ଭାଜପାରେ ସାମିଲ ହେବା ପରେ ଜୟ ଢୋଲକିଆଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

ଭୁବନେଶ୍ୱର,୧୧।୧୦: ଭାଜପାରେ ସାମିଲ ହେବାପରେ ଜୟ ଢୋଲକିଆ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଦଳ ଯାହା ଦାୟିତ୍ୱ ଦେବ ତାହାକୁ ପାଳନ କରିବି।ରାଜ୍ୟରେ ଚାଲିଥିବା ବିକାଶ ଧାରାରେ ସାମିଲ ହେବାକୁ ନିଷ୍ପତ୍ତି ନେଇଛି।ବାପାଙ୍କ ଅଧୂରା ସ୍ବପ୍ନ ପୂରଣ ଓ ସମାଜ ସେବା କ୍ଷେତ୍ରରେ କାର୍ଯ୍ୟ କରିବି।

ପୂର୍ବତନ ବିଧାୟକ ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦଳୀୟ ଉତ୍ତରୀୟ ଏବଂ ଟୋପି ପିନ୍ଧାଇ ଜୟଙ୍କୁ ସ୍ବାଗତ କରିଛନ୍ତି। ନୂଆପଡ଼ା ଉପନିର୍ବାଚନରେ ଜୟ ଭାଜପା ପ୍ରାର୍ଥୀ ହେବା ସମ୍ଭାବନା ଥିବା ରାଜନୈତିକ ମହଲରେ ଜୋର୍‌ଦାର୍‌ ଚର୍ଚ୍ଚା ହେଉଛି।

ଜୟଙ୍କ ବାପା ବିଜେଡରେ ଥିବାରୁ ସେ ମଧ୍ୟ ବିଜେଡିରୁ ପ୍ରାର୍ଥୀ ହେବେ ବୋଲି କୁହାଯାଉଥିଲା। ଯାହାଦ୍ୱାରା ବିଜେଡିକୁ ସିମ୍ପାଥି ଭୋଟ ମଧ୍ୟ ମିଳିଥାଆନ୍ତା। କିନ୍ତୁ  ନବୀନ ଦିଲ୍ଲୀରୁ ଫେରୁ ଫେରୁ ଜୟଙ୍କ ପଦ୍ମ ଧରିବା ରାଜନୈତିକ ମହଲରେ ଝଡ ସୃଷ୍ଟି କରିଛି। ଯଦି ଭାଜପା ପକ୍ଷରୁ ଜୟ ପ୍ରାର୍ଥୀ ହୁଅନ୍ତି ତେବେ ବିଜେଡିରୁ କିଏ ପ୍ରାର୍ଥୀ ହେବେ ସେନେଇ ମଧ୍ୟ ଚର୍ଚ୍ଚା ଆରମ୍ଭ ହୋଇଛି।

ସବୁଠାରୁ ବଡ଼ କଥା ହେଲା ଯେ ବିଜେଡିର ପଦଯାତ୍ରାରେ ଜୟଙ୍କୁ ଦେଖିବାକୁ ମିଳି ନ ଥିଲା। ସେବେଠାରୁ ଏକ ପ୍ରକାର ନିଶ୍ଚିତ ହୋଇଥିଲା ଯେ, ଜୟ ଢୋଲକିଆ ଭାଜପା ଆଡ଼କୁ ଢଳିଥିଲେ। ନୂଆଦିଲ୍ଲୀରେ ଭାଜପାର କେନ୍ଦ୍ରୀୟ ନେତୃତ୍ବଙ୍କୁ ଦେଖା କରିଥିଲେ।  ଜୟ ଭାଜପା ପ୍ରାର୍ଥୀ ହେଲେ ନୂଆପଡ଼ାର ଅଙ୍କ ଓଲଟପାଲଟ ହୋଇଯିବ ଏବଂ ଭାଜପାର ବିଜୟ ସହଜସାଧ୍ୟ ହୋଇଯିବ ବୋଲି ରାଜନୈତିକ ସମୀକ୍ଷକମାନେ ମତ ଦେଉଛନ୍ତି।  ତେଣେ ଏହା ବିଜେଡି ଲାଗି ମୁଣ୍ଡବ୍ୟଥାର କାରଣ ବି ହେବ।

୨୦୨୪ ସାଧାରଣ ନିର୍ବାଚନରେ ଏହି ଆସନ ବିଜେଡି ହାତରେ ରହିଥିଲା। ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆ ବିଜୟୀ ହୋଇଥିଲେ। ସ୍ବାଧୀନ ପ୍ରାର୍ଥୀ ଭାବେ ଘାସିରାମ ମାଝୀ ଦ୍ୱିତୀୟ ସ୍ଥାନରେ ଥିଲେ। ବର୍ତ୍ତମାନ କଂଗ୍ରେସ ଏହି ଉପନିର୍ବାଚନ ଲାଗି ଘାସିରାମଙ୍କୁ ଦଳୀୟ ପ୍ରାର୍ଥୀ ଭାବେ ଘୋଷଣା କରିସାରିଛି। ଭାଜପା ପକ୍ଷରୁ ପୂର୍ବତନ ଏମପି ବସନ୍ତ ପଣ୍ଡାଙ୍କ ପୁଅ ଅଭିନନ୍ଦନ ପଣ୍ଡା ତୃତୀୟ ସ୍ଥାନରେ ରହିଥିଲେ। କିନ୍ତୁ ଏବେ ଜୟ ଢୋଲକିଆଙ୍କୁ ଭାଜପା ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ହେଉଛି। ଗତ ମାସ ୮ ତାରିଖରେ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ ଏହି ଆସନରେ ଉପନିର୍ବାଚନ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

ଇତିହାସ ରଚିଲେ Sunetra Pawar, ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ମୁମ୍ବାଇ,୩୧।୧: ଶନିବାର ରାଜ୍ୟ ସଭା ଏମପି ପଦରୁ ଇସ୍ତଫା ଦେଇ ସ୍ବର୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

ବ୍ରହ୍ମପୁର ଦୁର୍ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ପ୍ରତି ମୃତକଙ୍କ ପରିବାରକୁ ମିଳିବ…

ଭୁବନେଶ୍ୱର,୩୧ା୧: ବ୍ରହ୍ମପୁର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରତ୍ୟେକ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ସହାୟତା ଘୋଷଣା…

ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ଜୋରଦାର ହେବ…

ଭୁବନେଶ୍ୱର,୩୧।୧: ଡ଼ିଶାରେ ପାନ ମସଲାକୁ ବ୍ୟାନ କରିଥିଲେ ରାଜ୍ୟ ସରକାର । ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ…

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri