ଜେଲ୍‌ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ

ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍‌ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ ଆହତ ହୋଇଛନ୍ତି ବୋଲି ରାଜ୍ୟ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

ସିନାଲୋଆର ସାର୍ବଜନୀନ ସୁରକ୍ଷା ସଚିବାଳୟ କହିଛି, ଜେଲ୍‌ ଭିତରେ ହୋଇଥିବା ଏହି ସଂଘର୍ଷରେ ୯ ଜଣ କଏଦୀ ଏବଂ ଜଣେ ପରିବାର ସଦସ୍ୟ (ଯିଏ ସାକ୍ଷାତ କରିବାକୁ ଆସିଥିଲେ) ସେ ପ୍ରାଣ ହରାଇଛନ୍ତି।

ସୋସିଆଲ ମିଡିଆରେ ପୋଷ୍ଟ କରାଯାଇଥିବା ଏକ ଭିଡିଓରେ ସିନାଲୋଆର ସାର୍ବଜନୀନ ସୁରକ୍ଷା ସଚିବ ସିନୁହେ ଟେଲେଜ କହିଛନ୍ତି, ମୃତ୍ୟୁବରଣ କରିଥିବା ସେହି ବ୍ୟକ୍ତି ଜଣକ ଜଣେ ନାବାଳକ ଥିଲେ। ଆହତ ୧୬ ଜଣ କଏଦୀଙ୍କୁ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଯାଇଥିବା ସଚିବାଳୟ ପକ୍ଷରୁ କୁହାଯାଇଛି।

ସୁରକ୍ଷା ବାହିନୀର ଏକ ମିଳିତ ଦଳ ଘଟଣାସ୍ଥଳରେ ପହଞ୍ଚିଥିଲେ ଏବଂ ବର୍ତ୍ତମାନ ଜେଲ୍‌୍‌ ପରିସର ଶାନ୍ତ ହୋଇଛି। କର୍ତ୍ତୃପକ୍ଷ ଘଟଣାସ୍ଥଳରେ ଉପସ୍ଥିତ ରହିଥିବା ଜଣାପଡ଼ିଛି।

ସାମାଜିକ କର୍ମୀମାନେ ମୃତକଙ୍କ ପରିବାର ସହ ଯୋଗାଯୋଗ କରୁଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ସତର୍କତାମୂଳକ ପଦକ୍ଷେପ ସ୍ବରୂପ କାରାଗାରକୁ ସାକ୍ଷାତ ଅନୁମତି ସାମୟିକ ଭାବେ ବନ୍ଦ କରାଯାଇଛି ଏବଂ ଅନ୍ୟ କଏଦୀମାନେ ସୁରକ୍ଷିତ ଅଛନ୍ତି।

ସିନାଲୋଆ ହେଉଛି ‘ସିନାଲୋଆ ଡ୍ରଗ କାର୍ଟେଲ’ର ପରସ୍ପର ବିରୋଧୀ ଗୋଷ୍ଠୀଗୁଡ଼ିକ ମଧ୍ୟରେ ଚାଲିଥିବା ସଂଘର୍ଷର ଏକ କ୍ଷେତ୍ର। ସୁରକ୍ଷା ଦୃଷ୍ଟିକୋଣରୁ ଆମେରିକୀୟ ନାଗରିକମାନଙ୍କୁ ଯେଉଁ ଛଅଟି ମେକ୍ସିକାନ ରାଜ୍ୟକୁ ନ ଯିବାକୁ ଆମେରିକାର ବୈଦେଶିକ ବିଭାଗ ପରାମର୍ଶ ଦେଇଥାଏ, ସିନାଲୋଆ ସେଗୁଡ଼ିକ ମଧ୍ୟରୁ ଅନ୍ୟତମ।

ଜେଲ୍‌ରେ ଘଟିଥିବା ଏହି ହିଂସାକାଣ୍ଡ ସେହି ସଂଘର୍ଷ ସହିତ ଜଡ଼ିତ କି ନୁହେଁ, ସେ ସମ୍ପର୍କରେ ଅଧିକାରୀମାନେ କୌଣସି ସୂଚନା ଦେଇନାହାନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍‌ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?