ଜଗନ୍ନାଥପ୍ରସାଦ ନୂଆ ଏନ୍‌ଏସି, ଭଞ୍ଜନଗରକୁ ମ୍ୟୁନିସିପାଲିଟି ମାନ୍ୟତା, ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବିଧାୟକ

ଭଞ୍ଜନଗର,୩୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ରବିବାର ମ୍ୟୁନିସିପାଲିଟି ମାନ୍ୟତା ମିଳିଛି। ଏଥିସହ ଭଞ୍ଜନଗର ନିର୍ବାଚନ ମଣ୍ଡଳୀ ଅଧୀନରେ ଆସୁଥିବା ଜଗନ୍ନାଥପ୍ରସାଦକୁ ନୂତନ ଏନ୍‌ଏସି ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସ୍ବାୟତ୍ତ ଶାସନ ଦିବସ ଅବସରରେ ଘୋଷଣା କରିଛନ୍ତି। ଏହି ଖବର ଭଞ୍ଜନଗରରେ ପହଞ୍ଚିବା ପରେ ଅଞ୍ଚଳବାସୀଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି।

ସୂଚନାଯୋଗ୍ୟ, ଗତ ସାଧାରଣ ନିର୍ବାଚନ ପୂର୍ବରୁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭଞ୍ଜନଗର ଏନ୍‌ଏସିକୁ ମ୍ୟୁନିସିପାଲିଟି ଘୋଷଣା କରିଥିଲେ। କିନ୍ତୁ ତାହା ତତ୍‌କାଳ କାର୍ଯ୍ୟକାରୀ ହୋଇପାରି ନ ଥିଲା। ସରକାର ବଦଳିବା ପରେ ଏହା କେବଳ ଭାଷଣରେ ସୀମିତ ଥିଲା ବୋଲି ବିରୋଧୀ ଅଭିଯୋଗ କରିଥିଲେ। ସରକାରଙ୍କ ପକ୍ଷରୁ ଏହି ସମୟ ମଧ୍ୟରେ ଚିଠି ଦିଆନିଆ ଚାଲିଥିଲା। କିନ୍ତୁ ମ୍ୟୁନିସିପାଲିଟି ମାନ୍ୟତା ମିଳିିବାରେ ବିଳମ୍ବ ହୋଇଥିଲା। ଏହାକୁ ନେଇ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏହା ପରେ ନବ ନିର୍ବାଚିତ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଏଥିରେ ହସ୍ତକ୍ଷେପ କରି ଆବଶ୍ୟକ କାଗଜପତ୍ର ପ୍ରସ୍ତୁତ କରିଥିଲେ। ଏଥିସହ ବିଧାୟକ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଭଞ୍ଜନଗର ଏବଂ ଜଗନ୍ନାଥପ୍ରସାଦ କଥା କହିଥିଲେ।

ଏହାପରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭଞ୍ଜନଗରକୁ ମ୍ୟୁନିସିପାଲିଟି ମାନ୍ୟତା ପ୍ରଦାନ କରିଛନ୍ତି। ଜଗନ୍ନାଥପ୍ରସାଦକୁ ଏନ୍‌ଏସି ଘୋଷଣା କରିଛନ୍ତି। ଏହାକୁ ନେଇ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଅଞ୍ଚଳବାସୀଙ୍କ ପକ୍ଷରୁ ଧନ୍ୟବାଦ ଏବଂ କୃତଜ୍ଞତା ଜଣାଇଛନ୍ତି। ଏଥିସହ ଡବଲ ଇଞ୍ଜିନ ସରକାର ସହାୟତାରେ ଭଞ୍ଜନଗର ନିର୍ବାଚନ ମଣ୍ଡଳୀରେ ବିକାଶ ଆହୁରି ଆଗକୁ ଯିବ ବୋଲି ବିଧାୟକ କହିଛନ୍ତି।

ସୂଚନାଯୋଗ୍ୟ ଯେ, ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ କିଛି ମାସ ପୂର୍ବେ ଲୋକଙ୍କ ସହ ଆଲୋଚନା ସମୟରେ ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏନେଇ ସେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ। ଏଥିସହ ଏହି ଖବର କେବଳ ଧରିତ୍ରୀରେ ସେ ସମୟରେ ପ୍ରକାଶିତ ହୋଇଥିଲା। ଇତିମଧ୍ୟରେ କିଛି ଏନ୍‌ଏସି ଘୋଷଣା ହୋଇଥିଲା। ସେଥିରେ ଜଗନ୍ନାଥପ୍ରସାଦ ନ ଥିଲା। ଯାହାକୁ ନେଇ ବିରୋଧୀ ଶାସକ ଦଳକୁ କଟାକ୍ଷ କରିଥିଲେ। କିନ୍ତୁ ବିଧାୟକଙ୍କ ଅନୁରୋଧକୁ ମୁଖ୍ୟମନ୍ତ୍ରୀ ଆଜି ଅନୁମୋଦନ କରି ଜଗନ୍ନାଥପ୍ରସାଦକୁ ନୂଆ ଏନ୍‌ଏସି ମାନ୍ୟତା ଦେଇଛନ୍ତି। ଯାହା ଅଞ୍ଚଳବାସୀଙ୍କ ପାଇଁ ଗର୍ବର ବିଷୟ।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri