Posted inରାଜ୍ୟ

ଜେଲ ମୋ ପାଇଁ ତୀର୍ଥକ୍ଷେତ୍ର: ପ୍ରଶାନ୍ତ ଜଗଦ୍ଦେବ

ଖୋର୍ଦ୍ଧା,୧୪।୬(ପ୍ରଭାତ ପାଣିଗ୍ରାହୀ): ଇଭିଏମ୍‌ ଭଙ୍ଗାରୁଜା ମାମଲାରେ ନବନିର୍ବାଚିତ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ହାଇକୋର୍ଟ ବୁଧବାର ନିୟମିତ ଜାମିନ ପ୍ରଦାନ କରିଥିଲେ। ତେବେ ଜାମିନ ଉପରେ ନିମ୍ନ ଅଦାଳତ ସର୍ତ୍ତ ନିର୍ଦ୍ଧାରଣ କରିବେ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଗୁରୁବାର ଖୋର୍ଦ୍ଧା ଜେଏମ୍‌ଏଫ୍‌ସି କୋର୍ଟରେ ଜଗଦ୍ଦେବ ବ୍ୟକ୍ତିଗତ ଭାବେ ହାଜର ହେବା ପରେ ତାଙ୍କୁ ନିୟମିତ ଜାମିନ ମିଳିଛି। କୋର୍ଟରୁ ସେ ବାହାରିବା ପରେ ଭାଜପା ନେତା ଓ କର୍ମୀମାନେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ।

ଏହି ଅବସରରେ ଜଗଦ୍ଦେବ କହିଛନ୍ତି, ତାଙ୍କ ଗିରଫଦାରି ଏକ ଚକ୍ରାନ୍ତ ଥିଲା। ନ୍ୟାୟାଳୟ ଉପରେ ବିଶ୍ୱାସ ଓ ଭରସା ଥିଲା, ସତ୍ୟର ଜୟ ହୋଇଛି। ଖୋର୍ଦ୍ଧାର ବିକାଶ ପାଇଁ ମହତ୍‌ କାର୍ଯ୍ୟରେ ଜେଲ ଯାଇଥିଲେ ଦୁଃଖ ଲାଗି ନ ଥାନ୍ତା, ଅନ୍ୟମାନେ ରାଗ ଶୁଝାଇବା ପାଇଁ ଜେଲ ଯିବାକୁ ପଡିଲା, ତାକୁ ସହଜରେ ଗ୍ରହଣ କରିପାରୁନାହିଁ। ଅନେକଥର ବିଭିନ୍ନ କାରଣରୁ ଜେଲ ଯାଇଛି। ଜେଲ ମୋ ପାଇଁ ଏକ ତୀର୍ଥକ୍ଷେତ୍ର। ସେଠାରେ ନିରୋଳାରେ ଆତ୍ମବିଶ୍ଳେଷଣ ସୁଯୋଗ ମିଳିଥାଏ ବୋଲି ସେ କହିଛନ୍ତି।

ସେ ଆହୁରି କହିଥିଲେ, ନିର୍ବାଚିତ ହେବା ପରେ କାର୍ଯ୍ୟ ଆରମ୍ଭ କରିଦେଇଛି। ଜେଲରେ ଅନ୍ତେବାସୀଙ୍କ ପାଇଁ ସ୍ଥାନ ପର୍ଯ୍ୟାପ୍ତ ନୁହଁ। ଜିଲା ଜେଲ ପାଇଁ ୨୫ ଏକର ଜମି ଆବଶ୍ୟକ। ଏନେଇ ଜିଲା ପ୍ରଶାସନ ସହ ଆଲୋଚନା କରିଛି। ସେହିପରି ଖୋର୍ଦ୍ଧା କୋର୍ଟ ପାଇଁ ଆବଶ୍ୟକ ୫ ଏକର ଜମି ପାଇଁ ସ୍ଥାନୀୟ ତହସିଲଦାରଙ୍କ ସହ ଆଲୋଚନା କରିଛି। ପାଇକ ସ୍ମାରକୀ ନିର୍ମାଣ ତ୍ୱରାନ୍ବିତ ସହ ପାଇକ ଏକାଡ଼େମୀ ଏବଂ ଖୋର୍ଦ୍ଧାଗଡ଼ର ବିକାଶ ପାଇଁ କାର୍ଯ୍ୟ ତ୍ୱରାନ୍ବିତ କରାଯିବ। ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରକୁ ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ସ୍ଥାନାନ୍ତର, ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ ଖାଲିପଡିଥିବା ଜାଗାର ବ୍ୟବହାର କରାଯିବ। ଖୋର୍ଦ୍ଧା ସହରର ମାଷ୍ଟରପ୍ଲାନ କରାଯିବ। ଏଥିସହିତ ବିଶୁଦ୍ଧ ପାନୀୟଜଳ, ଜଳସେଚନ, ସ୍ବାସ୍ଥ୍ୟର ବିକାଶ ପ୍ରତି ବିଶେଷ ଗୁରୁତ୍ୱ ରହିବ ବୋଲି ଜଗଦ୍ଦେବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri