ଜଗନ୍ନାଥପୁର କାଜୁ ପ୍ରକଳ୍ପରେ ଦୁର୍ନୀତି ଅଭିଯୋଗ

ନିରାକାରପୁର,୧୮।୧୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଳବିଭାଜିକା ପକ୍ଷରୁ ଟାଙ୍ଗୀ ବ୍ଲକ କମାଗୁରୁ ପଞ୍ଚାୟତ ଜଗନ୍ନାଥପୁରସ୍ଥିତ ଅଟଳା ମୌଜାରେ ରହିଥିବା ୨୫ଏକର ପରିମିତ ଜମିରେ ୨୦୦୦ ହଜାର କାଜୁ ଚାରାରୋପଣ କରାଯିବାକୁ ପ୍ରକଳ୍ପ ଅନୁମୋଦନ କରାଯାଇଥିଲା। ତେବେ ୩ ବର୍ଷ ମଧ୍ୟରେ ମୋଟ୍‌ ୪ ଏକର କାଜୁ ଚାରାରୋପଣ କରାଯାଇଛି। ହେଲେ ୨୫ ଏକର ଜମିର ବିଲ୍‌ କରାଯାଇଛି ଜଗନ୍ନାଥପୁର ଗ୍ରାମବାସୀ ଅଭିଯୋଗ କରିଛନ୍ତି।
ସୂଚନା ଅଧିକାର ଆଇନ୍‌ ତଥ୍ୟ ଅନୁସାରେ, ଅଟଳା ମୌଜାରେ ରହିଥିବା ୨୫ଏକର ଜମିରେ ଚାରାରୋପଣ ହୋଇଛି। କାଜୁ ଚାରାରୋପଣ ସ୍ଥାନରେ ବାଉଁଶ ବାଡ ପାଇଁ ୨୦୧୮ରେ ୧,୪୯୦୦୦ଟଙ୍କା, ୨୦୧୯ରେ ୨ଲକ୍ଷ ୪ହଜାର ୫୧୨ଟଙ୍କା, ୨୦୨୦ରେ ୭,୪୨୦ଟଙ୍କା ଓ ନଡିଆ ଚାରାରେ ବାଡ ନିମନ୍ତେ ୩୪,୫୦୪ଟଙ୍କା ଓ କାଜୁ ବଗିଚାରେ ପାଣିଦେବା ପାଇଁ ୯୦ହଜାର ଟଙ୍କା ଖର୍ଚ୍ଚ ହୋଇଛି। ସେହିପରି ଉକ୍ତ ଚାରାରେ ଏଫ୍‌.ଓ୍ବାଇ.ଏମ୍‌.ସାର ପ୍ରୟୋଗ ନିମନ୍ତେ ୯୦,୦୦୦, କମ୍ପୋଷ୍ଟ ବାବଦରେ ୧,୩୬୪୨୮ଟଙ୍କା, ଉର୍ମି କମ୍ପୋଷ୍ଟ ବାବଦ ୨, ୫୯୪୦୩ଟଙ୍କା, ପାଣି-ଔଷଧ ସିଞ୍ଚନ ନିମନ୍ତେ ୫୪,୮୮୦ଟଙ୍କା ଓ ଗ୍ରାମର ଜବ୍‌ କାର୍ଡଧାରୀଙ୍କ ନାମରେ ୩,୩୦୪୫୬ ଟଙ୍କା ଓ ପଡୋଶୀ ଗ୍ରାମର ଜବ୍‌ କାର୍ଡଧାରୀମାନଙ୍କ ନଁାରେ ୨,୫୦୦୦୦ ଟଙ୍କା ଆଦି ମୋଟ ୧୭ଲକ୍ଷ ୯୯ହଜାର ୨୮୨ଟଙ୍କା ଖର୍ଚ୍ଚ ହୋଇଥିବା ତଥ୍ୟ ମିଳିଥିଲା। ତେବେ ଉକ୍ତ ୨୫ଏକର ଜମିରୁ ୪ ଏକର ଚାରୋପୋଣ କରାଯାଇଛି। ଉକ୍ତ ପ୍ରକଳ୍ପ ପାଇଁ ୧୮,୦୦୦୦୦ ଟଙ୍କା ମଞ୍ଜୁର ହୋଇଥଲା। ତେବେ ଲକ୍ଷାଧିକ ଟଙ୍କାର ଦୁର୍ନୀତି ହୋଇଥିବା ଗ୍ରାମବାସୀଙ୍କ ପକ୍ଷରୁ ଅଭିଯୋଗ ହୋଇଛି। ୧୫ଦିନ ମଧ୍ୟରେ ବିଭାଗ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ରାଜରାସ୍ତା ଅବରୋଧ କରାଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି। ଅନ୍ୟପଟେ ତଦନ୍ତ କରାଗଲେ ସତ୍ୟାସତ୍ୟ ଜଣାପଡ଼ିବ ବୋଲି ଜିଲା ଜଳବିଭାଜିକା ପ୍ରକଳ୍ପ ଅଧିକାରୀ ନାରାୟଣ ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri