଁ ଉଦ୍ଦିଷ୍ଟ ଯାଦୁପେଡି ଦେଖିବା ସହିତ, ପିଲାମାନଙ୍କ...

Pakistan: ପାକିସ୍ତାନରେ କାହା ପାଖରେ ଅଛି ପରମାଣୁ ଅସ୍ତ୍ରର ରିମୋଟ୍‌? ନାଁ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ...

ରାସ୍ତା ଉପରେ ଓଲଟି ପଡ଼ିଲା ଟ୍ୟାଙ୍କର: ଦୁଇ ଗୁରୁତର

ବଲାଙ୍ଗୀର, ୨୯।୪- (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହର ଉପକଣ୍ଠରେ ବଲାଙ୍ଗୀର-ବେଲଗାଁ ୨୬ ନମ୍ବର ଜାତୀୟ ରାଜପଥର ସ୍ମାର୍ଟ ପାର୍କ ବୁଲାଣି ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା...

ଘରଡିହ, ସ୍ଥାୟୀ ପଟ୍ଟା ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୯ା୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ବସବାସ କରୁଥିବା ଭୂମିହୀନଙ୍କୁ ଘରଡିହ, ଦଖଲ ଜମିର ସ୍ଥାୟୀ ପଟ୍ଟା ପ୍ରଦାନ ଓ ୨୦୦୬ ଜଙ୍ଗଲ ଅଧିକାର ଆଇନକୁ କଡାକଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri