Posted inରାଜ୍ୟ

ବିବାହ ମଣ୍ଡପରୁ ଜେଲ୍‌, ଆଉ ଜେଲରୁ ବିବାହ ବେଦୀ

ବାଲେଶ୍ୱର ଅଫିସ, ୨୨।୨- ବିବାହ ପାଇଁ ଅରାଜି ହେବାରୁ ପ୍ରେମିକାଙ୍କ ଅଭିଯୋଗକ୍ରମେ ଜେଲ୍‌ ଯାଇଥିଲେ ପ୍ରେମିକ। ପରେ ବାହା ହେବାକୁ ସମ୍ମତି ଜଣାଇବାରୁ କୋର୍ଟଙ୍କ ନିର୍ଦ୍ଦେଶ ପରେ ପୋଲିସ ପ୍ରେମିକଙ୍କୁ ଜେଲ୍‌ରୁ ବିବାହ ମଣ୍ଡପକୁ ଆଣିଥିଲା। ସୋମବାର ମନ୍ଦିରରେ ହାତଗଣ୍ଠି ପଡିବା ପରେ ପୁଣି ଜେଲକୁ ଫେରିଯାଇଛନ୍ତି ଯୁବକ। ଜାମିନ ପାଇଁ ପ୍ରେମିକ ଆବେଦନ କରିଥିବାରୁ କୋର୍ଟ ଏହି ବିବାହ ପାଇଁ ନିର୍ଦ୍ଦେଶ ଦେଇଥିଲେ ବୋଲି ବାଲେଶ୍ୱର ଶିଳ୍ପାଞ୍ଚଳ ଥାନା ଆଇଆଇସି ମିନତୀ ବିଶ୍ୱାଳ ପ୍ରକାଶ କରିଛନ୍ତି। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ବସ୍ତା ଥାନା ରୂପ୍‌ସା ଅଞ୍ଚଳରେ।

କେନ୍ଦ୍ରାପଡ଼ା ଜିଲା ରାଜକନିକା ଅଞ୍ଚଳ ମତାପଡ଼ା ଗ୍ରାମର ଦେବୀ ପ୍ରସାଦ ମିଶ୍ର ୨୦୧୯ରେ ଏକ ବ୍ୟାଟେରୀ କମ୍ପାନୀରେ ଏରିଆ ମ୍ୟାନେଜର ଭାବେ କାର୍ଯ୍ୟ କରୁଥିବା ବେଳେ ସେଠାରେ କାମ କରୁଥିବା ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବତୀଙ୍କ ମଧ୍ୟରେ ଗଢ଼ି ଉଠିଥିବା ପ୍ରେମ ସମ୍ପର୍କ। ଏହି ଘଟଣା ଦେବୀପ୍ରସାଦଙ୍କ ପରିବାର ଲୋକେ ଜାଣିବା ପରେ ବିରୋଧ କରିଥିଲେ। ଦେବୀପ୍ରସାଦ ଯୁବତୀଙ୍କଠାରୁ ଦୂରେଇ ଯିବାକୁ ଚେଷ୍ଟା କରୁଥିବା ବେଳେ ଯୁବତୀ ଜଣକ ତାଙ୍କ ଗ୍ରାମରେ ପହଞ୍ଚତ୍ ପରିବାର ଲୋକଙ୍କୁ ବୁଝାଇଥିଲେ। ହେଲେ ପରିବାର ଲୋକେ ଅରାଜି ହେବାରୁ ଯୁବତୀ ଜଣକ ୨୦୨୦ ସେପ୍ଟେମ୍ବର ୨୦ରେ ଶିଳ୍ପାଞ୍ଚଳ ଥାନାରେ ଦେଇଥିଲେ ଲିଖିତ ଅଭିଯୋଗ । ପୋଲିସ ମାମଲା (ନଂ. ୧୯/୨୦) ରୁଜୁ କରି ଦେବୀପ୍ରସାଦଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ଯୁବକଙ୍କୁ ଜେଲ୍‌ ପଠାଇ ଦିଆଯାଇଥିଲା। ପରେ ଯୁବକଜଣକ ବିବାହ ଲାଗି ସହମତି ପ୍ରକାଶ କରିବାରୁ ଆଇନଜୀବୀ ଜାମିନ ପାଇଁ ଆବେଦନ କରିଥିଲେ। କୋର୍ଟ ଜାମିନକୁ ସ୍ଥଗିତ ରଖି ପ୍ରଥମେ ପୋଲିସ ମାଧ୍ୟମରେ ବିବାହ କାର୍ଯ୍ୟ ସମ୍ପନ୍ନ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଯୁବତୀଜଣକ ଧର୍ମ ପରିବର୍ତ୍ତନ କରିବା ପରେ ନିର୍ଦ୍ଦେଶ ଅନୁଯାୟୀ ପୋଲିସ ଯୁବକଙ୍କୁ ଜେଲରୁ ମନ୍ଦିରରେ ସଜାଯାଇଥିବା ବିବାହ ମଣ୍ଡପକୁ ଆଣିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri