ରାହୁଲ ଗାନ୍ଧୀଙ୍କୁ ୨ ବର୍ଷ ଦଣ୍ଡାଦେଶ, ଏମ୍‌ପି ପଦ ରଦ୍ଦ ନେଇ ଗର୍ଜିଲେ ଜୟଦେବ

ଆନନ୍ଦପୁର,୫ା୪(ସ୍ବ.ପ୍ର.): ପୁରୁଣା ମାମଲାର ବିଚାର କରି ରାହୁଲ ଗାନ୍ଧୀଙ୍କୁ ସର୍ବାଧିକ ଦୁଇ ବର୍ଷର ଦଣ୍ଡାଦେଶ ଓ ୨୪ ଘଣ୍ଟା ମଧ୍ୟରେ ଏମ୍‌ପି ପଦ ରଦ୍ଦ କରିବା ଘଟଣାକୁ ନେଇ ଆନନ୍ଦପୁରର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ପିସିସି ସଭାପତି ତଥା ପୂର୍ବତନ ମନ୍ତ୍ରୀ ଜୟଦେବ ଜେନା ବୁଧବାର ଏକ ପ୍ରେସ୍‌ ମିଟ୍‌ ଜରିଆରେ କେନ୍ଦ୍ର ସରାକାରଙ୍କୁ ଭର୍ତ୍ସନା କରିବା ସହିତ ଦେଶରେ ଗଣତନ୍ତ୍ର ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଥିବା ପ୍ରକାଶ କରିଛନ୍ତି। ଦେଶ ସ୍ବାଧୀନ ହେବା ପରଠାରୁ ରାହୁଲ ଗାନ୍ଧୀ ପ୍ରଥମ ନେତା ଯାହାଙ୍କ ନାମରେ ମାନହାନି ମୋକଦ୍ଦମା ଦାୟର କରାଯାଇ ସର୍ବାଧିକ ଦୁଇ ବର୍ଷର ଦଣ୍ଡାଦେଶ ଶୁଣାଣି କରାଯିବା ଉଦ୍‌ବେଗର କାରଣ ପାଲଟିଛି। କେନ୍ଦ୍ର ଭାଜପା ସରକାରଙ୍କ ହୀନମନ୍ୟତାର ଜବାବ ୨୦୨୪ ନିର୍ବାଚନରେ ମିଳିବ ବୋଲି ଜେନା କହିଛନ୍ତି। ପୂର୍ବରୁ ଅନେକବାର କଂଗ୍ରେସର ସୋନିଆ ଗାନ୍ଧୀ ହୁଅନ୍ତ କି ରାହୁଲ ସେମାନଙ୍କ ବିରୋଧରେ ଆପତ୍ତିଜନକ ମନ୍ତନ୍ତ୍ୟ ଦେଇଆସୁଥିବା ଭାଜପା ନେତା ରାହୁଲଙ୍କ ସାମାନ୍ୟ ମନ୍ତବ୍ୟକୁ ନେଇ ମାନହାନି ମକୋଦ୍ଦମା ଦାୟର କରିବା ଗଣତନ୍ତ୍ରକୁ ପ୍ରଭାବିତ କରିଥିବା ପ୍ରକାଶ କରିଛନ୍ତି। ସେହିପରି କେନ୍ଦ୍ରର ଭାଜପା ସରକାର ଦେଶର ଅର୍ଥନୀତିକୁ ପୁଞ୍ଜିପତିଙ୍କ ହାତରେ ନ୍ୟସ୍ତ କରି ଲୋକଙ୍କ ସାଧାରଣ ଜୀବନଶୈଳୀକୁ ପ୍ରଭାବିତ କରାଯାଉଥିବା ଭଳି ଅଭିଯୋଗ ଆଣିଛନ୍ତି ଶ୍ରୀକାନ୍ତ। ଏଭଳି ଘଟଣାକୁ ନେଇ ଆନନ୍ଦପୁର ନିର୍ବାଚନମଣ୍ଡଳୀରେ କଂଗ୍ରେସ ଜୟ ଭାରତ ସତ୍ୟାଗ୍ରହ ମାଧ୍ୟମରେ ତୃଣମୂଳ ସ୍ତରରେ ଲୋକଙ୍କ ନିକଟତର ହେବାକୁ ନିଷ୍ପତ୍ତି ନେଇଥିବା ପୂର୍ବତନ ପିସିସି ସଭାପତି ଜୟଦେବ ପ୍ରକାଶ କରିଛନ୍ତି। କେନ୍ଦୁଝର ଜିଲା କଂଗ୍ରେସ ସାଧାରଣ ସମ୍ପାଦକ ହାଡିବନ୍ଧୁ ଖୁଣ୍ଟିଆଙ୍କ ସଂଯୋଜନାରେ ଆୟୋଜିତ ଏହି ପ୍ରେସ୍‌ ମିଟ୍‌ରେ ବରିଷ୍ଠ କଂଗ୍ରେସ ନେତା ଶ୍ରୀଧର ଦଳେଇ, ଅକ୍ଷୟ ମହାନ୍ତି, ନିକୁଞ୍ଜ ବିହାରୀ ମିଶ୍ର, ଯୁବ କଂଗ୍ରେସ ନେତା ବିଷ୍ଣୁ ପ୍ରସାଦ ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବୁଲେଟ୍ ମୁହାଁମୁହିଁ ଧକ୍କା, ଚାଲିଗଲା ବିଏସଏଫ ଯବାନଙ୍କ ଜୀବନ

ରିଆମାଳ,୧୬।୮(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ଥାନା କଟାସର ଶିବ ମନ୍ଦିର‌ ଘାଟିରେ ଶନିବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିଲା ।…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

୨୦୨୯ ନିର୍ବାଚନ ପାଇଁ BJPର ମାଷ୍ଟରପ୍ଲାନ୍‌, କାଲି ଘୋଷଣା ହେବ ନୂଆ ଟିମ୍‌! ଏହି ନେତାଙ୍କୁ ମିଳିବ ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୬।୮: ଭାଜପାରେ ଖୁବ୍‌ଶୀଘ୍ର ଏକ ବଡ଼ ସାଂଗଠନିକ ପୁନର୍ଗଠନ ହେବାକୁ ଯାଉଛି । ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ଦଳର ନୂଆ ଟିମ୍‌ ଘୋଷଣା…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

‘ଯଦି ତୁମର ଲଜ୍ଜା ଅଛି, ତେବେ ହାତ ଯୋଡି ୧୪୦ କୋଟି ଜନତାଙ୍କୁ କ୍ଷମା ମାଗ’, କାହିଁକି ସୋନିଆଙ୍କୁ ଏମିତି କହିଲେ ଶାହା

ନୂଆଦିଲ୍ଲୀ,୧୬।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବର୍ତ୍ତମାନ ରାଜସ୍ଥାନ ଗସ୍ତରେ ଅଛନ୍ତି। ତାଙ୍କ ଗସ୍ତ ସମୟରେ ସେ ମନ୍ତବ୍ୟ ଦେଇଥିଲେ ଯେ କଂଗ୍ରେସ ଦଳର ମୁଖ୍ୟାଳୟରେ ‘ବନ୍ଦେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri