ଶ୍ରୀ ଜଗନ୍ନାଥଙ୍କ ପହଣ୍ଡି ଆରମ୍ଭ

ପୁରୀ ଅଫିସ,୧ା୭: ଆଜି ହେଉଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ଭକ୍ତିମୟ ହୋଇଉଠିଛି ବଡ଼ଦାଣ୍ଡ। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା।  ପରେ ବଳଭଦ୍ରଙ୍କର ପହଣ୍ଡି ଏବଂ ଏହା ପରେ ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା। ଏବେ ମହାବାହୁ ଜଗତର ନାଥ ଜଗନ୍ନାଥଙ୍କ ପହଣ୍ଡି ଆରମ୍ଭ ହୋଇଛି।

ଭୋର୍‌ ୩ଟାରେ ମଙ୍ଗଳ ଆଳତି ଓ ସାଢ଼େ ୩ଟାରେ ମଇଲମ ନୀତି ଶେଷ ହୋଇଥିଲା। ଏହା ସହିତ ରଥ ପ୍ରତିଷ୍ଠା କାର୍ଯ୍ୟ ମଧ୍ୟ ଶେଷ ହୋଇଛି। ସକାଳ ସାଢ଼େ ୯ଟାରେ ପହଣ୍ଡି ଆରମ୍ଭ ହେବାକୁ ଥିବା ବେଳେ ନୀତିକାନ୍ତି ୩ ଘଣ୍ଟା ଆଗୁଆ ଚାଲିଥିବାରୁ ପ୍ରାୟ ସାଢ଼େ ୬ଟାରେ ଆରମ୍ଭ ହୋଇଛି ପହଣ୍ଡି।