ଚାଷୀମାନଙ୍କ ହକ୍‌ ଲାଗି ତହସିଲ ଅଫିସ ଘେରିବ ଜୟ କିଷାନ ଆନ୍ଦୋଳନ

ପାଇକମାଳ,୫।୧(ବଡ ଶତପଥୀ): ବରଗଡ ଜିଲା ପାଇକମାଳ ବ୍ଲକର ଜୟ କିଷାନ ଆନ୍ଦୋଳନ ପକ୍ଷରୁ ନୃସିଂହନାଥ ନିଃସର୍ଗ ନିବାସଠାରେ ଶୁକ୍ରବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଚାଷୀମାନଙ୍କ ହକ୍‌, ଅଧିକାର ପାଇଁ ଜୟ କିଷାନ ଆନ୍ଦୋଳନ ଦାବି ପୂରଣ ନ ହେବା ଯାଏ ଲଢେଇ ଜାରି ରଖିବ ବୋଲି ସଭାପତି ବିଶ୍ୱନାଥ ରଣା କହିଛନ୍ତି। ଚାଷୀଙ୍କ ବିଜୁଳି ସମସ୍ୟା, ଗଭୀର ନଳକୂପ, ଘରୋଇ ବିଜୁଳି, ସମସ୍ତ ଚାଷୀଙ୍କୁ ଋଣମୁକ୍ତ କରିବା, ଅଙ୍ଗ ନଦୀବନ୍ଧ ଯୋଜନାରେ ବ୍ୟାରେଜ କରି ପାଇକମାଳ, ପଦ୍ମପୁର ଚାଷୀଙ୍କୁ ଜଳସେଚନ ବ୍ୟବସ୍ଥା, ଧାନ ମଣ୍ଡିର ସୁପରିଚାଳନା, ଇନ୍‌ପୁଟ ଓ ବୀମା ଟଙ୍କା ତୁରନ୍ତ ପ୍ରଦାନ କରିବାକୁ ବୈଠକରେ ଆଲୋଚନା କରାଯାଇଥିଲା।

କରି ଉକ୍ତ ଦାବିଗୁଡିକୁ ନେଇ ଆସନ୍ତା ୩୦ ତାରିଖରେ ଜୟ କିଷାନ ଆନ୍ଦୋଳନ ପକ୍ଷରୁ ଚାଷୀମାନେ ପାଇକମାଳ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବେ ବୋଲି ସଭାପତି ରଣା କହିଥିଲେ। ବୈଠକରେ ସମ୍ପାଦକ ବାଳକୃଷ୍ଣ ବନଛୋର, କ୍ଷେତ୍ରୀ ଲୁହାର, ରାସ ବିହାରୀ ସାହୁ, ଚୂଡ଼ାମଣି ମିଶ୍ର, ନାରୀ ନେତ୍ରୀ ଦେବକୀ ଭାଟ, କ୍ଷୀରବତୀ ନାୟକ, ରୂପଧର ସାହୁ, ହରି ଧରୁଆ, ହରିଚନ୍ଦ୍ର କଲାରୀ, ବନମାଳି ଚନ୍ଦନ, ଲକ୍ଷଣ ପ୍ରଧାନ ପ୍ରମୁଖ ଚାଷୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri