Posted inରାଜ୍ୟ

ବିବାହ ମଣ୍ଡପରୁ ଜେଲ୍‌, ଆଉ ଜେଲରୁ ବିବାହ ବେଦୀ

ବାଲେଶ୍ୱର ଅଫିସ, ୨୨।୨- ବିବାହ ପାଇଁ ଅରାଜି ହେବାରୁ ପ୍ରେମିକାଙ୍କ ଅଭିଯୋଗକ୍ରମେ ଜେଲ୍‌ ଯାଇଥିଲେ ପ୍ରେମିକ। ପରେ ବାହା ହେବାକୁ ସମ୍ମତି ଜଣାଇବାରୁ କୋର୍ଟଙ୍କ ନିର୍ଦ୍ଦେଶ ପରେ ପୋଲିସ ପ୍ରେମିକଙ୍କୁ ଜେଲ୍‌ରୁ ବିବାହ ମଣ୍ଡପକୁ ଆଣିଥିଲା। ସୋମବାର ମନ୍ଦିରରେ ହାତଗଣ୍ଠି ପଡିବା ପରେ ପୁଣି ଜେଲକୁ ଫେରିଯାଇଛନ୍ତି ଯୁବକ। ଜାମିନ ପାଇଁ ପ୍ରେମିକ ଆବେଦନ କରିଥିବାରୁ କୋର୍ଟ ଏହି ବିବାହ ପାଇଁ ନିର୍ଦ୍ଦେଶ ଦେଇଥିଲେ ବୋଲି ବାଲେଶ୍ୱର ଶିଳ୍ପାଞ୍ଚଳ ଥାନା ଆଇଆଇସି ମିନତୀ ବିଶ୍ୱାଳ ପ୍ରକାଶ କରିଛନ୍ତି। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ବସ୍ତା ଥାନା ରୂପ୍‌ସା ଅଞ୍ଚଳରେ।

କେନ୍ଦ୍ରାପଡ଼ା ଜିଲା ରାଜକନିକା ଅଞ୍ଚଳ ମତାପଡ଼ା ଗ୍ରାମର ଦେବୀ ପ୍ରସାଦ ମିଶ୍ର ୨୦୧୯ରେ ଏକ ବ୍ୟାଟେରୀ କମ୍ପାନୀରେ ଏରିଆ ମ୍ୟାନେଜର ଭାବେ କାର୍ଯ୍ୟ କରୁଥିବା ବେଳେ ସେଠାରେ କାମ କରୁଥିବା ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବତୀଙ୍କ ମଧ୍ୟରେ ଗଢ଼ି ଉଠିଥିବା ପ୍ରେମ ସମ୍ପର୍କ। ଏହି ଘଟଣା ଦେବୀପ୍ରସାଦଙ୍କ ପରିବାର ଲୋକେ ଜାଣିବା ପରେ ବିରୋଧ କରିଥିଲେ। ଦେବୀପ୍ରସାଦ ଯୁବତୀଙ୍କଠାରୁ ଦୂରେଇ ଯିବାକୁ ଚେଷ୍ଟା କରୁଥିବା ବେଳେ ଯୁବତୀ ଜଣକ ତାଙ୍କ ଗ୍ରାମରେ ପହଞ୍ଚତ୍ ପରିବାର ଲୋକଙ୍କୁ ବୁଝାଇଥିଲେ। ହେଲେ ପରିବାର ଲୋକେ ଅରାଜି ହେବାରୁ ଯୁବତୀ ଜଣକ ୨୦୨୦ ସେପ୍ଟେମ୍ବର ୨୦ରେ ଶିଳ୍ପାଞ୍ଚଳ ଥାନାରେ ଦେଇଥିଲେ ଲିଖିତ ଅଭିଯୋଗ । ପୋଲିସ ମାମଲା (ନଂ. ୧୯/୨୦) ରୁଜୁ କରି ଦେବୀପ୍ରସାଦଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ଯୁବକଙ୍କୁ ଜେଲ୍‌ ପଠାଇ ଦିଆଯାଇଥିଲା। ପରେ ଯୁବକଜଣକ ବିବାହ ଲାଗି ସହମତି ପ୍ରକାଶ କରିବାରୁ ଆଇନଜୀବୀ ଜାମିନ ପାଇଁ ଆବେଦନ କରିଥିଲେ। କୋର୍ଟ ଜାମିନକୁ ସ୍ଥଗିତ ରଖି ପ୍ରଥମେ ପୋଲିସ ମାଧ୍ୟମରେ ବିବାହ କାର୍ଯ୍ୟ ସମ୍ପନ୍ନ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଯୁବତୀଜଣକ ଧର୍ମ ପରିବର୍ତ୍ତନ କରିବା ପରେ ନିର୍ଦ୍ଦେଶ ଅନୁଯାୟୀ ପୋଲିସ ଯୁବକଙ୍କୁ ଜେଲରୁ ମନ୍ଦିରରେ ସଜାଯାଇଥିବା ବିବାହ ମଣ୍ଡପକୁ ଆଣିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri