ଭୁଶୁଡ଼ିଲା ଜଗନ୍ନାଥ ମନ୍ଦିର

ଫୁଲବାଣୀ ଅଫିସ/ସାରଙ୍ଗଗଡ,୧୩ା।୯: କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକ ସାରଙ୍ଗଗଡ ମୁଖ୍ୟ ରାସ୍ତା ପାର୍ଶ୍ୱରେ ଥିବା ସର୍ବପୁରାତନ ଜଗନ୍ନାଥ ମନ୍ଦିର ସୋମବାର ଲଗାଣ ବର୍ଷାରେ ଭୁଶୁଡି ପଡ଼ିଛି। ମନ୍ଦିରର ଅଧା ପର୍ଯ୍ୟନ୍ତ ଭାଙ୍ଗି ଗର୍ଭଗୃହରେ ପଡିଛି। ସୌଭାଗ୍ୟବଶତଃ ମନ୍ଦିର ଭିତରେ କେହି ନ ଥିବାରୁ କାହାରି କିଛି କ୍ଷତି ଘଟିନାହିଁ। ଶ୍ରୀବିଗ୍ରହଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏପରି ଘଟଣା ଘଟିଲା ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ପୁରାତନ ଏହି ମନ୍ଦିରଟି ବିପଦସଙ୍କୁଳ ଅବସ୍ଥାରେ ରହିଥିଲା। ମରାମତି କିମ୍ବା ପୁନଃ ନିର୍ମାଣ ପାଇଁ ସ୍ଥାନୀୟ ଲୋକେ ବହୁବାର ଦାବି କରି ଆସୁଥିଲେ ମଧ୍ୟ ପ୍ରଶାସନ କି ଲୋକ ପ୍ରତିନିଧି କେହି ଏଥିପ୍ରତି ଦୃଷ୍ଟି ଦେଉ ନ ଥିଲେ। ଲଗାଣ ବର୍ଷା ପ୍ରଭାବରେ ସୋମବାର ସକାଳ ପ୍ରାୟ ୭ଟାରେ ପ୍ରଥମେ ଦଧିନଉତି ଭୁଶୁଡ଼ି ପଡ଼ିଥିଲା। ପରେ ମନ୍ଦିର ଅଧା ପର୍ଯ୍ୟନ୍ତ ଭୁଶୁଡ଼ି ପଡିଥିଲା। ମନ୍ଦିର ପୁନଃନିର୍ମାଣ କରିବାକୁ ପ୍ରଶାସନ ଏବଂ ଲୋକପ୍ରତିନିଧି ଦୃଷ୍ଟିଦେବାକୁ ମନ୍ଦିର କମିଟି ଓ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

ବନ ମହୋତ୍ସବ ସପ୍ତାହ, ସାନଖେମୁଣ୍ଡି କୋର୍ଟ ପରିସରରେ ଚାରା ରୋପଣ କଲେ ମାଜିଷ୍ଟ୍ରେଟ 

ଦିଗପହଣ୍ଡି,୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ ଆନୁକୁଲ୍ୟରେ  ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ…

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍‌…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri