ବିଦେଶିନୀଙ୍କ ଜଙ୍ଘରେ ଜଗନ୍ନାଥ ଟାଟୁ, ଥାନାରେ ଏତଲା

ଭୁବନେଶ୍ୱର,୩ା୩(ସତ୍ୟଜିତ୍‌ ରାଉତ): ବିଦେଶୀ ମହିଳାଙ୍କ ଜଙ୍ଘରେ ଜଗନ୍ନାଥଙ୍କ ଟାଟୁ କରି ଜଣେ ଆର୍ଟିଷ୍ଟ୍‌ ଅଡୁଆରେ ପଡ଼ିଛନ୍ତି। ଭୁବନେଶ୍ୱର ଶହୀଦନଗର ଥାନାରେ ରକି ଟାଟୁଜ୍‌ ଷ୍ଟୁଡିଓର ମାଲିକ ରକି ରଞ୍ଜନ ବିଶୋଇଙ୍କ ବିରୋଧରେ ରବିବାର କେତେଜଣ ସାମାଜିକ କର୍ମୀ ଏତଲା ଦେଇ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଜଗନ୍ନାଥ ସଂସ୍କୃତିକୁ ରକି ଅପମାନିତ କରିଥିବାରୁ ତାଙ୍କୁ ଗିରଫ କରିବାକୁ ମଧ୍ୟ ଦାବି କରାଯାଇଛି। ପୋଲିସ ଏହି ଘଟଣା ସଂକ୍ରାନ୍ତରେ ପ୍ରାଥମିକ ତଦନ୍ତ ଆରମ୍ଭ କରିଛି।
ଶହୀଦନଗରରେ ଥିବା ରକିଙ୍କ ଷ୍ଟୁଡିଓ ପକ୍ଷରୁ ଜଣେ ମହିଳାଙ୍କ ଜଙ୍ଘରେ ଜଗନ୍ନାଥଙ୍କ ଟାଟୁ କରାଯିବା ସହ ଉକ୍ତ ଫଟୋକୁ ଇନ୍‌ଷ୍ଟାଗ୍ରାମ ଓ ହ୍ବାଟ୍‌ସଆପ୍‌ରେ ଶେୟାର କରାଯାଇଥିଲା। ଏହାପରେ ଘଟଣା ପଦାକୁ ଆସିଥିଲା। ଏହା ହିନ୍ଦୁ ଧର୍ମୀୟ ଭାବନାରେ କୁଠାରାଘାତ ସହ ଜଗନ୍ନାଥଙ୍କୁ ଅପମାନିତ କରାଯାଇଥିବା ଅଭିଯୋଗକାରୀ ସାଗର କୁମାର ସାହୁ, ବିନ୍ଦୁଜା ଉପାଧ୍ୟାୟ ପ୍ରମୁଖ କହିଛନ୍ତି। ଜଗନ୍ନାଥ କ’ଣ ତାଙ୍କର ପୈତୃକ ସମ୍ପତ୍ତି କି ବୋଲି ବିନ୍ଦୁଜା ପ୍ରଶ୍ନ କରିବା ସହ ଏହାକୁ ଅଭଦ୍ର ଆଚରଣ ବୋଲି ଅଭିହିତ କରିଛନ୍ତି। ଏପରିକି ଟାଟୁ ଆର୍ଟିଷ୍ଟଙ୍କୁ ଗିରଫ କରିବାକୁ ସେ କମିଶନରେଟ୍‌ ପୋଲିସକୁ ନିବେଦନ କରିଛନ୍ତି। ଅପରପକ୍ଷରେ ରକି ରଞ୍ଜନ ନିଜ ଇନ୍‌ଷ୍ଟାଗ୍ରାମରେ ଭିଡିଓ ଶେୟାର କରି ଏହି କାମକୁ ଭୁଲ୍‌ ଦର୍ଶାଇବା ସହ କ୍ଷମା ପ୍ରାର୍ଥନା କରିଛନ୍ତି। ଇଟାଲୀର ଯୁବତୀ ଜଣକ ଶନିବାର ଷ୍ଟୁଡିଓକୁ ଆସି ଜଙ୍ଘରେ ଟାଟୁ କରିବାକୁ ଅନୁରୋଧ କରିବାରୁ ଜଣେ ଆର୍ଟିଷ୍ଟ୍‌ ତାହା କରିଦେଇଥିଲେ। ଏଥିପାଇଁ ଷ୍ଟୁଡିଓ ଏବଂ ଆର୍ଟିଷ୍ଟ୍‌ଙ୍କ ପକ୍ଷରୁ ରକି ସମସ୍ତଙ୍କୁ କ୍ଷମା ମାଗିଛନ୍ତି। ଉକ୍ତ ଟାଟୁ କରିଥିବା ଯୁବତୀଙ୍କୁ ସେ ଯୋଗାଯୋଗ କରିଛନ୍ତି। ବର୍ତ୍ତମାନ ଉକ୍ତ ଟାଟୁକୁ ଲିଭାଗଲେ ସଂକ୍ରମଣ ହୋଇଯିବାର ଆଶଙ୍କା ରହିଛି। ଯୁବତୀ ଜଣକ ୨୫ ଦିନ କିମ୍ବା ମାସେ ପରେ ଏଠାକୁ ଆସି ଟାଟୁକୁ ଲିଭାଇବେ କିମ୍ବା ତାହା ପରିବର୍ତ୍ତେ ସେହି ସ୍ଥାନରେ ଆଉ କିଛି ଆର୍ଟ କରିବେ ବୋଲି ସେ ଜଣାଇଥିବା ରକି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri