Posted inଜାତୀୟ

ଜଗଦୀପ୍‌ ଧନଖର ଏନଡ଼ିଏ ଉପରାଷ୍ଟ୍ରପତି ପ୍ରାର୍ଥୀ…

ନୂଆଦିଲ୍ଲୀ, ୧୬।୭ : ଭାଜପାର ସଂସଦୀୟ ବୋର୍ଡ ବୈଠକରେ ଉପରାଷ୍ଟ୍ରପତି ପଦ ପାଇଁ  ଜଗଦୀପ ଧନଖରଙ୍କୁ ଏନଡ଼ିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରାଯାଇଛି। ଦିଲ୍ଲୀରେ ଅନୁଷ୍ଠିତ ଏହି ସଂସଦୀୟ ବୋର୍ଡର ଏହି ବୈଠକରେ ଭାଜପାର ବହୁ ବଡ ନେତା ଅଂଶଗ୍ରହଣ କରିଥିଲେ। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ନିତିନ ଗଡକରୀ, ରାଜନାଥ ସିଂ ଏବଂ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ମଧ୍ୟ ଯୋଗଦେଇଥିଲେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡା ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି।

ଜଗଦୀପ ଧନଖର ବର୍ତ୍ତମାନ ପଶ୍ଚିମବଙ୍ଗର ରାଜ୍ୟପାଳ ଭାବେ କାର୍ଯ୍ୟ କରୁଛନ୍ତି। ଜେପି ନଡ୍ଡା କହିଛନ୍ତି ଯେ ଜଗଦୀପ ଧନଖର ଜଣେ କୃଷକଙ୍କ ପୁଅ ଯିଏ ନିଜକୁ ଲୋକମାନଙ୍କର ରାଜ୍ୟପାଳ ଭାବରେ ନିଜର ବରିଚୟ ପ୍ରତିଷ୍ଠିତ କରିଛନ୍ତି। ଜଗଦୀପ ଧନଖର ତିନି ଦଶନ୍ଧିରୁ ଅଧିକ ସମୟ ଧରି ରାଜନୀତିରେ ଅଛନ୍ତି। ୧୯୮୯ ଲୋକସଭା ନିର୍ବାଚନରେ ଝୁନଝୁନରୁ ଏମ୍‌ପି ଭାବରେ ନିର୍ବାଚିତ ହେବା ପରେ ସେ ରାଜନୀତିରେ ପ୍ରବେଶ କରିଥିଲେ। ଏହା ପରେ ସେ ୧୯୯୦ରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ। ୧୯୯୩ ରେ ସେ ଅଜମେର ଜିଲାର କିଶାନଗଡ ନିର୍ବାଚନମଣ୍ଡଳୀରୁ ରାଜସ୍ଥାନ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

ଜୁଲାଇ ୨୦୧୯ରେ, ସେ ପଶ୍ଚିମବଙ୍ଗର ରାଜ୍ୟପାଳ ଭାବରେ ନିଯୁକ୍ତ ହୋଇଥିଲେ। ସେ କଠିନ ପରିଶ୍ରମ କରି ରାଜ୍ୟର ଜନ କଲ୍ୟାଣ ପ୍ରସଙ୍ଗ ଉପରେ ଆଲୋକପାତ କରି ପିପୁଲ୍ସ ଗଭର୍ଣ୍ଣର ଭାବରେ ପରିଚିତ ହୋଇଥିଲେ।
ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କ କାର୍ଯ୍ୟକାଳ ଅଗଷ୍ଟ ୧୦ ରେ ଶେଷ ହେବ। ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିବାର ଶେଷ ତାରିଖ ଜୁଲାଇ ୧୯ ରହିଛି। ଅଗଷ୍ଟ ୬ ରେ ଉପରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’

ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ...

ସମସ୍ତ ମୁସଲମାନଙ୍କୁ ଓବିସି ବର୍ଗରେ ସାମିଲ କରିବାକୁ ନେଇ କର୍ନାଟକ ସରକାରଙ୍କ ବୟାନରେ ସନ୍ତୁଷ୍ଟ ନୁହେଁ ଏନସିବିସି

ବେଙ୍ଗାଲୁରୁ,୨୫।୪: ନ୍ୟାସନାଲ କମିଶନ ଫର ବ୍ୟାକଓ୍ବାର୍ଡ କ୍ଲାସେସ (ଏନସିବିସି) ସଂରକ୍ଷଣ ସୁବିଧା ଯୋଗାଇବା ପାଇଁ କର୍ନାଟକର ସମସ୍ତ ମୁସଲମାନ ସମ୍ପ୍ରଦାୟକୁ ଓବିସି ବର୍ଗରେ ଅନ୍ତର୍ଭୁକ୍ତ କରିବାକୁ...

୨୦୨୪ ହେବାକୁ ଯାଉଛି ବିଶ୍ୱର ସବୁଠାରୁ ମହଙ୍ଗା ଇଲେକ୍ସନ, ୨୦୧୯ ତୁଳନାରେ ଖର୍ଚ୍ଚ ହେଉଛି ୨ ଗୁଣା ଅଧିକ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବ ରେକର୍ଡ ଭାଙ୍ଗିବା ଏବଂ ବିଶ୍ୱର ସବୁଠାରୁ ମହଙ୍ଗା ର୍ନିବାଚନ ଇଭେଣ୍ଟ ହେବାକୁ ଯାଉଛି। ଏନଜିଓ ସେଣ୍ଟର ଫର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri