Posted inଜାତୀୟ

ଶାନ୍ତି ବଜାୟ ରଖିବା ପାଇଁ ରବିବାର ବାହାରିବ ତ୍ରିରଙ୍ଗା ଯାତ୍ରା

ନୂଆଦିଲ୍ଲୀ,୨୨।୪: ହିଂସା ଘଟିଥିବା ଦିଲ୍ଲୀ ଜାହାଙ୍ଗୀରପୁରୀର ସି-ବ୍ଲକ୍‌ରେ ସ୍ଥାନୀୟ ଶାନ୍ତି କମିଟିର ପ୍ରତିନିଧୀମାନେ ସ୍ଥାନୀୟ ଅଞ୍ଚଳରେ ଶାନ୍ତି ଓ ସଦ୍‌ଭାବନା ରକ୍ଷା କରିବା ପାଇଁ ଶୁକ୍ରବାର ଲୋକଙ୍କୁ ନିବେଦନ କରିଛନ୍ତି। ଏହି ସମୟରେ ଉଭୟ ସମ୍ପ୍ରଦାୟର ଲୋକମାନେ ପରସ୍ପରକୁ ଆଲିଙ୍ଗନ କରିଥିଲେ। ଏଥିସହ ଉଭୟ ସମ୍ପ୍ରଦାୟର ଲୋକମାନେ ପ୍ରତିଜ୍ଞା କରିଛନ୍ତି ଯେ, ଏଭଳି ଘଟଣା ଯେପରି ଭବିଷ୍ୟତରେ ଆଉ ଘଟିବ ନାହିଁ। ଇତିମଧ୍ୟରେ ରବିବାର ଉଭୟ ସମ୍ପ୍ରଦାୟର ଲୋକମାନେ ଭାଇଚାରାକୁ ପ୍ରତିନିଧିତ୍ୱ କରିବା ପାଇଁ ସେହି ଅଞ୍ଚଳରେ ତିରଙ୍ଗା ଯାତ୍ରା ବାହାର କରିବାକୁ ନିଷ୍ପତ୍ତି ନେଇଛନ୍ତି। କୁଶଲ ଛକରେ ଆୟୋଜିତ ହୋଇଥିବା ଏକ ସାମ୍ବାଦିକ ସମ୍ମିଳନୀ ଏନେଇ ସୂଚନା ଦିଆଯାଇଛି। ମୁସଲିମ ସମ୍ପ୍ରଦାୟର ଜଣେ ପ୍ରତିନିଧୀ ତବରେଜ ଖାନ କହିଛନ୍ତି, ଆମେ ସହାର୍ଦ୍ଦ୍ୟପୂର୍ଣ୍ଣ ଜୀବନଯାପନ କରିବାକୁ ଚାହୁଁଛୁ। ଏଭଳି ଘଟଣା ଯେପରି ପୁନରାବୃତ୍ତି ନ ହୁଏ ସେନେଇ ଆମେ ନିଶ୍ଚିତ କରିବୁ। ପୋଲିସ ଫୋର୍ସ ଏବଂ ବ୍ୟାରିକେଡିଂକୁ ହ୍ରାସ କରିବାକୁ ପୋଲିସକୁ ତବରେଜ ଖାନ ଅନୁରୋଧ କରିଛନ୍ତି। ଅନ୍ୟପଟେ ହିନ୍ଦୁ ସମ୍ପ୍ରଦାୟର ସ୍ଥାନୀୟ ବାସିନ୍ଦା ତଥା ରେସିଡେଣ୍ଟ ୱେଲଫେୟାର ଆସୋସିଏଶନର ଅଧ୍ୟକ୍ଷ ଇନ୍ଦର ମଣି ତିୱାରୀ କହିଛନ୍ତି, ଏଭଳି ଘଟଣା ପ୍ରକୃତରେ ଚିନ୍ତାଜନକ। ଏଭଳି ଗୁଜବରେ ବିଶ୍ୱାସ ନ କରିବାକୁ ସେ ନିବେଦନ କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ପ୍ରଥମ ଥର ପାଇଁ ଏହି ଅଞ୍ଚଳରେ ସାମ୍ପ୍ରଦାୟିକ ସଂଘର୍ଷ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?