ଅର୍ଚ୍ଚନା ନାଗ ମାମଲା: ଜଗବନ୍ଧୁଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର,୧ା୧୨(ବ୍ୟୁରୋ): ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ ଗୁରୁବାର ଅର୍ଚ୍ଚନାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କ ଜାମିନ ଆବେଦନ ଖାରଜ ହୋଇଯାଇଛି। ଭୁବନେଶ୍ୱର ଏଡିଜେ-୨ ତାଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ଶ୍ରଦ୍ଧାଞ୍ଜଳିଙ୍କୁ ବ୍ୟବହାର କରି ଟଙ୍କା ଆଦାୟ ମାମଲାରେ ଏହି ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି।