ଭାଜପାରେ ସାମିଲ ହେବା ପରେ ଜୟ ଢୋଲକିଆଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

ଭୁବନେଶ୍ୱର,୧୧।୧୦: ଭାଜପାରେ ସାମିଲ ହେବାପରେ ଜୟ ଢୋଲକିଆ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଦଳ ଯାହା ଦାୟିତ୍ୱ ଦେବ ତାହାକୁ ପାଳନ କରିବି।ରାଜ୍ୟରେ ଚାଲିଥିବା ବିକାଶ ଧାରାରେ ସାମିଲ ହେବାକୁ ନିଷ୍ପତ୍ତି ନେଇଛି।ବାପାଙ୍କ ଅଧୂରା ସ୍ବପ୍ନ ପୂରଣ ଓ ସମାଜ ସେବା କ୍ଷେତ୍ରରେ କାର୍ଯ୍ୟ କରିବି।

ପୂର୍ବତନ ବିଧାୟକ ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦଳୀୟ ଉତ୍ତରୀୟ ଏବଂ ଟୋପି ପିନ୍ଧାଇ ଜୟଙ୍କୁ ସ୍ବାଗତ କରିଛନ୍ତି। ନୂଆପଡ଼ା ଉପନିର୍ବାଚନରେ ଜୟ ଭାଜପା ପ୍ରାର୍ଥୀ ହେବା ସମ୍ଭାବନା ଥିବା ରାଜନୈତିକ ମହଲରେ ଜୋର୍‌ଦାର୍‌ ଚର୍ଚ୍ଚା ହେଉଛି।

ଜୟଙ୍କ ବାପା ବିଜେଡରେ ଥିବାରୁ ସେ ମଧ୍ୟ ବିଜେଡିରୁ ପ୍ରାର୍ଥୀ ହେବେ ବୋଲି କୁହାଯାଉଥିଲା। ଯାହାଦ୍ୱାରା ବିଜେଡିକୁ ସିମ୍ପାଥି ଭୋଟ ମଧ୍ୟ ମିଳିଥାଆନ୍ତା। କିନ୍ତୁ  ନବୀନ ଦିଲ୍ଲୀରୁ ଫେରୁ ଫେରୁ ଜୟଙ୍କ ପଦ୍ମ ଧରିବା ରାଜନୈତିକ ମହଲରେ ଝଡ ସୃଷ୍ଟି କରିଛି। ଯଦି ଭାଜପା ପକ୍ଷରୁ ଜୟ ପ୍ରାର୍ଥୀ ହୁଅନ୍ତି ତେବେ ବିଜେଡିରୁ କିଏ ପ୍ରାର୍ଥୀ ହେବେ ସେନେଇ ମଧ୍ୟ ଚର୍ଚ୍ଚା ଆରମ୍ଭ ହୋଇଛି।

ସବୁଠାରୁ ବଡ଼ କଥା ହେଲା ଯେ ବିଜେଡିର ପଦଯାତ୍ରାରେ ଜୟଙ୍କୁ ଦେଖିବାକୁ ମିଳି ନ ଥିଲା। ସେବେଠାରୁ ଏକ ପ୍ରକାର ନିଶ୍ଚିତ ହୋଇଥିଲା ଯେ, ଜୟ ଢୋଲକିଆ ଭାଜପା ଆଡ଼କୁ ଢଳିଥିଲେ। ନୂଆଦିଲ୍ଲୀରେ ଭାଜପାର କେନ୍ଦ୍ରୀୟ ନେତୃତ୍ବଙ୍କୁ ଦେଖା କରିଥିଲେ।  ଜୟ ଭାଜପା ପ୍ରାର୍ଥୀ ହେଲେ ନୂଆପଡ଼ାର ଅଙ୍କ ଓଲଟପାଲଟ ହୋଇଯିବ ଏବଂ ଭାଜପାର ବିଜୟ ସହଜସାଧ୍ୟ ହୋଇଯିବ ବୋଲି ରାଜନୈତିକ ସମୀକ୍ଷକମାନେ ମତ ଦେଉଛନ୍ତି।  ତେଣେ ଏହା ବିଜେଡି ଲାଗି ମୁଣ୍ଡବ୍ୟଥାର କାରଣ ବି ହେବ।

୨୦୨୪ ସାଧାରଣ ନିର୍ବାଚନରେ ଏହି ଆସନ ବିଜେଡି ହାତରେ ରହିଥିଲା। ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆ ବିଜୟୀ ହୋଇଥିଲେ। ସ୍ବାଧୀନ ପ୍ରାର୍ଥୀ ଭାବେ ଘାସିରାମ ମାଝୀ ଦ୍ୱିତୀୟ ସ୍ଥାନରେ ଥିଲେ। ବର୍ତ୍ତମାନ କଂଗ୍ରେସ ଏହି ଉପନିର୍ବାଚନ ଲାଗି ଘାସିରାମଙ୍କୁ ଦଳୀୟ ପ୍ରାର୍ଥୀ ଭାବେ ଘୋଷଣା କରିସାରିଛି। ଭାଜପା ପକ୍ଷରୁ ପୂର୍ବତନ ଏମପି ବସନ୍ତ ପଣ୍ଡାଙ୍କ ପୁଅ ଅଭିନନ୍ଦନ ପଣ୍ଡା ତୃତୀୟ ସ୍ଥାନରେ ରହିଥିଲେ। କିନ୍ତୁ ଏବେ ଜୟ ଢୋଲକିଆଙ୍କୁ ଭାଜପା ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ହେଉଛି। ଗତ ମାସ ୮ ତାରିଖରେ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ ଏହି ଆସନରେ ଉପନିର୍ବାଚନ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri