ଭାଜପାରେ ମିଶିଲେ ଜୟପୁର ବ୍ଲକ ଅଧ୍ୟକ୍ଷା

ଭୁବନେଶ୍ୱର, ୧୭ା୧୨(ସୁନିତ୍‌ ମିଶ୍ର):ଭାଜପା ସରକାର ଉପରେ ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇବାରେ ଲାଗିଛି ବୋଲି ଦଳର ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି। ସୋମବାର ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ କହିଛନ୍ତି, ପ୍ରତିଦିନ ଦଳର ସାଙ୍ଗଠନିକ ଶକ୍ତି ବୃଦ୍ଧି ପାଇବାରେ ଲାଗିଛି। ବିଜେଡି ଓ କଂଗ୍ରେସ ଉପରୁ ଆସ୍ଥା ହରାଇ କୋରାପୁଟ, କଟକ ଓ ଯାଜପୁର ଜିଲାର ବ୍ଲକ ଅଧ୍ୟକ୍ଷା, ଜିଲା ବିଜେଡି ଉପସଭାପତିଙ୍କ ସମେତ ବହୁ ସରପଞ୍ଚ ଓ ସ୍ପେଶାଲ ଡେଭଲପମେଣ୍ଟ କାଉନ୍‌ସିଲ (ଏସ୍‌ଡିସି) ସଦସ୍ୟ ଭାଜପାରେ ସାମିଲ ହୋଇଛନ୍ତି। ଏହି ପରିପ୍ରେକ୍ଷୀରେ କୋରାପୁଟର ଜୟପୁର ବ୍ଲକ ଅଧ୍ୟକ୍ଷା ତିଳୋତ୍ତମା ମୁଦୁଲିଙ୍କ ନେତୃତ୍ୱରେ ୧୩ ଜଣ ସରପଞ୍ଚ, ୧୪ ସମିତି ସଭ୍ୟ ଓ ୧୧ ଜଣ ଏସ୍‌ଡିସି ସଦସ୍ୟ ଭାଜପାରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି।
କଟକ ଜିଲା ବିଜେଡି ଉପସଭାପତି ତଥା ପୂର୍ବତନ ସରପଞ୍ଚ, ସମିତି ସଭ୍ୟ, ଆତ୍ମା କମିଟି ଅଧ୍ୟକ୍ଷ ଆଦିତ୍ୟ ପାଣିଙ୍କ ନେତୃତ୍ୱରେ ସରପଞ୍ଚ ପ୍ରତିମା ମଲିକ, ୱାର୍ଡ ସଭ୍ୟ ପ୍ରଫୁଲ୍ଲ କୁମାର ସାହୁ, ପ୍ରଶାନ୍ତ ସାହୁ, ଗୋବିନ୍ଦ ଚନ୍ଦ୍ର ବେହେରା, ରୀନା ସ୍ବାଇଁଙ୍କ ସମେତ ୫୦ରୁ ଊର୍ଦ୍ଧ୍ୱ କର୍ମକର୍ତ୍ତା ଭାଜପାରେ ଯୋଗଦେଇଛନ୍ତି। ସେହିପରି ଯାଜପୁର ଜିଲାର ଚିଟାଳୋ ପଞ୍ଚାୟତର ପୂର୍ବତନ ସରପଞ୍ଚ ଦିଲୀପ ମହାନ୍ତି, ପୂର୍ବତନ ପଞ୍ଚାୟତ ସମିତି ସଭ୍ୟ ନିରୁପମା ସେଠୀଙ୍କ ସମେତ ଶତାଧିକ ବିଜେଡି ଓ କଂଗ୍ରେସ କର୍ମୀ ଭାଜପାରେ ସାମିଲ ହୋଇଛନ୍ତି। ସମସ୍ତ ନୂତନ କର୍ମକର୍ତ୍ତାଙ୍କୁ ମନମୋହନ ସାମଲ ଦଳୀୟ ଟୋପି ଓ ଉତ୍ତରୀୟ ପ୍ରଦାନ କରି ସ୍ବାଗତ କରିଛନ୍ତି। ଏହି ମିଶ୍ରଣ ପର୍ବରେ ନିଆଳି ବିଧାୟକ ଛବି ମଲିକ, ପୂର୍ବତନ ବିରୋଧୀ ଦଳନେତା ପ୍ରଦୀପ୍ତ ନାୟକ, ରାଜ୍ୟ ଉପସଭାପତି ବିରଞ୍ଚି ନାରାୟଣ ତ୍ରିପାଠୀ, ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରତ ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri