ଜଗଦ୍ଦେବଙ୍କ ବିସ୍ଫୋରକ ବୟାନ, ନବୀନଙ୍କୁ ହଟାଇବାକୁ…ରାଜନୀତିରେ ଚହଳ

ଭୁବନେଶ୍ୱର,୧୬।୪: ବିଜେଡିକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏପରିକି ଦଳକୁ ନେଇ ଖୋଦ୍‌ ବିଜେଡି ନେତା ମଧ୍ୟ ବିଭିନ୍ନ ବୟାନବାଜି କରୁଛନ୍ତି। ଏଥିସହ ଦଳ ଛାଡି ଭାଜପାରେ ମିଶିଥିବା ଅନେକ ବଡ଼ ବଡ଼ ନେତା ମଧ୍ୟ ମୁହଁ ଫିଟାଇଛନ୍ତି। ଏହାରି ଭିତରେ ଭାଜପା ନେତା ପ୍ରଶାନ୍ତ ଜଗଦ୍ଦେବ ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକ ଏବଂ ଭି.କେ. ପାଣ୍ଡିଆନଙ୍କୁ ନେଇ ଏକ ବିସ୍ଫୋରକ ବୟାନ ଦେଇଛନ୍ତି।

ଜଗଦେବ କହିଛନ୍ତି ଯେ, ୨୦୨୪ ନିର୍ବାଚନରେ ବିଜେଡିର ପରାଜୟର ମୁଖ୍ୟ କାରଣ ହେଉଛନ୍ତି ପାଣ୍ଡିଆନଙ୍କର ପ୍ରଭାବ। ସେ ଅଭିଯୋଗ କରିଛନ୍ତି ଯେ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଲୋକପ୍ରିୟ ସରକାରକୁ ପାଣ୍ଡିଆନଙ୍କ ନିର୍ବାଚନୀ ରଣନୀତି ଓ ଦଳ ଉପରେ ତାଙ୍କର ଅତ୍ୟଧିକ ପ୍ରଭାବ ହିଁ ହଟାଇଛି।

ଜଗଦେବ ଆହୁରି କହିଛନ୍ତି, ପାଣ୍ଡିଆନ ଜଣେ ଓଡ଼ିଆ ନୁହନ୍ତି ଏବଂ ତାଙ୍କର ତାମିଲ ପରିଚୟ ନିର୍ବାଚନ ପୂର୍ବରୁ ଭାଜପାର ପ୍ରଚାରର ଏକ ମୁଖ୍ୟ ବିଷୟ ଥିଲା। ନବୀନ ବାବୁଙ୍କ ଉପରେ ପାଣ୍ଡିଆନଙ୍କର ଅତ୍ୟଧିକ ନିର୍ଭରତା ଦଳର ପରାଜୟର ଏକ ବଡ଼ କାରଣ। ସେ ଦାବି କରିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେଇଥିବା ଘୋଷଣା ସତ୍ତ୍ୱେ ପାଣ୍ଡିଆନ ଏବେ ମଧ୍ୟ ବିଜେଡିରେ ପରୋକ୍ଷରେ ପ୍ରଭାବ ବିସ୍ତାର କରୁଛନ୍ତି।

ତେବେ ଏହି ବୟାନ ଓଡ଼ିଶାର ରାଜନୈତିକ ମହଲରେ ତୀବ୍ର ଚର୍ଚ୍ଚାର ବିଷୟ ପାଲଟିଛି। ବିଜେଡିର କେତେକ ନେତା ଜଗଦ୍ଦେବଙ୍କ ଏହି ଅଭିଯୋଗକୁ ରାଜନୈତିକ ଗୋଟି ଚାଳନା ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri