Posted inଜାତୀୟ

ଅତିଥି ଭାବେ ଆମନ୍ତ୍ରିତ କରି ଅପମାନିତ କରିବା କେନ୍ଦ୍ର ସରକାରଙ୍କୁ ଶୋଭା ଦେଉନାହିଁ: ମମତା

କୋଲକାତା,୨୩।୧: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ ଅବସରରେ ଏଠାରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ପୂର୍ବରୁ ରାଜନୈତିକ ଉଷ୍ମତା ଜାରି ରହିଥିବା ବେଳେ ଭିକ୍ଟୋରିଆଲ ମେମୋରିଆଲରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତାଙ୍କ ସହ ରାଜ୍ୟପାଳ ଜଗଦୀପ ଧନଖଡ଼ ଏବଂ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ଉପସ୍ଥିତ ଥିଲେ।

କାର୍ଯ୍ୟକ୍ରମରେ କଳାକାରଙ୍କ ଦ୍ୱାରା ରଙ୍ଗାରଙ୍ଗ ପ୍ରସ୍ତୁତି କରାଯାଇଥିଲା। ହେଲେ ସେଠାରେ ଉପସ୍ଥିତ ଲୋକଙ୍କ ବ୍ୟବହାରରେ ଖପ୍ପା ହୋଇଥିଲେ ରାଜ୍ୟ ମୁଖିଆ। ତାଙ୍କୁ ସମ୍ବୋଧନ ଦେବାକୁ ଡକାଯିବା ସମୟରେ ଦର୍ଶକଙ୍କ ମଧ୍ୟରୁ କିଛି ଲୋକ ‘ଜୟ ଶ୍ରୀରାମ’ ନାରାବାଜି କରିଥିଲେ। ଏହାକୁ ନେଇ ମମତା ଅସନ୍ତୋଷ ପ୍ରକାଶ କରିବା ସହ ଭାଷଣ ଦେବାକୁ ମନା କରିଥିଲେ। ପରେ ମଞ୍ଚ ଉପରକୁ ଆସି କାହାକୁ ଅତିଥି ଭାବେ ଆମନ୍ତ୍ରଣ କରି ଅପମାନିତ କରିବା କେନ୍ଦ୍ର ସରକାରଙ୍କୁ ଶୋଭା ଦେଉନାହିଁ। ଏହା କୌଣସି ଦଳୀୟ କାର୍ଯ୍ୟକ୍ରମ ନୁହେଁ। ସରକାରଙ୍କ ପକ୍ଷରୁ ଆୟୋଜନ କରାଯାଇଥିବା କାର୍ଯ୍ୟକ୍ରମ। ଏହା ସାଧାରଣ ଲୋକଙ୍କ ପାଇଁ ଆୟୋଜନ କରାଯାଇଛି। ଏହି ମଞ୍ଚରେ ସେ କିଛି ବି କହିବେ ନାହିଁ। ଜୟ ହିନ୍ଦ, ଜୟ ବଙ୍ଗଳା ବୋଲି କହି ମମତା ସେଠାରୁ ଚାଲିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

୪ରେ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ପଦଯାତ୍ରାରେ ଯିବେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨ା୮(ପି.ଟି.): ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

ୟୁରୋପରେ ଗ୍ରୀଷ୍ମ ତାଣ୍ଡବ

ଶୀତପ୍ରଧାନ ମହାଦେଶ ୟୁରୋପରେ ଅତ୍ୟଧିକ ଉତ୍ତାପଜନିତ ବିପର୍ଯ୍ୟୟ ଯେ କେତେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି କରିପାରେ, ଏହା ଅବିଶ୍ୱସନୀୟ ହେଲେ ମଧ୍ୟ ୨୦୨୬ ମସିହା ଗ୍ରୀଷ୍ମଋତୁ ତାହାର…

ସମୟର ସଙ୍କେତ

ମଦର ଅଫ୍‌ ଡେମୋକ୍ରାସି ବା ଗଣତନ୍ତ୍ରର ଜନନୀ ହେଉଛି ଭାରତ। ଏହା ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଏକ ଅସ୍ଥାୟୀ ନିର୍ବାଚିତ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri