ବେକରେ ଧୋତି ବାନ୍ଧି ଝୁଲିପଡ଼ିଲେ ଜେଲ ଓ୍ବାର୍ଡର

ଭୁବନେଶ୍ୱର,୭ା୩(ତ୍ରିନାଥ ମହାନ୍ତି):ଝାରପଡ଼ା ଜେଲ ପରିସର ସରକାରୀ କ୍ୱାର୍ଟର୍ସରେ ଜଣେ ଜେଲ ଓ୍ବାର୍ଡର ବେକରେ ଧୋତି ବାନ୍ଧି ଫ୍ୟାନ୍‌ରେ ଝୁଲି ଆମତ୍ହତ୍ୟା କରିଛନ୍ତି। ମୃତ ଓ୍ବାର୍ଡର ଜଣକ ହେଲେ ନୟାଗଡ଼ ଜେଲରେ କାର୍ଯ୍ୟରତ ସାରଥୀ ପ୍ରଧାନ। ଖବର ପାଇ ଲକ୍ଷ୍ମୀସାଗର ଥାନା ପୋଲିସ ଝୁଲନ୍ତା ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ କ୍ୟାପିଟାଲ ହସ୍ପିଟାଲ ପଠାଇଛନ୍ତି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ କରୁଛି। ତେବେ ପାରିବାରିକ କଳହ ପାଇଁ ସାରଥୀ ଆତ୍ମହତ୍ୟା କରିଥିବା ଥାନା ଅଧିକାରୀ ପି.ଶ୍ୟାମ ସୁନ୍ଦର କହିଛନ୍ତି।
ସୂଚନାନୁସାରେ, ସାରଥୀ ୨ବର୍ଷ ହେବ ଝାରପଡା ଜେଲ୍‌ରୁ ନୟାଗଡ଼ ଜେଲ୍‌କୁ ବଦଳି ହୋଇଯାଇଥିଲେ ମଧ୍ୟ ଏଠାରେ ପୂର୍ବରୁ ଥିବା କ୍ୱାର୍ଟର୍ସରେ ରହୁଥିଲେ। ତାଙ୍କର ଗୋଟିଏ ପୁଅ ଏବଂ ଗୋଟିଏ ଝିଅ ଅନ୍ତି। ଗତ କିଛିମାସ ହେବ ସ୍ବାମୀ ଓ ସ୍ତ୍ରୀଙ୍କ ମଧ୍ୟରେ କୌଣସି କାରଣକୁ ନେଇ ସବୁବେଳେ ଝଗଡ଼ା ହେଉଥିଲା। ଗୁରୁବାର ସାରଥୀ ଛୁଟି ନେଇ ଘରକୁ ଆସିଥିବା ବେଳେ ରାତି ୯ଟାରେ ପୁଣି ସ୍ତ୍ରୀଙ୍କ ସହ ଭୀଷଣ ଝଗଡ଼ା ହୋଇଥିଲା। ସ୍ତ୍ରୀ ଓ ପିଲାମାନେ ଗୋଟିଏ ରୁମ୍‌ରେ ଏବଂ ଅନ୍ୟ ରୁମ୍‌ରେ ସାରଥୀ ଶୋଇଥିଲେ। ପରିବାର ଲୋକ ଗୋଟିଏ ରୁମ୍‌ରେ ଶୋଇଥିବା ବେଳେ ଅନ୍ୟ ଏକ ରୁମ୍‌ରେ ସାରଥି ଶୋଇଥିଲେ। ଶୁକ୍ରବାର ସକାଳେ ବିଳମ୍ବିତ ସମୟ ପର୍ଯ୍ୟନ୍ତ ସାରଥୀ ଶୋଇ ରହିଥିବା ଦେଖିବ ପୁଅ ଡାକିଥିଲେ ମଧ୍ୟ ସେ କବାଟ ଖୋଲି ନ ଥିଲେ। ପରିବାର ଲୋକେ ସନ୍ଦେହ କରି ଥାନାକୁ ଖବର ଦେଇଥିଲେ। ପୋଲିସ ପହଞ୍ଚତ୍ ତାଲା ତାଡ଼ି କବାଟ ଖୋଲିବା ପରେ ସାରଥୀଙ୍କ ମୃତଦେହ ଫ୍ୟାନ୍‌ରେ ଝୁଲୁଥିବା ଦେଖିବାକୁ ପାଇଥିଲେ। ପୋଲିସ ପରିବାର ଲୋକଙ୍କ ଉପସ୍ଥିତିରେ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ କ୍ୟାପିଟାଲ ହସ୍ପିଟାଲ ପଠାଇଥିଲା। ବଡ଼ କଥା ହେଲା ସ୍ବାମୀଙ୍କ ମୃତ୍ୟୁ ପରେ ସ୍ତ୍ରୀ ହଠାତ୍‌ ତାଙ୍କ ଫଟୋକୁ ସୋସିଆଲ ମିଡିଆ ଆକାଉଣ୍ଟରେ ଷ୍ଟାଟସ୍‌ ରଖିବାକୁ ନେଇ ଚର୍ଚ୍ଚା ଚାଲିଛି। ଏହାକୁ ନେଇ ସାରଥୀଙ୍କ ଭାଇ ଏବଂ ସମ୍ପର୍କୀୟମାନେ ପ୍ରଶ୍ନ ଉଠାଇଛନ୍ତି। ସାରଥୀଙ୍କ ମୃତ୍ୟୁର ଠିକ୍‌ ତଦନ୍ତ କରାଗଲେ ସତ ପଦାକୁ ଆସିବ ବୋଲି ସେମାନେ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri