୩ ବର୍ଷ ପରେ ହେବ ଜଗାର ଖପୁରି ପ୍ରତିରୋପଣ

ଫୁଲବାଣୀ ଅଫିସ, ୪ା୭: ବହୁଚର୍ଚ୍ଚିତ ଯୋଡ଼ାମୁଣ୍ଡ ଶିଶୁ ଜଗାର ଖପୁରି ପ୍ରତିରୋପଣ ଆଉ ୩ ବର୍ଷ ପରେ ହେବ ବୋଲି ଦିଲ୍ଲୀ ଏମ୍‌ସ ଡାକ୍ତର ସ୍ପଷ୍ଟ କରିଛନ୍ତି। ଜଗା ଏବେ ସ୍ବାଭାବିକ ଭାବେ ଚଲାବୁଲା କରିପାରୁଛି। ତାର ସ୍ବାସ୍ଥ୍ୟାବସ୍ଥା ଭଲ ରହିଛି ବୋଲି ନିୟମିତ ବ୍ୟବଧାନରେ ସ୍ବାସ୍ଥ୍ୟ ଯାଞ୍ଚ କରୁଥିବା ଦିଲ୍ଲୀ ଏମ୍‌ସର ନ୍ୟୁରୋ ସର୍ଜରୀ ବିଭାଗ ଡାକ୍ତର ଦୀପକ ଗୁପ୍ତା ପ୍ରକାଶ କରିଛନ୍ତି। ଗତ ମାସ ୧୮ତାରିଖରେ କଟକ ବଡ଼ ମେଡିକାଲରେ ଜଗାର ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ସେଠାକୁ ଡାକ୍ତର ଗୁପ୍ତା ଆସି ପରୀକ୍ଷାନିରୀକ୍ଷା କରିଥିଲେ। ଚେକ୍‌ଅପ ବେଳେ ଜଗା ସମ୍ପୂର୍ଣ୍ଣ ସୁସ୍ଥ ଥିଲା। ବିଶେଷକରି ତାର ଖପୁରି ପ୍ରତିରୋପଣ ପାଇଁ ଡାକ୍ତର ଟିମ ମଧ୍ୟରେ ଆଲୋଚନା ହୋଇଥିଲା। ପରିସ୍ଥିତିକୁ ଅନୁଧ୍ୟାନ କରି ୩ ବର୍ଷରେ ଖପୁରି ପ୍ରତିରୋପଣ କରିବାକୁ ନିଷ୍ପତ୍ତିି ନିଆଯାଇଥିଲା। ଜଗାର ବାପା ଭୂୟାଁ କହଁର ଏହି ସୂଚନା ଦେବା ସହ ଖୁସି ବ୍ୟକ୍ତ କରିଛନ୍ତି। ପୁଅ ଶୀଘ୍ର ଭଲ ହୋଇ ଘରକୁ ଫେରିବ। ୫ ବର୍ଷରୁ ଊର୍ଦ୍ଧ୍ୱ ହେଲାଣି ଘରକୁ ଯାଇପାରୁନୁ। ଖପୁରି ପ୍ରତିରୋପଣ ହେବା ପରେ ଜଗା ସ୍ବାଭାବିକ ଜୀବନ ବିତାଇବ ବୋଲି ଭୂୟାଁ କହିଛନ୍ତି।
ସୂଚନାଯୋଗ୍ୟ, ଫିରିଙ୍ଗିଆ ବ୍ଲକ ଡିମିରିଗୁଡା ପଞ୍ଚାୟତ ବିଲୁପଦର ଗ୍ରାମର ଭୂୟାଁ କହଁରଙ୍କ ସ୍ତ୍ରୀ ପୁଷ୍ପାଞ୍ଜଳୀ ଫିରିଙ୍ଗିଆ ମେଡିକାଲରେ ଯୋଡ଼ାମୁଣ୍ଡ ଶିଶୁଙ୍କୁ ଜନ୍ମ ଦେଇଥିଲେ। ସେଠାର ଡାକ୍ତର ତାଙ୍କୁ ଅଧିକ ଚିକିତ୍ସା ପାଇଁ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ଫୁଲବାଣୀରୁ ଏହି ଯମଜ ଶିଶୁଙ୍କୁ ଡାକ୍ତର କଟକ ବଡ ମେଡିକାଲକୁ
ସ୍ଥାନାନ୍ତର କରିଥିଲେ। ସେଠାରେ ଡାକ୍ତର ଚେଷ୍ଟା କରି ଯୋଡାମୁଣ୍ଡ ଶିଶୁଙ୍କୁ ଅଲଗା କରି ହେବ ନାହିଁ କହିଥିଲେ। ଏ ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ସରକାର ଏହାକୁ ଗୁରୁତ୍ୱର ସହ ନେଇଥିଲେ। ଦିଲ୍ଲୀ ଏମ୍‌ସରେ ଅସ୍ତ୍ରୋପଚାର କରାଇବାକୁ ସ୍ଥିର କରି ସରକାର ସମସ୍ତ ଖର୍ଚ୍ଚ ବହନ କରିଥିଲେ। ୨୦୧୭ ଅକ୍ଟୋବରରେ ଦିଲ୍ଲୀ ଏମ୍‌ସରେ ଯୋଡା ମୁଣ୍ଡ ଶିଶୁ ଜଗା ବଳିଆଙ୍କ ଅସ୍ତ୍ରୋପଚାର କରାଯାଇଥିଲା। ଅସ୍ତ୍ରୋପଚାର ସଫଳ ହୋଇଥିଲା। କିନ୍ତୁ ୨୦୨୦ ଡିସେମ୍ବରରେ ବଳିଆଙ୍କ ମୃତ୍ୟୁ ହୋଇଥିଲା। ଜଗା ସୁସ୍ଥ ରହିବା ସହ ସ୍ବାଭାବିକ ଜୀବନ ବଞ୍ଚୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri