ଭୁଲ୍‌ ସତ୍ୟପାଠ ଦାଖଲ କଲେ ଜେଲ

ଭୁବନେଶ୍ୱର,୧ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟରେ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନରେ ସଂଶୋଧନ ପାଇଁ ୩ଟି ଅଧ୍ୟାଦେଶକୁ ଅନୁମୋଦନ କରାଯାଇଛି। ଓଡ଼ିଶା ଗ୍ରାମପଞ୍ଚାୟତ ଅଧିନିୟମ-୧୯୬୪, ଓଡ଼ିଶା ପଞ୍ଚାୟତ ସମିତି ଅଧିନିୟମ-୧୯୫୯ ଏବଂ ଓଡ଼ିଶା ଜିଲା ପରିଷଦ ଅଧିନିୟମ-୧୯୯୧ରେ ଆବଶ୍ୟକ ସଂଶୋଧନ ଅଧ୍ୟାଦେଶ ମାଧ୍ୟମରେ କରାଯାଇଛି। ଏଣିକି ପଞ୍ଚାୟତିରାଜ ନିର୍ବାଚନରେ ଅଂଶଗ୍ରହଣ କରୁଥିବା ପ୍ରାର୍ଥୀଙ୍କ ନିମନ୍ତେ ସତ୍ୟପାଠ ଦାଖଲ ବାଧ୍ୟତାମୂଳକ କରାଯାଇଛି। ପ୍ରାର୍ଥୀମାନେ ନିଜର ଆପରାଧିକ, ଶିକ୍ଷାଗତ ଓ ସମ୍ପତ୍ତି ଆଦି ସମ୍ପର୍କରେ ସତ୍ୟପାଠରେ ଉଲ୍ଲେଖ କରିବେ। ଭୁଲ ତଥ୍ୟ ଦେଲେ ଜେଲଦଣ୍ଡ ସହ ଜରିମାନାର ବ୍ୟବସ୍ଥା ରହିଛି । ସେହିପରି ବିପର୍ଯ୍ୟୟ ପରିଚାଳନାକୁ ମଧ୍ୟ ଆଇନଗତ ଭାବେ ଲାଗୁ କରାଯାଇଛି। ଫଳରେ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ପଞ୍ଚାୟତ ପ୍ରତିନିଧିମାନେ ବିପର୍ଯ୍ୟୟ ପରିଚାଳନାରେ ସାମିଲ ହେବାକୁ ବାଧ୍ୟ ହେବେ । ଏହାଛଡ଼ା ଓଡ଼ିଶା ରାଜ୍ୟ ଗୃହ ନିର୍ମାଣ ବୋର୍ଡ ଓ ବିଡିଏର ୧୬ଟି ପ୍ରକଳ୍ପରେ ଘର ଓ ଦୋକାନ ନେଇଥିବା ପ୍ରାୟ ୫୨୩୫ ଜଣ ଲିଜ୍‌ଧାରୀଙ୍କୁ ମାଲିକାନା ସ୍ବତ୍ୱ ମିଳିବ। ସେମାନେ ଆବଶ୍ୟକ ସ୍ଥଳେ ନିଜର ଘରକୁ ବନ୍ଧକ ଓ ବିକ୍ରି କରିପାରିବେ। ଏ ନେଇ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁର କରିଛି। ରାଜ୍ୟ ସରକାର ଓଡ଼ିଶା ସରକାରୀ ମହାବିଦ୍ୟାଳୟ ଗ୍ରନ୍ଥାଗାରିକ (ନିଯୁକ୍ତି ଓ ସେବା ସର୍ତ୍ତ) ନିୟମାବଳୀ-୨୦୧୭କୁ ସଂଶୋଧନ କରିବେ। ସରକାରୀ ମହାବିଦ୍ୟାଳୟରେ କନିଷ୍ଠ ଗ୍ରନ୍ଥାଗାରିକ ଚୟନ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ଉକ୍ତ ନିୟମାବଳୀରେ ସଂଶୋଧନ କରାଯିବ। କନିଷ୍ଠ ଗ୍ରନ୍ଥାଗାରିକ ପଦବୀ ନିମନ୍ତେ ପ୍ରତିଯୋଗିତାମୂଳକ ପରୀକ୍ଷା ରାଜ୍ୟ ଚୟନ ବୋର୍ଡ ଦ୍ୱାରା ପରିଚାଳିତ ହେବ। କେଉଁ ତାରିଖରେ କେଉଁଠି ପରୀକ୍ଷା ହେବ ତାହା ବୋର୍ଡ ନିର୍ଦ୍ଧାରଣ କରିବ। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛି। ସେହିପରି ସରକାରୀ କଲେଜ ପ୍ରୟୋଗଶାଳା ସହାୟତା ତଥା ଭଣ୍ଡାର ରକ୍ଷକ (ନିଯୁକ୍ତି ଓ ସେବାସର୍ତ୍ତ) ନିୟମାବଳୀ ୨୦୧୭ର ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ଦେଇଛି। ଏହି ସଂଶୋଧନ ପରେ ପ୍ରୟୋଗଶାଳା ସହାୟତା ତଥା ଭଣ୍ଡାର ରକ୍ଷକ ପଦବୀ ନିମନ୍ତେ ପ୍ରତିଯୋଗିତାମୂଳକ ପରୀକ୍ଷା ରାଜ୍ୟ ଚୟନ ବୋର୍ଡ ଦ୍ୱାରା ପରିଚାଳିତ ହେବ। ଓଡ଼ିଶା ସରକାରୀ ମହାବିଦ୍ୟାଳୟ ଶାରୀରିକ ଶିକ୍ଷା ଶିକ୍ଷକ (ପିଇଟି) ନିଯୁକ୍ତି ଓ ସେବାସର୍ତ୍ତ ନିୟମାବଳୀ ୨୦୧୭ର ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ କାମନା କଲେ ଦେବେଶ ଆଚାର୍ଯ୍ୟ

ବରଗଡ଼,୨୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ତୃତୀୟଥର ପାଇଁ ଦେବେଶ ଆଚାର୍ଯ୍ୟଙ୍କ ନାମ...

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଭାଜପା କୋର କମିଟି ବୈଠକ, ଖୁବଶୀଘ୍ର ଘୋଷଣା ହେବ ଲୋକ ସଭା-ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୯ା୩: ଆଗାମୀ ବିଧାନସଭା ପାଇଁ ଭାଜପାର ପ୍ରାର୍ଥୀ ତାଲିକା ଏବଂ ଓଡିଶାରେ ଅବଶିଷ୍ଟ ଲୋକସଭା ଆସନ ଖୁବ ଶୀଘ୍ର ପ୍ରକାଶ ପାଇବ। ସୂତ୍ରରୁ ପ୍ରକାଶ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri