ଜଗାର ପରବର୍ତ୍ତୀ ଚିକିତ୍ସା ଖର୍ଚ୍ଚ ସରକାର ବହନ କରିବେ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଚର୍ଚ୍ଚିତ ଯୋଡ଼ାମୁଣ୍ଡ ଶିଶୁ ଜଗାର ପରବର୍ତ୍ତୀ ସମସ୍ତ ସ୍ବାସ୍ଥ୍ୟ ପରୀକ୍ଷା ଓ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଇତିମଧ୍ୟରେ କନ୍ଧମାଳ ଜିଲାପାଳଙ୍କ ସହାୟତାରେ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଜଗାକୁ ଧରି ତାଙ୍କ ମା’ଓ ବାପା ଗତ ୧୬ ତାରିଖରେ କଟକ ଏସ୍‌ସିବି ମେଡିକାଲରେ ପହଞ୍ଚତ୍ଥିଲେ। ତାଙ୍କୁ ଆଶୁ ଚିକିତ୍ସା ବିଭାଗରେ ସ୍ବତନ୍ତ୍ର ପ୍ରକୋଷ୍ଠରେ ରଖାଯାଇ ଚିକିତ୍ସା କରାଯାଉଛି। ପ୍ରାଥମିକ ଚିକିତ୍ସା ବିଶେଷଜ୍ଞ ଡାକ୍ତରୀ ଟିମ୍‌ ଦ୍ୱାରା କରାଯାଇଥିଲା। ଅସ୍ତ୍ରୋପଚାର ପରେ ଜଗା ମସ୍ତିଷ୍କର ସ୍ବାଭାବିକତା ପରୀକ୍ଷାନିରୀକ୍ଷା ପାଇଁ ନୂଆଦିଲ୍ଲୀ ଏମ୍ସର ସ୍ନାୟୁଶଲ୍ୟ ବିଶେଷଜ୍ଞ ଡା. ଦୀପକ ଗୁପ୍ତା (ଜଗା ଓ କାଳିଆଙ୍କୁ ଅଲଗା କରିଥିଲେ) ଶନିବାର ଏସ୍‌ସିବିରେ ପହଞ୍ଚତ୍ଥିଲେ। ଜଗାର ସ୍ବାସ୍ଥ୍ୟ ଯାଞ୍ଚ କରିବା ପରେ ଡା. ଗୁପ୍ତା ଏସ୍‌ସିବି ମେଡିକାଲ କଲେଜର ବିଶେଷଜ୍ଞ ଡାକ୍ତରୀ ଟିମ୍‌ ସହିତ ଆଲୋଚନା କରିଥିଲେ। ମୋଟାମୋଟି ଭାବେ ଜଗା ସମ୍ପୂର୍ଣ୍ଣ ସୁସ୍ଥ ଥିବା ବିଶେଷଜ୍ଞମାନେ କହିଛନ୍ତି। ଜଗାର ଭବିଷ୍ୟତରେ ଗତାନୁଗତିକ ଭାବେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ଆବଶ୍ୟକ ଚିକିତ୍ସା କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି। ସରକାରଙ୍କ ତରଫରୁ ଏ ବାବଦରେ ସମସ୍ତ ଖର୍ଚ୍ଚ ବହନ କରାଯିବ ବୋଲି ରବିବାର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, କନ୍ଧମାଳ ଜିଲା ମିଲିପଦା ଅଞ୍ଚଳରେ ଭୂୟାଁ କହଁର ଓ ପୁଷ୍ପାଞ୍ଜଳିଙ୍କ ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆଙ୍କ ଚିକିତ୍ସା ନିମନ୍ତେ ରାଜ୍ୟ ସରକାରଙ୍କ ସହାୟତାରେ ସେମାନଙ୍କୁ ୨୦୧୭ ଜୁଲାଇ ୧୪ରେ ନୂଆଦିଲ୍ଲୀର ଏମ୍ସରେ ଭର୍ତ୍ତି କରାଯାଇଥିଲା। ୬ଟି ପର୍ଯ୍ୟାୟରେ ଅସ୍ତ୍ରୋପଚାର ମାଧ୍ୟମରେ ଉଭୟଙ୍କୁ ଅଲଗା କରାଯାଇଥିଲା। ୨୦୧୯ ସେପ୍ଟେମ୍ବର ୬ରେ ଡିସ୍‌ଚାର୍ଜ କରାଯାଇ ୭ରେ ଉଭୟ ଶିଶୁଙ୍କୁ ଏସ୍‌ସିବି ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିଲା। ସ୍ନାୟୁଶଲ୍ୟ ବିଭାଗର ବରିଷ୍ଠ ଡାକ୍ତରଙ୍କ ତତ୍ତ୍ବାବଧାନରେ ଉଭୟଙ୍କୁ ଚିକିତ୍ସା କରାଯାଉଥିଲା ଏବଂ ଏଥିରେ ୧୫ ଜଣିଆ ଡାକ୍ତରୀ ଟିମ୍‌ ନିୟୋଜିତ ହୋଇଥିଲେ। ଜଗାର ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଆସୁଥିଲେ ମଧ୍ୟ କାଳିଆ ସେପ୍ଟିସେମିଆରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ୨୦୨୦ ନଭେମ୍ବର ୨୫ରେ ଆଖି ବୁଜିଥିଲେ। ଜଗାର ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିବାରୁ ତାଙ୍କୁ ପରିବାର ଲୋକେ ୨୦୨୧ ମାର୍ଚ୍ଚ ୨୩ରେ ନିଜ ଗ୍ରାମକୁ ନେବାକୁ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ଏହି ଦେଶରେ ହେବନାହିଁ ଆଇପିଏଲ୍‌ ପ୍ରସାରଣ, କାହିଁକି ଜାଣନ୍ତୁ…

ଢାକା,୩୧ା୩: ଭାରତର ପ୍ରସାରଣକାରୀ ସଂସ୍ଥା ଜିଓଷ୍ଟାର ବାଂଲାଦେଶରେ ଚଳିତ ବର୍ଷର ଆଇପିଏଲ୍‌ ପ୍ରସାରଣ ଚୁକ୍ତିକୁ ବରଖାସ୍ତ କରିଛି। ସ୍ଥାନୀୟ ସାଥି କମ୍ପାନୀ ପାଉଣା ଦେବାରେ ବିଫଳ ହୋଇଥିବାରୁ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

Video: ଯୁଦ୍ଧ ଶେଷ କରିବାକୁ ଇରାନ ରାଜି ହେବାର ସଙ୍କେତ ଦେବା ଭିତରେ ଏମିତି ଭିଡ଼ିଓ ଶେୟାର କଲେ ଟ୍ରମ୍ପ, ସାରା ବିଶ୍ୱ ଚକିତ! ଦେଖନ୍ତୁ…

ତେହରାନ,୩୧।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି। ଆଜି (ମଙ୍ଗଳବାର) ଏହି ସଂଘର୍ଷର 32ତମ ଦିନ। ଆମେରିକା ଏବଂ…

ଜଙ୍ଗଲରେ ଦନ୍ତା ହାତୀ: ଭୟରେ ଅଞ୍ଚଳବାସୀ, ସତର୍କ ରହିବାକୁ ପରାମର୍ଶ ଦେଲା ବନବିଭାଗ

ଜି.ଉଦୟଗିରି,୩୧।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ନିକଟ ରଟିଙ୍ଗିଆ ସଂରକ୍ଷିତ ଜଙ୍ଗଲରେ ସୋମବାର ରାତିରେ ଦନ୍ତା ହାତୀ ଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri