Posted inଜାତୀୟ

୪୦୦ ଟାର୍ଗେଟ ପାଇଁ ଜେଲ

ପିଲିଭିଟ୍‌,୧୩ା୪: ଲୋକ ସଭା ନିର୍ବାଚନରେ ୪୦୦ ଆସନ ଦଖଲ ନେଇ ଦାବି କରୁଥିବା ଲୋକେ ଏତେ ଆତଙ୍କିତ ହୋଇଯାଇଛନ୍ତି, ଯେ ସେମାନେ ମୁଖ୍ୟମନ୍ତ୍ରୀମାନଙ୍କୁ ଜେଲରେ ପୂରାଇ ରଖିଛନ୍ତି ବୋଲି ଶୁକ୍ରବାର ସମାଜବାଦୀ ପାର୍ଟି (ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ସମାଲୋଚନା କରିଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଓ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ଗିରଫ କରି ଜେଲ ପଠାଯିବା ଘଟଣାକୁ ନେଇ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କୁ ସେ ଏଭଳି ଭାଷାରେ ଟାର୍ଗେଟ କରିଛନ୍ତି।
ପ୍ରଦେଶର ପିଲିଭିଟ୍‌ରେ ଏସ୍‌ପିର ଏକ ସଭାକୁ ସମ୍ବୋଧିତ କରି ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ କହିଛନ୍ତି, ଦେଶରେ ଦରଦାମ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ମୂଲ୍ୟ ନିୟନ୍ତ୍ରଣରେ କେନ୍ଦ୍ର ସମ୍ପୂର୍ଣ୍ଣ ବିଫଳ ହୋଇଛି। ଏହି ସରକାର ୩ଟି କଳା ଆଇନ ଆଣିଥିଲେ। ଚାରିଆଡ଼େ ବିରୋଧ ହେବାରୁ କୃଷକଙ୍କ ଶକ୍ତି ଦେଖି ଶେଷରେ ୩ ଆଇନକୁ ପ୍ରତ୍ୟାହାର କରିନେବାକୁ ବାଧ୍ୟ ହେଲେ। ଇଲେକ୍ଟୋରାଲ ବଣ୍ଡ୍‌ ଏବଂ ବିମୁଦ୍ରୀକରଣ କଳାଧନକୁ ଧଳା କରିବାର ମାଧ୍ୟମ ନୁହେଁ କି। ଭାଜପା ବାଲା ଏଥିରେ ନିଜର ସବୁ କଳାଧନକୁ
ଧଳା କରିଦେଇଛନ୍ତି। ଦୁର୍ନୀତି ଏତେ ପରିମାଣରେ ବଢ଼ିଯାଇଛି ଯେ, ୨୦୨୪ ନିର୍ବାଚନରେ ଲୋକେ ଏମାନଙ୍କୁ କ୍ଷମତାଚ୍ୟୁତ କରିବେ ବୋଲି ଅଖିଳେଶ କହିଛନ୍ତି। ନିର୍ବାଚନ ତାରିଖ ଘୋଷଣା ହେବା ପରେ ଏହା ହେଉଛି ଅଖିଳେଶଙ୍କ ପ୍ରଥମ ନିର୍ବାଚନୀ ସଭା। ଏପ୍ରିଲ ୧୯ରେ ପିଲିଭିଟ୍‌ରେ ହେବାକୁ ଥିବା ଲୋକ ସଭା ନିର୍ବାଚନରେ ୧୮ ଲକ୍ଷ ଭୋଟର ମତଦାନ କରିବେ। ୟୁପିରେ ଏସ୍‌ପି ସହ କଂଗ୍ରେସ ଏବଂ ତୃଣମୂଳ କଂଗ୍ରେସ ମେଣ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

୩୦ ତାରିଖରେ ନୁହେଁ ଆଜି ଆସିବ ସାଲାରୀ ଟଙ୍କା, ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍‌ଲୀ,୨୫।୯: ସରକାରୀ କର୍ମଚାରୀଙ୍କ ପାଇଁ ସେପ୍ଟେମ୍ୱର ମାସ ଦୁଇଗୁଣ ଖୁସି ନେଇ ଆସିଛି। ସାଧାରଣତଃ ମାସର ଶେଷ ତାରିଖ ଅର୍ଥାତ ୩୦ କିମ୍ୱା ୩୧ ତାରିଖରେ ମିଳୁଥିବା…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?