ଜୟ ମହାକାଳ ଫାଉଣ୍ଡେସନର ରକ୍ତଦାନ ଶିବିର , ଥାଲାସେମିଆ ରୋଗୀଙ୍କ ପାଇଁ ବଡ଼ ପଦକ୍ଷେପ

ଯାଜପୁର,୨୪।୯: ରକ୍ତଦାନ ମହତଦାନ । ଏହା ଆଉ ଏକ ଜୀବନକୁ ବଞ୍ଚେଇ ରଖେ । ଯାହା ସମସ୍ତଙ୍କ ଭାଗ୍ୟରେ ନ ଥାଏ । ଜରୁରୀକାଳୀନ ପରିସ୍ଥିତି ପାଇଁ ରକ୍ତଦାନ କରି ବହୁ ସଂଖ୍ୟକ ରକ୍ତଦାତା ଏକଥା କହିଛନ୍ତି । ଯାଜପୁରର ଏକ ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ଜୟ ମହାକାଳ ଫାଉଣ୍ଡେସନ ତରଫରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି । ରକ୍ତ ଅଭାବରୁ ଅନେକ ରୋଗୀଙ୍କ ଜୀବନ ଯାଉଛି । ତେଣୁ ଥାଲାସେମିଆ ରୋଗୀଙ୍କ ପାଇଁ ରକ୍ତ ଅଭାବ ଦୂର କରିବାକୁ ଏଭଳି ଏକ ମହତ ଶିବିରର ଆୟୋଜନ ହୋଇଛି । ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟ ପ୍ରଭାତ କୁମାର ସେଠୀଙ୍କ ଜନ୍ମଦିନ ଅବସରରେ ଏପରି ମହତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

ଏଥିରେ ମୁଖ୍ୟ ଅତିଥି ରୂପେ କୋରାଇ ଥାନା ଅଧିକାରୀ ସଞ୍ଜୀବ କୁମାର ପରିଡ଼ା ଯୋଗଦେଇ ଶିବିରକୁ ଉଦଘାଟନ କରିଥିଲେ । ଏଥିସହ ସମ୍ମାନିତ ଅତିଥି ଭାବେ ସବଇନସ୍ପେକ୍ଟର ସୁଦର୍ଶନ ସେଠୀ ଯୋଗ ଦେଇଥିଲେ। ତେବେ ଏହି ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ବିଭିନ୍ନ ଆଡୁ ରକ୍ତଦାତା ଆସି ରକ୍ତଦାନ କରିବା ସହ ଏଥିରେ ମୋଟ ୨୧ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି । ଫାଉଣ୍ଡେସନର ବହୁ ସଂଖ୍ୟକ ସଦସ୍ୟ ସଦସ୍ୟା ଏଥିରେ ଯୋଗ ଦେଇ କାର୍ଯ୍ୟକ୍ରମଟିକୁ ସଫଳ କରାଇଛନ୍ତି। ରାଜେଶ କୁମାର ରାଉତ, ପପୁନ, ଅନିଲ, ଦୁଷ୍ମନ୍ତ, ଦେବରାଜ, ମିଲନ କୁମାର, ଅରବିନ୍ଦ ସାହୁ, ଶ୍ରୀରାମ କୁମାର ସାହୁ, ଅନନ୍ତ ତରାଇ, ରାକେଶ କୁମାର ସାହୁ, ଚିନ୍ମୟ କୁମାର ଦାସ, ପ୍ରଦୀପ କୁମାର ଦାସ, ମନୋଜ କୁମାର ଦାସ, ସରୋଜ ପ୍ରଧାନ, ପ୍ରଦୀପ କୁମାର ଯେନା, ଲୋକନାଥ ସେନାପତି , ପ୍ରତାପ କେଶରୀ ମହାପାତ୍ର, ରାଜେନ୍ଦ୍ର ତରାଇ, ଶୁଭଶ୍ରୀ ସାହୁ, ଶ୍ରଦ୍ଧାଞ୍ଜଳି ସାହୁ, ପୂଜାରାଣୀ ସାହୁ, ପ୍ରାର୍ଥନା ଦାସ ଆଦି କାର୍ଯ୍ୟକ୍ରମଟିକୁ ସୂଚାରୁରୂପେ ତୁଲାଇଥିଲେ । ତେବେ ଆଗାମୀ ଦିନରେ ମଧ୍ୟ ଏହିପରି ମହତ କାର୍ଯ୍ୟକ୍ରମ ଜୟ ମହାକାଳ ଫାଉଣ୍ଡେସନ ତରଫରୁ ଜାରି ରହିବ ବୋଲି ଫାଉଣ୍ଡେସନ ତରଫରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

କାର-ବୁଲେଟ୍ ମୁହାଁମୁହିଁ ଧକ୍କା, ଚାଲିଗଲା ବିଏସଏଫ ଯବାନଙ୍କ ଜୀବନ

ରିଆମାଳ,୧୬।୮(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ଥାନା କଟାସର ଶିବ ମନ୍ଦିର‌ ଘାଟିରେ ଶନିବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିଲା ।…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri