Posted inଜାତୀୟ

ଜାହାଙ୍ଗୀରପୁରୀ ହିଂସା ଘଟଣା: ଗୃହ ମନ୍ତ୍ରଣାଳକୁ ରିପୋର୍ଟ ଦାଖଲ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୧୯।୪: ଦିଲ୍ଲୀର ଜାହାଙ୍ଗୀରପୁରୀରେ ହନୁମାନ ଜୟନ୍ତୀଙ୍କ ଅବସରରେ ହୋଇଥିବା ହିଂସା ସମ୍ପର୍କରେ ଦିଲ୍ଲୀ ପୋଲିସ ମଙ୍ଗଳବାର କେନ୍ଦ୍ର ଗୃହ ମନ୍ତ୍ରଣାଳୟକୁ ପ୍ରାରମ୍ଭିକ ରିପୋର୍ଟ ଦାଖଲ କରିଛି। ଅପରାଧିକ ଷଡଯନ୍ତ୍ରର ଏକ ଅଂଶ ଭାବରେ ଜାହାଙ୍ଗୀରପୁରୀରେ ହିଂସା ଘଟିଥିଲା। ଦିଲ୍ଲୀ ପୋଲିସ କ’ଣ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛି ତାହା ମଧ୍ୟ ରିପୋର୍ଟରେ ସୂଚିତ କରାଯାଇଛି। ରିପୋର୍ଟରେ ପୁରା ଘଟଣା ସମ୍ପର୍କରେ ଦିଲ୍ଲୀ ପୋଲିସ ସୂଚନା ଦେଇଛି। ଏପର୍ଯ୍ୟନ୍ତ ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ବିଷୟରେ ବିସ୍ତୃତ ଭାବରେ ସେଥିରେ କୁହାଯାଇଛି। ଏହି ଘଟଣାରେ ସମ୍ପୃକ୍ତ ଅସ୍ତ୍ର ଉଦ୍ଧାର କରାଯାଇଛି ବୋଲି ରିପୋର୍ଟରେ ଦର୍ଶାଯାଇଛି। ଏହି ମାମଲାରେ ଏପର୍ଯ୍ୟନ୍ତ ମୋଟ ୨୪ ଜଣଙ୍କୁ ଗିରଫ କରାଯାଇଛି। ସେଥିମଧ୍ୟରୁ ୨୧ ଜଣ ବୟସ୍କ ଏବଂ ତିନିଜଣ ନାବାଳକ।
ସୂଚନାଯୋଗ୍ୟ, ଜାହାଙ୍ଗୀରପୁରୀରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ଚାଲିଥିବା ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ହିଂସାକାଣ୍ଡ ଘଟିଥିଲା। ଶୋଭାଯାତ୍ରା ବେଳେ ପଥରମାଡ଼, ଭଙ୍ଗାରୁଜା ଓ ଜଳାପୋଡା ହୋଇଥିଲା। ହିଂସାକାଣ୍ଡରେ କିଛି ପୋଲିସ କର୍ମଚାରୀଙ୍କ ସମେତ ବହୁ ସାଧାରଣ ଲୋକ ଆହତ ହୋଇଥିଲେ। ମାମଲାର ତଦନ୍ତ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri