Posted inଜାତୀୟ

ଜଗଦୀପ୍‌ ଧନଖର ଏନଡ଼ିଏ ଉପରାଷ୍ଟ୍ରପତି ପ୍ରାର୍ଥୀ…

ନୂଆଦିଲ୍ଲୀ, ୧୬।୭ : ଭାଜପାର ସଂସଦୀୟ ବୋର୍ଡ ବୈଠକରେ ଉପରାଷ୍ଟ୍ରପତି ପଦ ପାଇଁ  ଜଗଦୀପ ଧନଖରଙ୍କୁ ଏନଡ଼ିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରାଯାଇଛି। ଦିଲ୍ଲୀରେ ଅନୁଷ୍ଠିତ ଏହି ସଂସଦୀୟ ବୋର୍ଡର ଏହି ବୈଠକରେ ଭାଜପାର ବହୁ ବଡ ନେତା ଅଂଶଗ୍ରହଣ କରିଥିଲେ। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ନିତିନ ଗଡକରୀ, ରାଜନାଥ ସିଂ ଏବଂ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ମଧ୍ୟ ଯୋଗଦେଇଥିଲେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡା ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି।

ଜଗଦୀପ ଧନଖର ବର୍ତ୍ତମାନ ପଶ୍ଚିମବଙ୍ଗର ରାଜ୍ୟପାଳ ଭାବେ କାର୍ଯ୍ୟ କରୁଛନ୍ତି। ଜେପି ନଡ୍ଡା କହିଛନ୍ତି ଯେ ଜଗଦୀପ ଧନଖର ଜଣେ କୃଷକଙ୍କ ପୁଅ ଯିଏ ନିଜକୁ ଲୋକମାନଙ୍କର ରାଜ୍ୟପାଳ ଭାବରେ ନିଜର ବରିଚୟ ପ୍ରତିଷ୍ଠିତ କରିଛନ୍ତି। ଜଗଦୀପ ଧନଖର ତିନି ଦଶନ୍ଧିରୁ ଅଧିକ ସମୟ ଧରି ରାଜନୀତିରେ ଅଛନ୍ତି। ୧୯୮୯ ଲୋକସଭା ନିର୍ବାଚନରେ ଝୁନଝୁନରୁ ଏମ୍‌ପି ଭାବରେ ନିର୍ବାଚିତ ହେବା ପରେ ସେ ରାଜନୀତିରେ ପ୍ରବେଶ କରିଥିଲେ। ଏହା ପରେ ସେ ୧୯୯୦ରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ। ୧୯୯୩ ରେ ସେ ଅଜମେର ଜିଲାର କିଶାନଗଡ ନିର୍ବାଚନମଣ୍ଡଳୀରୁ ରାଜସ୍ଥାନ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

ଜୁଲାଇ ୨୦୧୯ରେ, ସେ ପଶ୍ଚିମବଙ୍ଗର ରାଜ୍ୟପାଳ ଭାବରେ ନିଯୁକ୍ତ ହୋଇଥିଲେ। ସେ କଠିନ ପରିଶ୍ରମ କରି ରାଜ୍ୟର ଜନ କଲ୍ୟାଣ ପ୍ରସଙ୍ଗ ଉପରେ ଆଲୋକପାତ କରି ପିପୁଲ୍ସ ଗଭର୍ଣ୍ଣର ଭାବରେ ପରିଚିତ ହୋଇଥିଲେ।
ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କ କାର୍ଯ୍ୟକାଳ ଅଗଷ୍ଟ ୧୦ ରେ ଶେଷ ହେବ। ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିବାର ଶେଷ ତାରିଖ ଜୁଲାଇ ୧୯ ରହିଛି। ଅଗଷ୍ଟ ୬ ରେ ଉପରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?