Posted inଜାତୀୟ

ଇସ୍ତଫା ଦେବା ପୂର୍ବରୁ ମୌସୁମୀ ଅଧିବେଶନରେ ସାଂସଦମାନଙ୍କୁ ଏହି ନିବେଦନ କରିଥିଲେ ଧନଖର

ନୂଆଦିଲ୍ଲୀ,୨୧।୭:ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖର ତତ୍କାଳ ପ୍ରଭାବରୁ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଇସ୍ତଫା ଦେଇଛନ୍ତି ଧନଖର। ତେବେ ସୋମବାରଠାରୁ ଆରମ୍ଭ ହୋଇଥିବା ମୌସୁମୀ ଅଧିବେଶନ ପୂର୍ବରୁ ସମସ୍ତ ରାଜନୈତିକ ଦଳ ମଧ୍ୟରେ ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ପରିବେଶ ସୃଷ୍ଟି କରିବାକୁ ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନଖର ଆହ୍ବାନ ଦେଇଥିଲେ। ସେ ସମସ୍ତ ଦଳର ସାଂସଦମାନଙ୍କୁ ‘ପାରସ୍ପରିକ ସମ୍ମାନ ରଖିବାକୁ, ଟେଲିଭିଜନରେ ଅପମାନଜନକ ଭାଷା ବ୍ୟବହାର ନକରିବାକୁ ଏବଂ ବ୍ୟକ୍ତିଗତ ଆକ୍ରମଣରୁ ଦୂରେଇ ରହିବାକୁ’ ଅନୁରୋଧ କରିଥଲେ।

ଉପରାଷ୍ଟ୍ରପତି ଧନଖର କହିଥିଲେ, ମୁଁ ରାଜନୈତିକ ଜଗତର ସମସ୍ତ ଲୋକଙ୍କୁ ଅନୁରୋଧ କରୁଛି ଯେ ଦୟାକରି ପାରସ୍ପରିକ ସମ୍ମାନ ରଖନ୍ତୁ। ଦୟାକରି ଟେଲିଭିଜନରେ କିମ୍ବା କୌଣସି ଦଳର ନେତୃତ୍ୱ ବିରୁଦ୍ଧରେ ଅପମାନଜନକ ଭାଷା ବ୍ୟବହାର କରନ୍ତୁ ନାହିଁ। ଏହି ସଂସ୍କୃତି ଆମ ସଭ୍ୟତାର ମୂଳ ନୁହେଁ। ଆମକୁ ଆମର ଭାଷାର ଯତ୍ନ ନେବାକୁ ପଡିବ। ବ୍ୟକ୍ତିଗତ ଆକ୍ରମଣରୁ ଦୂରେଇ ରୁହନ୍ତୁ। ମୁଁ ରାଜନେତାମାନଙ୍କୁ ନିବେଦନ କରୁଛି। ଏବେ ରାଜନେତାଙ୍କୁ ଅପମାନ ବନ୍ଦ କରିବାର ସମୟ ଆସିଛି। ଯେତେବେଳେ ବିଭିନ୍ନ ରାଜନୈତିକ ଦଳର ଲୋକମାନେ ଅନ୍ୟ ରାଜନୈତିକ ଦଳର ବରିଷ୍ଠ ନେତାଙ୍କୁ ଅପମାନ କରନ୍ତି, ଏହା ଆମ ସଂସ୍କୃତି ପାଇଁ ଭଲ ନୁହେଁ।

 


Enter your email to get our daily news in your inbox.

All Right Reserved By Dharitri.Com

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ଦଶନ୍ଧିରେ ସର୍ବାଧିକ ଖସିଲା ରୁପା ଦର, ସୁନା ଦରରେ ବି ଲାଗିଲା ବ୍ରେକ୍‌, ସିଧା ୮୦୦୦ କମିଲା…

ଭୁବନେଶ୍ୱର,୩୧।୧: ସୁନା ଦରରେ ଲାଗିଲା ବ୍ରେକ୍‌। ଆଜି ପୁଣି କମିଲା ସୁନା ରୁପା ଦର। ୨୪ କ୍ୟାରେଟ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଛି…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ…

ସ୍ବାମୀଙ୍କ ଥଟ୍ଟାକୁ ସହିପାରିଲେନି ମଡେଲ ସ୍ତ୍ରୀ, ‘ମାଙ୍କଡ’ କହିଦେଲେ ବୋଲି…

ନୂଆଦିଲ୍ଲୀ,୩୧।୧: ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ‘ମାଙ୍କଡ’ କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଘଟଣା…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

ବ୍ରିଜ୍‌ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…

ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍‌ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର…

ଜମି ଜବରଦଖଲ ବିରୋଧରେ ଗର୍ଜିଲେ ଗ୍ରାମବାସୀ: ତହସିଲଦାରଙ୍କ ଦ୍ୱାରସ୍ଥ ହୋଇ ଦେଲେ ଏମିତି ଚେତାବନୀ

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଣିଗୁମା ପଞ୍ଚାୟତରେ ଭୂମି ଜବରଦଖଲକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri