ଜଗନ୍ନାଥଙ୍କ ବାଡ଼ଗ୍ରାହୀ ଦେଲେ ସାଂଘାତିକ ବୟାନ, ଡୁପ୍ଲିକେଟ ଚାବି ମିଛ…

ପୁରୀ,୧୬।୭: ରତ୍ନଭଣ୍ଡାର ଚାବି ନେଇ ସାଂଘାତିକ ବୟାନ ଦେଇଛନ୍ତି ଜଗନ୍ନାଥଙ୍କ ବାଡ଼ଗ୍ରାହୀ । ମଙ୍ଗଳବାର ଜଗନ୍ନାଥଙ୍କ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର ଓରଫ ଜଗୁନି କହିଛନ୍ତି, ଡୁପ୍ଲିକେଟ ଚାବି ସେ ତାଲାର ନୁହେଁ ।

ଡୁପ୍ଲିକେଟ ଚାବି କଥା ମିଛ, ଯଦି ଡୁପ୍ଲିକେଟ ତେବେ ଖୋଲିଲାନି କାହିଁକି। ପ୍ରକୃତ କଥା ହେଲା, ସେ ତାଲାର ସେ ଚାବି ନୁହେଁ ବୋଲି ଜଗୁନି କହିଛନ୍ତି। ସେ ଆହୁରି କହିଛନ୍ତି, ରତ୍ନଭଣ୍ଡାର ଭିତରେ ଗୁପ୍ତଗୃହ ରହିଛି, ଗଣତି ମାସ ମାସ ଲାଗିବ। ଚାବିକୁ ଫୋପାଡ଼ି ଦେଇ ତତ୍କାଳୀନ ଜିଲାପାଳ ଡୁପ୍ଲିକେଟ ଚାବି କଥା କହିଛନ୍ତି। ସେତେବେଳର ଜିଲାପାଳ କହିଥିଲେ ଚାବି ହଜିଗଲା, ପୁଣି କହିଲେ ମିଳିଗଲା। ଭିତରେ ବିରାଟ ବଡ଼ ଅଘଟଣ ହୋଇଥିବାରୁ ସେ ଚାବି ଫିଙ୍ଗିଦେଇଛନ୍ତି। ଏହା ପଛରେ ବିରାଟ ରହସ୍ୟ ରହିଛି, ତେଣୁ ତଦନ୍ତ ହେବା ଦରକାର ବୋଲି ଜଗନ୍ନାଥଙ୍କ ବାଡଗ୍ରାହୀ କହିଛନ୍ତି।

ତେବେ ଗତକାଲି ପୁରୀ ରତ୍ନଭଣ୍ଡାର ଚାବିକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା ମିଳିଛି। ସେ କହିଛନ୍ତି, ପୂର୍ବରୁ ଡୁପ୍ଲିକେଟ ଚାବି ନେଇ ମିଛ କଥା କୁହାଯାଇଥିଲା, ତାହାର ନିଶ୍ଚିତ ତଦନ୍ତ ହେବ। ସେ ଚାବି କଥା କିଏ କାହିଁକି କହିଥିଲା ଏବଂ କିଏ କହିବା ପାଇଁ କହିଥିଲା ତାହାର ନିଶ୍ଚିତ ତଦନ୍ତ ହେବ।
ଅନ୍ୟପକ୍ଷରେ ଆମର ପ୍ରାଥମିକତା ଥିଲା ରତ୍ନଭଣ୍ଡାର ଖୋଲିବା। ରତ୍ନଭଣ୍ଡାର ଖୋଲିବା ପରେ ଖାଲି ଓଡ଼ିଶା ନୁହେଁ, ସମଗ୍ର ବିଶ୍ୱର ଜଗନ୍ନାଥପ୍ରେମୀ ସନ୍ତୋଷବ୍ୟକ୍ତ କରିଛନ୍ତି। ଆମେ ନିଷ୍ପତ୍ତି ନେଇଥିଲୁ, ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲାଯିବ। ତେଣୁ ଖୋଲାଗଲା। ଅଳଙ୍କାର ଗଣତି ମଣତି ସହ ଡାଟାବେସ କରାଯିବ, ସ୍ଥାୟୀ କାଟାଲଗ ହେବ। ଆଗାମୀ ଦିନରେ ଏସଓପି ଆଧାରରେ ଶୃଙ୍ଖଳାର ସହ ସବୁ କିଛି ହେବ’। ଚାବି କ’ଣ ଥିଲା, କ’ଣ ନ ଥିଲା, ସେ ବାବଦରେ ନିଶ୍ଚିତ ତଦନ୍ତ ହେବ ବୋଲି ଆଇନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣା: ୨ ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ,୨୩।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ତପୁର ବିଧାନସଭା କ୍ଷେତ୍ରର ପୂର୍ବତନ କଂଗ୍ରେସ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣାରେ ନନ୍ଦିପଦା ପୋଲିସ…

ବାଇକ ସହ ମୁହାଁମୁହିଁ ହେଲା ଭାଜପା ନେତାଙ୍କ ଗାଡ଼ି, ଚିଟିଙ୍ଗ ଘାଟିରେ….

ପାରଳାଖେମୁଣ୍ଡି,୨୩।୩(ଗିରିଧାରୀ ପରିଛା): ଚିଟିଙ୍ଗ ଘାଟିରେ ସଡ଼କ ଦୁର୍ଘଟଣା ହୋଇଛି । କାର – ବାଇକ ମୁହାଁ ମୁହିଁ ଧକ୍କା ହୋଇଥିବା ସୂଚନା ରହିଛି । ଚନ୍ଦ୍ରଗିରି ଚିଟିଙ୍ଗ…

ନ୍ୟୁୟର୍କର La Guardia Airportର ରନଓ୍ବେରେ ବଡ଼ ଦୁର୍ଘଟଣା

ନ୍ୟୁୟର୍କ,୨୩।୩: ସୋମବାର (୨୩ ମାର୍ଚ୍ଚ) ନ୍ୟୁୟର୍କର ଲାଗାର୍ଡିଆ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଏୟାର କାନାଡା ଏକ୍ସପ୍ରେସ ବିମାନ ରନଓ୍ବେ ଉପରେ ଠିଆ ହୋଇଥିବା…

ଇସ୍ରାଏଲ ଉପରେ ନିକ୍ଷେପ କରାଯାଇଥିବା କ୍ଷେପଣାସ୍ତ୍ରରେ ସ୍ପେନିସ ପ୍ରଧାନମନ୍ତ୍ରୀଙ୍କ ଫଟୋ ଲଗାଇଲା ଇରାନ

ତେହରାନ୍‌,୨୩।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ ଆକର୍ଷଣୀୟ ଘଟଣା ଘଟୁଛି। ଇସ୍ରାଏଲରେ ଲକ୍ଷ୍ୟସ୍ଥଳରେ ନିକ୍ଷେପ କରାଯାଇଥିବା ବାଲିଷ୍ଟିକ କ୍ଷେପଣାସ୍ତ୍ରରେ IRGC…

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ଲକ୍ଷାଧିକ ଟଙ୍କା ଦୁର୍ନୀତି: ସ୍ତ୍ରୀ ନାଁରେ ଜିଏସଟି ବିଲ କରି ହେରାଫେରି

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ)ରେ ଲକ୍ଷାଧିକ ଟଙ୍କା ଦୁର୍ନୀତି ହେଇଥିବା ଅଭିଯୋଗ ହୋଇଛି। ଏପରିକି…

ହୁତୁହୁତୁ ଜଳିଗଲା ବସ: ପୁରୀ ବସଷ୍ଟାଣ୍ଡରେ ଅଘଟଣ

ପୁରୀ,୨୩।୩: ବସ୍‌ଷ୍ଟାଣ୍ଡରେ ଅଗ୍ନିକାଣ୍ଡ। ହୁତୁହୁତୁ ଜଳିଗଲା ବସ। ପୁରୀ ବସଷ୍ଟାଣ୍ଡରେ ଏକ ଘରୋଇ ବସରେ ନିଆଁ ଲାଗିଯାଇଥିଲା। ଚାହୁଁ ଚାହୁଁ ଜଳିଯାଇଥିଲା ବସ। ଅଗ୍ନିଶମ ବାହିନୀ ପହଞ୍ଚି…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଅର୍ଦ୍ଧାଧିକ ଦେଶ ସ୍କୁଲରେ ଫୋନ୍‌ ନିଷେଧ କଲେଣି: ୟୁନେସ୍କୋ

ନୂଆଦିଲ୍ଲୀ,୨୩ା୩(ପି.ଟି.): ଶ୍ରେଣୀଗୃହରେ ପିଲାମାନଙ୍କ ଧ୍ୟାନ ହ୍ରାସ ପାଇବା ସହ ଇଣ୍ଟରନେଟ୍‌, ସୋସିଆଲ ମିଡିଆ ଏବଂ ମେସେଜିଂ ଆପ୍‌ ଜରିଆରେ ସେମାନଙ୍କୁ ଡରାଇବା, ଅପମାନିତ କରିବା ଓ ବଦନାମ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri