ଟ୍ରେନ୍‌ରେ ବାଣ ପରିବହନ କଲେ ଜେଲ

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଦୀପାବଳି ପାଖେଇ ଆସୁଥିବାରୁ ବାଣଜନିତ ସମ୍ଭାବ୍ୟା ବିପଦକୁ ଏଡାଇବା ଲାଗି ପୂର୍ବତଟ ରେଳପଥ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଟ୍ରେନରେ ବାଣ ଓ ଅନ୍ୟାନ୍ୟ ଦହନଶୀଳ ସାମଗ୍ରୀର ବେଆଇନ ପରିବହନକୁ ବାରଣ କରାଯାଇଛି। ଯାତ୍ରୀ ପରିବହନ କରୁଥିବା ଟ୍ରେନ୍‌ରେ ବାଣ, ଗ୍ୟାସ ସିଲିଣ୍ଡର, ଏସିଡ୍‌, ପେଟ୍ରୋଲ, କିରୋସିନ ଆଦି ଦହନଶୀଳ ସାମଗ୍ରୀ ପରିବହନ କରିବା ରେଳପଥ ଅଧିନିୟମ ୧୯୮୯ ଅନୁଯାୟୀ ଦଣ୍ଡନୀୟ ଅପରାଧ। ଏଥିପାଇଁ ୩ବର୍ଷ ପର୍ଯ୍ୟନ୍ତ କାରାଦଣ୍ଡ ହୋଇପାରେ।
ଟ୍ରେନ ଯାତ୍ରାକୁ ସୁରକ୍ଷିତ କରିବା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଆରମ୍ଭ ହୋଇଥିବା ସ୍ବତନ୍ତ୍ର ଅଭିଯାନରେ ଯାତ୍ରୀଙ୍କ ସହଯୋଗ ମଧ୍ୟ ଲୋଡ଼ାଯାଇଛି। ଯାତ୍ରୀମାନେ ଏଥିପ୍ରତି ସଜାଗ ରହିବାକୁ କୁହାଯାଇଛି। ଏ ସଂକ୍ରାନ୍ତ ନିୟମ ଉଲ୍ଲଂଘନ ହେଉଥିବା ନଜରକୁ ଆସିଲେ ରେଳ ସୁରକ୍ଷା ବଳ (ଆର୍‌ପିଏଫ) କର୍ମଚାରୀ, ସରକାରୀ ରେଳ ପୋଲିସ, ଟିଟିଇ, କୋଚ୍‌ ସେବକ ଓ ଷ୍ଟେଶନ ପରିଚାଳକଙ୍କ ସମେତ ଅନ୍‌ବୋର୍ଡ କର୍ମଚାରୀଙ୍କୁ ସୂଚନା ଦେବାପାଇଁ ପରାମର୍ଶ ଦିଆଯାଇଛି। ଏଥିସହ ରେଳପଥର ହେଲ୍ପ ଲାଇନ ନଂ.୧୩୯କୁ କଲ୍‌ କରି ଜଣାଇବାକୁ ଯାତ୍ରୀମାନଙ୍କୁ ଅନୁରୋଧ କରାଯାଇଛି। ଏହି ସୁରକ୍ଷା ବ୍ୟବସ୍ଥା ସହିତ ପୂର୍ବତଟ ରେଳପଥ ରେଳ ଷ୍ଟେଶନଗୁଡିକରେ ସର୍ବସାଧାରଣ ଘୋଷଣା ମାଧ୍ୟମରେ ଯାତ୍ରୀମାନଙ୍କୁ ଅଗ୍ନି ନିର୍ବାପକ ବିପଦ ବିଷୟରେ ସଚେତନ କରୁଛି। ପାର୍ସଲ ଭ୍ୟାନରେ ଲୋଡ୍‌ ହୋଇଥିବା ପାର୍ସଲ ଏବଂ ଲଗେଜଗୁଡିକର ନିରାପଦ ପରିଚାଳନାକୁ ସୁନିଶ୍ଚିତ କରିବା ଉପରେ ମଧ୍ୟ ସ୍ବତନ୍ତ୍ର ଦଳ ଧ୍ୟାନ ଦେଉଛି। ନିରାପତ୍ତା ବୃଦ୍ଧି କରାଇବା ପାଇଁ ଟ୍ରେନ ଏସ୍‌କର୍ଟିଙ୍ଗ ଟିମ୍‌ ଏବଂ ମେରୀ ସହେଲି ଦଳକୁ ଉଭୟ ଯାତ୍ରୀବାହୀ ଟ୍ରେନ ଓ ଲଗେଜ ଉପରେ କଡା ନଜର ରଖିବା ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri