‘ଦୁଗ୍ଧ ଉତ୍ପାଦନରେ ଜଗତ୍‌ସିଂହପୁର ପ୍ରଥମ’

ଜଗତ୍‌ସିଂହପୁର ଅଫିସ, ୧୨ା୧୧: ହିନ୍ଦୁ ଶାସ୍ତ୍ରରେ ଗୋମାତା ପୂଜନୀୟ, ଶ୍ରଦ୍ଧାର କେନ୍ଦ୍ରବିନ୍ଦୁ। ସେମାନେ ଆମ ଆର୍ଥିକ ସମୃଦ୍ଧିର ଏକ ପ୍ରମୁଖ ମାଧ୍ୟମ। ବିଶେଷକରି ଗ୍ରାମୀଣ ସମୃଦ୍ଧିରେ ବେଶ୍‌ ସହାୟକ। ଆଳିପିଙ୍ଗଳଠାରେ ୭୦ତମ ଜିଲାସ୍ତରୀୟ ଗୋ ସମ୍ବର୍ଦ୍ଧନା ଉତ୍ସବ ପାଳନ ଅବସରରେ ଗୁରୁବାର ଅତିଥିମାନେ ଏହା କହିଛନ୍ତି। ଦୁଗ୍ଧ ଉତ୍ପାଦନରେ ଜଗତ୍‌ସିଂହପୁର ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରିବାର ସୌଭାଗ୍ୟ ହାସଲ କରିଛି ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ।
ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ ଡା. ବୀରକିଶୋର ପରିଡାଙ୍କ ପୌରୋହିତ୍ୟରେ ଆୟୋଜିତ ଉତ୍ସବରେ ମୁଖ୍ୟଅତିଥି ଭାବେ ଜଗତ୍‌ସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି ଯୋଗ ଦେଇଥିଲେ। ସେ କହିଥିଲେ, ଜିଲାରେ ପ୍ରାଣୀଧନ ନିରୀକ୍ଷକ ପଦବୀ ପୂରଣ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ପ୍ରିୟଦର୍ଶିନୀ ବିଶ୍ୱାଳ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଗୋମାତାଙ୍କୁ ସୁଖ ଓ ସମୃଦ୍ଧିର ପ୍ରତୀକ ବୋଲି କହିଥିଲେ। ଅନ୍ୟତମ ସମ୍ମାନିତ ଅତିଥିଭାବେ ଜିଲାପାଳ ପାରୁଲ୍‌ ପଟୱାରି ଯୋଗଦେଇ ଶ୍ରେଷ୍ଠ ଗୋପାଳକମାନଙ୍କୁ ପୁରସ୍କୃତ କରିଥିଲେ। କାର୍ଯ୍ୟକ୍ରମରେ ଜଗତ୍‌ସିଂହପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ବିଜୟଲକ୍ଷ୍ମୀ ବେହେରା, କାଳିନ୍ଦୀ ପତି, ଆତ୍ମା କମିଟି ଅଧ୍ୟକ୍ଷ ବାବୁଲି ସାହୁ, ମୃତ୍ୟୁଞ୍ଜୟ ସ୍ବାଇଁ ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ଗୋ ପ୍ରଦର୍ଶନୀ କରାଯାଇ ଶ୍ରେଷ୍ଠ ବିବେଚିତ ଗୋପାଳକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଶେଷରେ ଚାନ୍ଦପୁର ଚାଷୀ ପ୍ରାଣୀ ଚିକିତ୍ସା ଅଧିକାରୀ ଡା. ଅନ୍ନଦା ଦାସ ଧନ୍ୟବାଦ ଦେଇଥିଲେ। ଏହାବାଦ୍‌ କୃଷକ, ବୈଜ୍ଞାନିକଙ୍କୁ ନେଇ ଆଲୋଚନା ଚକ୍ର ଓ ପ୍ରାଣୀ ଚିକିତ୍ସା ଶିବିର ଆୟୋଜିତ କରାଯାଇଥିଲା। କାର୍ଯ୍ୟକ୍ରମକୁ ଆଳିପିଙ୍ଗଳ ପ୍ରାଣୀ ଚିକିତ୍ସା ଅଧିକାରୀ ଡା. ଉତ୍କଳିକା ପ୍ରିୟଦର୍ଶିନୀ ପରିଚାଳନା କରିଥିଲେ। ଉପନିର୍ଦ୍ଦେଶକ ଡା. ବିକ୍ରମ କିଶୋର ଆଚାର୍ଯ୍ୟ, ଅତିରିକ୍ତ ପ୍ରାଣୀ ଚିକିତ୍ସା ଅଧିକାରୀ ଡା. ଲୋପାମୁଦ୍ରା ମଲ୍ଲିକ ଓ ଗୁରୁପ୍ରସାଦ ଦାସ ଏଥିରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri