ଭାଜପାରେ ମିଶିଲେ ଜୟପୁର ବ୍ଲକ ଅଧ୍ୟକ୍ଷା

ଭୁବନେଶ୍ୱର, ୧୭ା୧୨(ସୁନିତ୍‌ ମିଶ୍ର):ଭାଜପା ସରକାର ଉପରେ ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇବାରେ ଲାଗିଛି ବୋଲି ଦଳର ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି। ସୋମବାର ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ କହିଛନ୍ତି, ପ୍ରତିଦିନ ଦଳର ସାଙ୍ଗଠନିକ ଶକ୍ତି ବୃଦ୍ଧି ପାଇବାରେ ଲାଗିଛି। ବିଜେଡି ଓ କଂଗ୍ରେସ ଉପରୁ ଆସ୍ଥା ହରାଇ କୋରାପୁଟ, କଟକ ଓ ଯାଜପୁର ଜିଲାର ବ୍ଲକ ଅଧ୍ୟକ୍ଷା, ଜିଲା ବିଜେଡି ଉପସଭାପତିଙ୍କ ସମେତ ବହୁ ସରପଞ୍ଚ ଓ ସ୍ପେଶାଲ ଡେଭଲପମେଣ୍ଟ କାଉନ୍‌ସିଲ (ଏସ୍‌ଡିସି) ସଦସ୍ୟ ଭାଜପାରେ ସାମିଲ ହୋଇଛନ୍ତି। ଏହି ପରିପ୍ରେକ୍ଷୀରେ କୋରାପୁଟର ଜୟପୁର ବ୍ଲକ ଅଧ୍ୟକ୍ଷା ତିଳୋତ୍ତମା ମୁଦୁଲିଙ୍କ ନେତୃତ୍ୱରେ ୧୩ ଜଣ ସରପଞ୍ଚ, ୧୪ ସମିତି ସଭ୍ୟ ଓ ୧୧ ଜଣ ଏସ୍‌ଡିସି ସଦସ୍ୟ ଭାଜପାରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି।
କଟକ ଜିଲା ବିଜେଡି ଉପସଭାପତି ତଥା ପୂର୍ବତନ ସରପଞ୍ଚ, ସମିତି ସଭ୍ୟ, ଆତ୍ମା କମିଟି ଅଧ୍ୟକ୍ଷ ଆଦିତ୍ୟ ପାଣିଙ୍କ ନେତୃତ୍ୱରେ ସରପଞ୍ଚ ପ୍ରତିମା ମଲିକ, ୱାର୍ଡ ସଭ୍ୟ ପ୍ରଫୁଲ୍ଲ କୁମାର ସାହୁ, ପ୍ରଶାନ୍ତ ସାହୁ, ଗୋବିନ୍ଦ ଚନ୍ଦ୍ର ବେହେରା, ରୀନା ସ୍ବାଇଁଙ୍କ ସମେତ ୫୦ରୁ ଊର୍ଦ୍ଧ୍ୱ କର୍ମକର୍ତ୍ତା ଭାଜପାରେ ଯୋଗଦେଇଛନ୍ତି। ସେହିପରି ଯାଜପୁର ଜିଲାର ଚିଟାଳୋ ପଞ୍ଚାୟତର ପୂର୍ବତନ ସରପଞ୍ଚ ଦିଲୀପ ମହାନ୍ତି, ପୂର୍ବତନ ପଞ୍ଚାୟତ ସମିତି ସଭ୍ୟ ନିରୁପମା ସେଠୀଙ୍କ ସମେତ ଶତାଧିକ ବିଜେଡି ଓ କଂଗ୍ରେସ କର୍ମୀ ଭାଜପାରେ ସାମିଲ ହୋଇଛନ୍ତି। ସମସ୍ତ ନୂତନ କର୍ମକର୍ତ୍ତାଙ୍କୁ ମନମୋହନ ସାମଲ ଦଳୀୟ ଟୋପି ଓ ଉତ୍ତରୀୟ ପ୍ରଦାନ କରି ସ୍ବାଗତ କରିଛନ୍ତି। ଏହି ମିଶ୍ରଣ ପର୍ବରେ ନିଆଳି ବିଧାୟକ ଛବି ମଲିକ, ପୂର୍ବତନ ବିରୋଧୀ ଦଳନେତା ପ୍ରଦୀପ୍ତ ନାୟକ, ରାଜ୍ୟ ଉପସଭାପତି ବିରଞ୍ଚି ନାରାୟଣ ତ୍ରିପାଠୀ, ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରତ ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri