Posted inଖେଳ

ଓଡ଼ିଆ ପୁଅଙ୍କୁ ମିଳିଲା ବଡ଼ ସଫଳତା: ଜିତିଲେ ସ୍ବର୍ଣ୍ଣ

ଭୁବନେଶ୍ୱର,୧୧।୨: ଏସିଆ ପାସିଫିକ୍‌ ଡାଉନ ସିଣ୍ଡ୍ରୋମ୍‌ ଗେମ୍ସ ଚେନ୍ନାଇର ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଆ ପୁଅ ଜୟଜୀବନ ପାଣିି(୧୧)ଙ୍କୁ ମିଳିଛି ବଡ଼ ସଫଳତା। ଜୟଜୀବନ କନିଷ୍ଠ ବର୍ଗ ସ୍ଲେଟିଂ ୧୦୦ ମିଟରରେ ପ୍ରଥମ ସ୍ଥାନ ଅଧିକାର କରି ସ୍ବର୍ଣ୍ଣ ପଦକ ବିଜୟୀ ହୋଇଛନ୍ତି।

ଏହି ବିଜୟ ସହ ଜୟଜୀବନ ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି। ଭୁବନେଶ୍ୱର ଗୌତମନଗରରେ ରହୁଥିବା ଜଗତଜୀବନ ପାଣି ଏବଂ ଶୁଭଶ୍ରୀ ଷଡଙ୍ଗୀଙ୍କ ବଡ଼ ପୁଅ ହେଉଛନ୍ତି ଜୟଜୀବନ। ଜୟଜୀବନ ଏବେ କିଟ୍‌ ଇଣ୍ଟରନ୍ୟାଶନାଲ ସ୍କୁଲରେ ଚତୁର୍ଥ ଶ୍ରେଣୀରେ ପଢୁଛନ୍ତି।

ଜୟଜୀବନଙ୍କ ସଫଳତାରେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ତାଙ୍କୁ ସମ୍ବର୍ଦ୍ଧିତ କରିବା ସହିତ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି। ଏପରିକି ଜୟଜୀବନଙ୍କ ସଫଳତା ପାଇଁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି। ଆଗକୁ ସ୍ବତନ୍ତ୍ର ଅଲମ୍ପିକ୍ସରେ ଭାଗ ନେବାକୁ ଲକ୍ଷ୍ୟ ରଖିଛନ୍ତି। ଜୟଜୀବନ ଏହି ସଫଳତା ପାଇଁ ତାଙ୍କ ସାନ ଭାଇ, ସ୍କୁଲ କର୍ତ୍ତୃପକ୍ଷଙ୍କ ସହ ମା’ ବାପାଙ୍କୁ ଶ୍ରେୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri