ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ପୂର୍ବତନ ପ୍ରଧାନଶିକ୍ଷକଙ୍କ ସମେତ ୨ଜଣଙ୍କୁ ଜେଲ ଦଣ୍ଡାଦେଶ

ଫୁଲବାଣୀ ଅଫିସ,୧୨।୫: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗ ମାମଲାର ବିଚାର କରି ଶୁକ୍ରବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସମର ବିଳାସ ବେହେରା ଘଟଣାରେ ସମ୍ପୃକ୍ତ ଜଣେ ପୂର୍ବତନ ପ୍ରଧାନଶିକ୍ଷକଙ୍କ ସମେତ ଦୁଇ ଜଣଙ୍କୁ ୪ବର୍ଷ
ଲେଖାଏଁ ଜେଲ ଦଣ୍ଡାଦେଶ ସହ ପ୍ରତ୍ୟେକଙ୍କୁୁ ୧୦ହଜାର ଟଙ୍କା ଜରିମାନା କରିଛନ୍ତି। ଏହା ଅନାଦେୟ କଲେ ସେମାନଙ୍କୁ ଅଧିକ ୬ମାସ ଜେଲ ଭୋଗିବାକୁ ପଡିବ ବୋଲି ଅଦାଲତ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତମାନେ ହେଲେ ଖଜୁରୀପଡା ବ୍ଲକ ଘାଟିତଳ ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ତତ୍ାଳୀନ ପ୍ରଧାନଶିକ୍ଷକ କିଶୋର କୁମାର ଦାସ, ସର୍ବଶିକ୍ଷା ଅଭିଯାନର ବୈଷୟିକ ପରାମର୍ଶଦାତା ପୃଥ୍ବୀରାଜ ଲେଙ୍କା ଓ ବିଦ୍ୟାଳୟ କମିଟି ସଭାପତି ସୁବୀନ୍ଦ୍ର କହଁର।
ସୂଚନାଯୋଗ୍ୟ,୨୦୧୪ରେ ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ସର୍ବଶିକ୍ଷା ଅଭିଯାନ ପକ୍ଷରୁ ୯ଲକ୍ଷ ୯୬ ହଜାର ଟଙ୍କା ମଞ୍ଜୁର ହୋଇଥିଲା। ଏହି ଅର୍ଥରୁ ୮ଲକ୍ଷ ୯୬ ହଜାର ଟଙ୍କା ଉଠାଯାଇଥିଲା। ହେଲେ ଗୃହ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ ନ ଥିଲା। ଅଭିଯୁକ୍ତମାନେ କାମ ନ କରି ଏହି ଅର୍ଥ ହଡପ କରିବା ଅଭିଯୋଗ ହୋଇଥିଲା। ଏ ନେଇ ଭିଜିଲାନ୍ସରେ ଅଭିଯୋଗ ହେବା ପରେ ଡିଏସପି ହରେକୃଷ୍ଣ ବେହେରା ତଦନ୍ତ କରିଥିଲେ। ବ୍ରହ୍ମପୁର ଭିଜିଲାନ୍ସ ଥାନାରେ ୩/୧୪ରେ ଏକ ମାମଲା ରୁଜୁ କରା
ଯାଇଥିଲା। ମୋଟ ୨୧ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଭି.ଭି ରାମଦାସ ମାମଲା ପରିଚାଳନା କରୁଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri