ଯୁବକଙ୍କୁ ହତ୍ୟା ଉଦ୍ୟମ କରି ମୁଖ୍ୟ ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୪ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମର ଜି.ବଂଶୀ ଦୋରାଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତ ବି. କାର୍ତ୍ତିିକେଶ୍ୱର ଦୋରାଙ୍କୁ ବୁଧବାର ତଦନ୍ତକାରୀ ଅଧିକାରୀ ଏସ୍‌.ଆଇ ଦୁଷ୍ମନ୍ତ କୁମାର ପ୍ରଧାନଙ୍କୁ କୋର୍ଟ ଚାଲାଣ କରିଛନ୍ତି। ମଙ୍ଗଳବାର ରାତି ସାଢ଼େ ୮ଟାରେ ତାଙ୍କୁ ଗିରଫ କରାଯାଇଥିଲା। କେସ୍‌ ନଂ.୪୭୫/୨୪ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି। ଗତ ସୋମବାର ରାତି ପ୍ରାୟ ସାଢ଼େ ୮ ଟାରେ ଜି.ବଂଶୀ ବାଇକ୍‌ ଯୋଗେ ଘରକୁ ଫେରୁଥିବା ବେଳେ ଗ୍ରାମର ହନୁମାନ ମନ୍ଦିର ସମ୍ମୁଖରେ କାର୍ତ୍ତିକଙ୍କ ସମେତ ଅନ୍ୟ ୮ ଜଣ ତାଙ୍କୁ ପୂର୍ବ ଯୋଜନା ପ୍ରକାରେ ବିଭିନ୍ନ ମାରଣାସ୍ତ୍ରରେ ଘାତକ ଆକ୍ରମଣ କରିଥିଲେ। ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅବସ୍ଥାରେ ସୁଧାର ନ ଆସିବାରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଗ୍ରାମର ଏମ୍‌ଜିଏନ୍‌ଆର୍‌ଜିଏସ୍‌ ଯୋଜନାରେ ରାସ୍ତାକାମକୁ ନେଇ ଘଟଣା ଦିନ ସନ୍ଧ୍ୟାରେ ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମର ୨ ଗୋଷ୍ଠୀ ଯୁବକଙ୍କ ମଧ୍ୟରେ ମାର୍‌ପିଟ୍‌ ହୋଇଥିଲା। ପରେ ଗୋଟିଏ ଗୋଷ୍ଠୀ ଗାଁକୁ ଫେରି ବଂଶୀଙ୍କୁ ମରଣାନ୍ତକ ଆକ୍ରମଣ କରି ଫେରାର ହୋଇଯାଇଥିଲେ ବୋଲି ଆଇଆଇସି ପ୍ରଶାନ୍ତ କୁମାର ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri