ବଳାତ୍କାରୀଙ୍କୁ ୧୦ ବର୍ଷ କାରାଦଣ୍ଡ, ପୀଡ଼ିତାଙ୍କୁ ଦେବେ ୪ ଲକ୍ଷ ଟଙ୍କା

କେନ୍ଦୁଝର,୧୪ା୧୨(ସ୍ବ.ପ୍ର.): ଜଣେ ବଳାତ୍କାରୀଙ୍କୁ ବୁଧବାର କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟ ସ୍ବତନ୍ତ୍ର ବିଚାରପତି ମାନସ କୁମାର ମିଶ୍ର ୧୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହିତ ୭ ହଜାର ୫ଶହ ଟଙ୍କା ଜରିମାନା ଆଦେଶ କରିଛନ୍ତି। ଜରିମାନା ଅନାଦେୟ ହେଲେ ଅଧିକ ୬ ମାସ ଜେଲ ଦଣ୍ଡ ଭୋଗିବାକୁ ପଡ଼ିବ।

ସୂଚନାନୁଯାୟୀ, ବାମେବାରୀ ଥାନା କୁଟୁଗାଁ ଅଞ୍ଚଳର ଜଣେ ଯୁବତୀ ୨୦୨୦ ଜାନୁୟାରୀ ୨୯ରେ ଝୁମ୍ପୁରା ହାଟକୁ ଆସିଥିଲେ। ଅପରାହ୍ନରେ ଫେରିବା ବେଳେ ସିଲିସୁଆଁ ନାଳ ନିକଟରେ ତାଙ୍କୁ ଶୋଷ ହୋଇଥିଲା।ତେଣୁ ସେ ପାଣି ପିଇବା ପାଇଁ ନାଳକୁ ଯାଉଥିଲେ। ଏହି ସମୟରେ ସଦର ଥାନା ସିଲିସୁଆଁ ଗ୍ରାମର ଅଷାଢୁ ନାଏକ(୫୨) ଯୁବତୀଙ୍କୁ ଏକାକୀ ପାଇ ଟେକି ନେଇ ବଳତ୍କାର କରିଥିଲେ। ବଳାତ୍କାର ସମୟରେ ୨ ଜଣ ଲୋକ ସେଠାରେ ପହଞ୍ଚି ଯୁବତୀଙ୍କୁ ଉଦ୍ଧାର କରିଥିଲେ। ଘଟଣା ସମ୍ପର୍କରେ ଯୁବତୀ ଜଣକ ତାଙ୍କ ଘରେ କହିବାରୁ ପରିବାର ଲୋକ ସଦର ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ପୁଲିସ ଏକ ମାମଲା ରୁଜୁ କରିଥିଲା। ସଦର ଥାନା କେସ୍‌ ନଂ ୪୧/୨୦୨୦ ରୁଜୁ କରିଥିଲା। ପୋଲିସ ଅଷାଢୁକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏହି କେସ୍‌ରେ କୋର୍ଟ ୧୨ ଜଣ ସାକ୍ଷୀଙ୍କ ବୟାନ ଶୁଣିବା ପରେ ବୁଧବାର ଅଷାଢୁଙ୍କୁ୧୦ ବର୍ଷ ସଶ୍ରମ କାରାଦଣ୍ଡ ସହିତ ୭ ହଜାର ୫ଶହ ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଧିକ ୬ ମାସ ଜେଲ ଦଣ୍ଡ ଭୋଗିବାକୁ ପଡ଼ିବ। ପୀଡିତାଙ୍କୁ ୪ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହି କେସ୍‌କୁ ସରକାରଙ୍କ ପକ୍ଷରୁ ସ୍ପେଶାଲ ପିପି ଜ୍ଞାନେନ୍ଦ୍ର ନାଥ ଜେନା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ପାଟପୁର ଥାନା ପକ୍ଷରୁ ନିଆରା ପ୍ରୟାସ, ନିଶା ଦ୍ରବ୍ୟ ସେବନ ବିରୋଧରେ ନେଲେ ଶପଥ 

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ବୁଧବାର ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୁଲ୍ୟରେ ସଚେତନତା ସଭା…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri