Posted inଜାତୀୟ

ମହଙ୍ଗା ପଡ଼ିଲା ବିନା ଅନୁମତିରେ ଶୋଭାଯାତ୍ରା ବାହାର କରିବା: ଭିଏଚ୍‌ପି-ବଜରଙ୍ଗ ଦଳ ନାଁରେ ଏଫ୍‌ଆଇଆର ରୁଜୁ

ନୂଆଦିଲ୍ଲୀ,୧୮।୪:ହନୁମାନ ଜୟନ୍ତୀ ଅବସରରେ ରାଜଧାନୀ ଦିଲ୍ଲୀର ଜାହାଙ୍ଗୀରପୁରୀରେ ହୋଇଥିବା ହିଂସା ମାମଲାରେ ଦିଲ୍ଲୀ ପୋଲିସ ବଜରଙ୍ଗ ଦଳ ଏବଂ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ବିରୋଧରେ ଏଫ୍‌ଆଇଆର ରୁଜୁ କରିଛି। ବିନା ଅନୁମତିରେ ଭିଏଚ୍‌ପି ଏବଂ ବଜରଙ୍ଗ ଦଳ ଶୋଭାଯାତ୍ରା ବାହାର କରିଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ଦିଲ୍ଲୀ ପୋଲିସ ବିଶ୍ୱ ହିନ୍ଦୁ ପରିଷଦର ଜିଲା ସେବା ମୁଖ୍ୟ ପ୍ରେମ ଶର୍ମାଙ୍କୁ ମଧ୍ୟ ଗିରଫ କରିଛି। ଭିଏଚ୍‌ପିର ଜିଲା ସେବା ମୁଖ୍ୟ ପ୍ରେମ ଶର୍ମା ବିନା ଅନୁମତିରେ ଜାହାଙ୍ଗୀରପୁରୀରେ ହନୁମାନ ଜୟନ୍ତୀ ଅବସରରେ ଏକ ଶୋଭାଯାତ୍ରା ବାହାର କରିଥିବା ଅଭିଯୋଗ ହୋଇଛି। ଏପ୍ରିଲ ୧୭ରେ ବଜରଙ୍ଗ ଦଳ ଓ ଭିଏଚ୍‌ପି ଆୟୋଜକମାନେ ବିନା ଅନୁମତିରେ ଏହି ଶୋଭାଯାତ୍ରା ବାହାର କରିଥିଲେ ବୋଲି ଡିସିପି ଏନଡବ୍ଲୁ ଉଷା ରଙ୍ଗନାନି କହିଛନ୍ତି। ଏହି ମାମଲାରେ ଉଭୟ ସଂଗଠନ ବିରୋଧରେ ଏଫ୍‌ଆଇଆର ରୁଜୁ କରାଯାଇଛି। ସୂଚନାଯୋଗ୍ୟ, ଜାହାଙ୍ଗୀରପୁରୀ ଅଞ୍ଚଳରେ ହନୁମାନଙ୍କ ଜନ୍ମ ବାର୍ଷିକୀରେ ଶନିବାର ସନ୍ଧ୍ୟାରେ ଶୋଭାଯାତ୍ରାରେ ପଥର ଫିଙ୍ଗିବା ପରେ ଦେଖାଦେଇଥିବା ହିଂସା ଘଟଣାରେ ମୁଖ୍ୟ ଅଭିଯୁକ୍ତ ଅନ୍‌ସାରଙ୍କ ସମେତ ପୋଲିସ ୨୪ଜଣଙ୍କୁ ଗିରଫ କରିଛି। ଏତଦ୍‌ ବ୍ୟତୀତ ୨ଜଣ ନାବାଳକ ମଧ୍ୟ ଗିରଫ ହୋଇଛନ୍ତି। ଅନ୍ୟପଟେ ଅନ୍‌ସାର ଓ ସଲିମ୍‌ଙ୍କୁ ୨ଦିନିଆ ରିମାଣ୍ଡରେ ନେଇ କ୍ରାଇମ ବ୍ରାଞ୍ଚ ପଚରାଉଚରା କରିବ। ଅନ୍ୟ ଅଭିଯୁକ୍ତମାନଙ୍କୁ ୧୪ ଦିନ ପାଇଁ ନ୍ୟାୟିକ ହେପାଜତକୁ ପଠାଯାଇଛି। ତେବେ ଉକ୍ତ ଅଞ୍ଚଳରେ କୌଣସି ଅପ୍ରତିକର ପରିସ୍ଥିତି ନ ଉପୁଜିବା ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଘଟଣାସ୍ଥଳରେ ସିଆରପିଏଫ୍‌ ଓ ଆରଏଏଫ୍‌ର ୫ଟି ଅତିରିକ୍ତ କମ୍ପାନୀକୁ ନିୟୋଜିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri