ବିଜେଡି ହାତରୁ ଗଲା ନୂଆପଡ଼ା: ବିଧାୟକ ହେଲେ ଜୟ ଢୋଲକିଆ, ସନ୍ଧ୍ୟାରେ ଭେଟିବେ ମୁଖ୍ୟମନ୍ତ୍ରୀଙ୍କୁ…

ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ପ୍ରକାଶ ପାଇଲା ବହୁ ପ୍ରତୀକ୍ଷିତ ନୂଆପଡ଼ା ଉପନିର୍ବାଚନ ଫଳାଫଳ। ବାଜି ମାରିଲେ ଜୟ ଢୋଲକିଆ। ତାଙ୍କ ପିତା ତଥା ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ଗଡ଼ ବଜାୟ ରଖିଲେ ଜୟ। ଏଥିସହ ବିଜେଡି ହାତରୁ ଗଲା ନୂଆପଡ଼ା ଆସନ।

ନୂଆପଡ଼ା ଉପନିର୍ବାଚନ ଭୋଟ ଗଣତି ଶୁକ୍ରବାର ଶେଷ ହୋଇ ଅନ୍ତିମ ଫଳଫଳ ପ୍ରକାଶ ପାଇଛି। ଅନ୍ତିମ ତଥା ୨୯ ରାଉଣ୍ଡ ଭୋଟ ଗଣତି ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ୧୨୩୮୬୯ଭୋଟ ପାଇ ବିଜୟୀ ହୋଇଛନ୍ତି।

ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଘାସିରାମ ମାଝୀଙ୍କୁ ୪୦ ହଜାର ୧୨୧ଖଣ୍ଡ ଭୋଟ ମିଳିଥିବା ବେଳେ ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ୩୮ ହଜାର ୪୦୮ ଖଣ୍ଡ ଭୋଟ ମିଳିଛି। ଫଳରେ ଭାଜପା ପ୍ରାର୍ଥୀ ଢୋଲକିଆ ୮୩ ହଜାର ୭୪୮ଖଣ୍ଡ ଭୋଟରେ ବିଜୟୀ ହୋଇଥିବା ନିର୍ବାଚନ କମିଶନରଙ୍କ ଓ୍ବେବସାଇଟରୁ ଜଣାପଡ଼ିଛି। ଅନ୍ୟପକ୍ଷେ ନୂଆପଡ଼ା ଉପନିର୍ବାଚନରେ କଂଗ୍ରେସ ଦ୍ୱିତୀୟ ସ୍ଥାନରେ ରହିଥିବା ବେଳେ ବିଜେଡି ତୃତୀୟ ସ୍ଥାନରେ ରଖିଛି।

ଏହି ପରିପ୍ରେକ୍ଷୀରେ ଭାଜପା ପ୍ରାର୍ଥୀ ଢୋଲକିଆ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖି ଏହା ଡବଲ ଇଞ୍ଜିନ ସରକାର ଏବଂ ନୂଆପଡ଼ାବାସୀଙ୍କ ବିଜୟ ହୋଇଛି ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri