ଅନୁଭବଙ୍କ ବାନ୍ଧବୀ ଜାଗୃତିଙ୍କ ନାଁରେ ଏତଲା ଦେଲେ ବର୍ଷା

କଟକ ଅଫିସ,୧୧ା୨: ଅଭିନେତା ତଥା କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତିଙ୍କ ବାନ୍ଧବୀ ଜାଗୃତି ଶୁକ୍ଳାଙ୍କ ବିରୋଧରେ ପୁରୀଘାଟ ଥାନାରେ ଏତଲା ଦେଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ। ସୋସିଆଲ ମିଡିଆରେ ବର୍ଷାଙ୍କ ନାଁ ନ ନେଇ ସମ୍ମାନ ହାନି ଭଳି ମନ୍ତବ୍ୟ ଦେଇଥିଲେ ଜାଗୃତି। ଏନେଇ ବର୍ଷା ଥାନାର ଦ୍ୱାରସ୍ଥ ହୋଇଥିଲେ।

ସୂଚନାଯୋଗ୍ୟ, ବର୍ଷା-ଅନୁଭବ ବିବାଦ ମାମଲାରେ ବର୍ଷାଙ୍କ ପାର୍ଲିଆମେଣ୍ଟ ସ୍ପାଉସ କାର୍ଡ ପ୍ରତ୍ୟାହାର ଉପରେ ହାଇକୋର୍ଟ ସ୍ଥଗିତାଦେଶ ଜାରି କରିଛନ୍ତି । ବର୍ଷାଙ୍କ ପକ୍ଷରୁ ଦାୟର ହୋଇଥିବା ମାମଲାକୁ ଗ୍ରହଣ କରି ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଥିଲେ। ବର୍ଷାଙ୍କୁ ମିଳିଥିବା ସ୍ପାଉସ କାର୍ଡକୁ ଫେରାଇବା ପାଇଁ ପାର୍ଲିଆମେଣ୍ଟ ସଚିବ ନିର୍ଦ୍ଦେଶ ଦେଇଥିଲେ। ସ୍ପାଉସ କାର୍ଡକୁ ଫେରାଇବା ପାଇଁ ଅନୁଭବ ପାର୍ଲିଆମେଣ୍ଟ ସଚିବଙ୍କୁ ଲିଖିତ ଭାବେ ଜଣାଇଥିଲେ। ଏହାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ବର୍ଷା। ବୈବାହିକ ଜୀବନକୁ ନେଇ ଅନୁଭବ ବାରମ୍ବାର ଗଣମାଧ୍ୟମକୁ ଦେଉଥିବା ପ୍ରତିକ୍ରିୟା ବନ୍ଦ ପାଇଁ ମଧ୍ୟ ବର୍ଷା କୋର୍ଟଙ୍କୁ ପ୍ରାର୍ଥନା କରିଥିଲେ। ଆସନ୍ତା ମାର୍ଚ୍ଚ ୧୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍‌…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri