ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜେଲ୍‌ ଗଲେ ଜେଲ୍‌ ସୁପରିଟେଣ୍ଡେଣ୍ଟ

ଭୁବନେଶ୍ୱର,୭।୯: ଝାରପଡା ଜେଲର ପୂର୍ବତନ ସୁପରିଟେଣ୍ଡେଣ୍ଟ ତଥା କେନ୍ଦୁଝର ଜେଲର ବର୍ତ୍ତମାନର ସୁପରିଟେଣ୍ଡେଣ୍ଟ ଭାବେ କାର୍ଯ୍ୟରତ ସତ୍ୟ ପ୍ରକାଶ ସ୍ବାଇଁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇଛନ୍ତି। ତାଙ୍କୁ ଶନିବାର ଗିରଫ କରାଯାଇଛି।
ରାଜ୍ୟରେ ଗତ କିଛି ମାସ ହେବ ଭିଜିଲାନ୍ସ ସକ୍ରିୟ ହୋଇ ବିଭିନ୍ନ ବିଭାଗରେ କାମ କରୁଥିବା ଦୁର୍ନୀତିଗ୍ରସ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରୁଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା ହେଉ ବା ଲାଞ୍ଚ ମାମଲାରେ ସରକାରୀ କର୍ମଚାରୀଙ୍କୁ ଗିରଫ କରୁଛି । ତେବେ ଦୀର୍ଘ ୭ ବର୍ଷ ପରେ ଜେଲ ବିଭାଗର ଜଣେ ଅଧିକାରୀ ଭିଜିଲାନ୍ସ ଜାଲରେ ପଡିଛନ୍ତି। ଝାରପଡା ଜେଲର ପୂର୍ବତନ ସୁପରିଟେଣ୍ଡେଣ୍ଟ ତଥା କେନ୍ଦୁଝର ଜେଲର ବର୍ତ୍ତମାନର ସୁପରିଟେଣ୍ଡେଣ୍ଟ ଭାବେ କାର୍ଯ୍ୟରତ ସତ୍ୟ ପ୍ରକାଶ ସ୍ବାଇଁଙ୍କୁ ଭିଜିଲାନ୍ସ ଧରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ନେଇ ଜେଲ ସୁପରିଟେଣ୍ଡେଣ୍ଟ ସତ୍ୟପ୍ରକାଶଙ୍କ ନାଁରେ ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ଏକ ମାମଲା ହୋଇଥିଲା। କୋର୍ଟଙ୍କ ନିର୍ଦ୍ଦେଶ ପରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ୭ଟି ସ୍ଥାନରେ ଚଢାଉ କରାଯାଇଥିଲା। କେନ୍ଦୁଝରରେ ଥିବା ଅଫିସ ସହ ସରକାରୀ ବାସଭବନ, ଲକ୍ଷ୍ମୀସାଗରରେ ଥିବା ବାସଭବନ, ଶ୍ୱଶୁର ଘର, ଖଣ୍ଡଗିରି ସିଦ୍ଧିବିହାର ବାସଭବନ, ଝାରପଡା ଜେଲ ପୁରୁଣା କ୍ୱାର୍ଟର୍ସ, ଭଦ୍ରକରେ ଥିବା ପୈତୃକ ଘରେ ଚଢ଼ାଉ ବେଳେ ଘର ଓ ପ୍ଲଟ ଦେଖି କାବା ହୋଇଛି ଭିଜିଲାନ। ଏହା ଚଢ଼ାଉରେ ୧୨ ଜଣ ଡିଏସପି,୧୧ ଜଣ ଇନ୍ସପେକ୍ଟର ସମେତ ଅନ୍ୟାନ କର୍ମଚାରୀ ସାମିଲ ରହିଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି । ଚଢାଉ ବେଳେ ଭିଜିଲାନ୍ସ ଟିମ ସତ୍ୟପ୍ରକାଶଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଖୋଜି ବାହାର କରିଛି। ଏହାସହ ଦାମୀ ମଦ ମଧ୍ୟ କିଛି ଘରୁ ମିଳିବାରୁ ପ୍ରମାଣ ପାଇଛି ଭିଜିଲାନ୍ସ ।
ଭିଜିଲାନ୍ସ ରିପୋର୍ଟ ଅନୁଯାୟୀ ଭୁବନେଶର ଝାରପଡ଼ାରେ ୪ ମହଲା ବିଶିଷ୍ଟ କୋଠା। ୩୩୦୦ ବର୍ଗ ଫୁଟରରେ ହୋଇଥିବା ଏହି କୋଠାର ଦାମ ପ୍ରାୟ ୧.୬୪ କୋଟି ଟଙ୍କା ବୋଲି ଭିଜିଲାନ୍ସ ଟିମ ଜାଣିବାକୁ ପାଇଛି । ସେହିପରି ଭୁବନେଶର, ବଲାଙ୍ଗୀର, ଢେଙ୍କାନାଳରେ ମୂଲ୍ୟବାନ ଘର ଡିହ ପ୍ଲଟ, ଭୁବନେଶର ଧଉଳିରେ ପ୍ଲଟ, ବଲାଙ୍ଗୀରରେ ୨ଟି ପ୍ଲଟ, ଢେଙ୍କାନାଳ ମହିଷାପାଟରେ ପ୍ଲଟର ସନ୍ଧାନ ପାଇଛି ଭିଜିଲାନ୍ସ । ଏହାସହ ୧୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର,ବ୍ୟାଙ୍କ ଓ ପୋଷ୍ଟାଲ ଡିପୋଜିଟରେ ଥିବା ୬.୨୪ ଲକ୍ଷ, ଗୋଟିଏ ଲେଖାଏଁ କାର ଓ ବାଇକ ,୧୪.୪୬ ଲକ୍ଷ ଟଙ୍କାର ଘରୋଇ ସାମଗ୍ରୀ ଠାବ କରିଛି।
ତେବେ ତଦନ୍ତ ଚାଲିଥିବାରୁ ସମ୍ପତ୍ତି ପରିମାଣ ବଢିବାର ସମ୍ଭାବନ ରହିଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି । ୨୦୦୧ ରେ କୁଚିଣ୍ଡା ସବ ଜେଲର ଆସିଷ୍ଟାଣ୍ଟ ଭାବେ ସତ୍ୟପ୍ରକାଶ ସାଇଁ ଚାକିରି ଆରମ୍ଭ କରିଥିଲେ । ଗତ ଜୁନରେ ଝାରପଡାରୁ ବଦଳି ହୋଇ କେନ୍ଦୁଝର ଜିଲା କାରାଗାରର ସୁପରିଟେଣ୍ଡେଣ୍ଟ ଭାବେ ନିଯୁକ୍ତି ପାଇଥିଲେ। ଜେଲରେ କଏଦୀଙ୍କୁ ଭିଆଇପି ଟ୍ରିଟମେଣ୍ଟ ଦେବା ପାଇଁ ଲକ୍ଷାଧିକ ଟଙ୍କା ଟଙ୍କା ନେବା ଓ ଜେଲ ଭିତରେ ଅନ୍ତେବାସୀଙ୍କୁ ନିଶା ଚାଲାଣରେ ଭଳି ସାଙ୍ଘାତିକ ଅଭିଯୋଗ ସତ୍ୟପ୍ରକାଶଙ୍କ ନାଁରେ ପିଟିସନ ଫାଇଲ ହୋଇଥିବା ସୂଚନା ମିଳିଛି ।

 

 


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?