ଚାଷୀମାନଙ୍କ ହକ୍‌ ଲାଗି ତହସିଲ ଅଫିସ ଘେରିବ ଜୟ କିଷାନ ଆନ୍ଦୋଳନ

ପାଇକମାଳ,୫।୧(ବଡ ଶତପଥୀ): ବରଗଡ ଜିଲା ପାଇକମାଳ ବ୍ଲକର ଜୟ କିଷାନ ଆନ୍ଦୋଳନ ପକ୍ଷରୁ ନୃସିଂହନାଥ ନିଃସର୍ଗ ନିବାସଠାରେ ଶୁକ୍ରବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଚାଷୀମାନଙ୍କ ହକ୍‌, ଅଧିକାର ପାଇଁ ଜୟ କିଷାନ ଆନ୍ଦୋଳନ ଦାବି ପୂରଣ ନ ହେବା ଯାଏ ଲଢେଇ ଜାରି ରଖିବ ବୋଲି ସଭାପତି ବିଶ୍ୱନାଥ ରଣା କହିଛନ୍ତି। ଚାଷୀଙ୍କ ବିଜୁଳି ସମସ୍ୟା, ଗଭୀର ନଳକୂପ, ଘରୋଇ ବିଜୁଳି, ସମସ୍ତ ଚାଷୀଙ୍କୁ ଋଣମୁକ୍ତ କରିବା, ଅଙ୍ଗ ନଦୀବନ୍ଧ ଯୋଜନାରେ ବ୍ୟାରେଜ କରି ପାଇକମାଳ, ପଦ୍ମପୁର ଚାଷୀଙ୍କୁ ଜଳସେଚନ ବ୍ୟବସ୍ଥା, ଧାନ ମଣ୍ଡିର ସୁପରିଚାଳନା, ଇନ୍‌ପୁଟ ଓ ବୀମା ଟଙ୍କା ତୁରନ୍ତ ପ୍ରଦାନ କରିବାକୁ ବୈଠକରେ ଆଲୋଚନା କରାଯାଇଥିଲା।

କରି ଉକ୍ତ ଦାବିଗୁଡିକୁ ନେଇ ଆସନ୍ତା ୩୦ ତାରିଖରେ ଜୟ କିଷାନ ଆନ୍ଦୋଳନ ପକ୍ଷରୁ ଚାଷୀମାନେ ପାଇକମାଳ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବେ ବୋଲି ସଭାପତି ରଣା କହିଥିଲେ। ବୈଠକରେ ସମ୍ପାଦକ ବାଳକୃଷ୍ଣ ବନଛୋର, କ୍ଷେତ୍ରୀ ଲୁହାର, ରାସ ବିହାରୀ ସାହୁ, ଚୂଡ଼ାମଣି ମିଶ୍ର, ନାରୀ ନେତ୍ରୀ ଦେବକୀ ଭାଟ, କ୍ଷୀରବତୀ ନାୟକ, ରୂପଧର ସାହୁ, ହରି ଧରୁଆ, ହରିଚନ୍ଦ୍ର କଲାରୀ, ବନମାଳି ଚନ୍ଦନ, ଲକ୍ଷଣ ପ୍ରଧାନ ପ୍ରମୁଖ ଚାଷୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri