Posted inଜାତୀୟ

ନାମାଙ୍କନପତ୍ର ଦାଖଲ କଲେ ଜଗଦୀପ ଧନକର

ନୂଆଦିଲ୍ଲୀ,୧୮।୭: ଏନ୍‌ଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନକର ସୋମବାର ସଂସଦ ଭବନରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ କରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ଅନେକ କେନ୍ଦ୍ରମନ୍ତ୍ରୀ ଉପସ୍ଥିତ ରହିଥିଲେ। ନାମାଙ୍କନ ଦାଖଲ କରିବା ପୂର୍ବରୁ ଧନକର ପଶ୍ଚିମବଙ୍ଗର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି। ଧନଖଡ ପ୍ରଥମ ପ୍ରସ୍ତାବକ ଭାବେ ପ୍ରଧାନମନ୍ତ୍ରୀ ମୋଦି ଦସ୍ତଖତ କରିଥିବା ବେଳେ ପ୍ରାର୍ଥିପତ୍ରକୁ ରିଟର୍ଣ୍ଣିଂ ଅଫିସରକୁ ହସ୍ତାନ୍ତର କରିଦିଆଯାଇଛି। ଅନ୍ୟପକ୍ଷରେ, ରାଜସ୍ଥାନର ପୂର୍ବତନ ରାଜ୍ୟପାଳ ମାର୍ଗାରେଟ୍‌ ଆଲ୍‌ଭାଙ୍କୁ ବିରୋଧୀ ଦଳଗୁଡିକ ମିଳିତ ପ୍ରାର୍ଥୀ କରିଛନ୍ତି। ମଙ୍ଗଳବାର ମାର୍ଗାରେଟ୍‌ ଆଲ୍‌ଭା ନାମାଙ୍କନପତ୍ର ଦାଖଲ କରିବେ ବୋଲି ଜଣାପଡ଼ିଛି।
ସୂଚନାଯୋଗ୍ୟ, ଅଗଷ୍ଟ ୬ ତାରିଖରେ ଉପରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri