ଫେବୃୟାରୀ ୧ରୁ ଖୋଲିବ ଶ୍ରୀମନ୍ଦିର

ପୁରୀ ଅଫିସ,୨୮।୧: ଖୋଲିବ ଶ୍ରୀମନ୍ଦିର। ଫେବୃୟାରୀ ୧ ତାରିଖରୁ କୋଭିଡ ଗାଇଡ୍‌ଲାଇନ୍‌ରେ ଶ୍ରୀମନ୍ଦିର ଖୋଲିବ । ଭକ୍ତମାନେ ଶୃଙ୍ଖଳିତ ଭାବେ ଯାଇ ମହାପ୍ରଭୁଙ୍କୁ କରିପାରିବେ ଦର୍ଶନ। ଶୁକ୍ରବାର ବସିଥିବା ଛତିଶା ନିଯୋଗ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି। ବୈଠକ ପରେ ପୁରୀ ଜିଲାପାଳ ସମର୍ଥ ବର୍ମା ଗଣମାଧ୍ୟମକୁ ଏ ସମ୍ପର୍କରେ ସୂଚନା ଦେଇଛନ୍ତି ।

ସୂଚନାନୁଯାୟୀ, ଛତିଶା ନିଯୋଗ ବୈଠକରେ ଶ୍ରୀମନ୍ଦିରର ସମସ୍ତ ସେବାୟତ ଏବଂ ଜିଲା ପ୍ରଶାସନର ଅଧିକାରୀମାନେ ଯୋଗଦେଇଥିଲେ। ବୈଠକରେ ଶ୍ରୀମନ୍ଦିର ଖୋଲିବା ଉପରେ ଆଲୋଚନା ହୋଇଥିଲା। ବୈଠକ ପରେ ଜିଲାପାଳ ବର୍ମା କହିଛନ୍ତି, ଫେବୃୟାରୀ ୧ ତାରିଖରୁ ସାଧାରଣ ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିର ଖୋଲିବ। ପୂର୍ବପରି ପ୍ରତି ରବିବାର ଦିନ ଶ୍ରୀମନ୍ଦିର ବନ୍ଦ ରହିବ। ସେହି ଦିନ ମନ୍ଦିର ସାନିଟାଇଜ କରାଯିବ। ମନ୍ଦିର ଖୋଲିବା ଓ ବନ୍ଦ ନେଇ ଏସଓପି ଆସିବ। ପୂର୍ବପରି ପଶ୍ଚିମ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପୁରୀ ସହରବାସୀ ପ୍ରବେଶ କରିବେ। ଅନ୍ୟ ଶ୍ରଦ୍ଧାଳୁମାନେ ପୂର୍ବ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri