କଂଗ୍ରେସରେ ଯୋଗଦେଲେ ଜୟରାମ ପାଙ୍ଗି

କୋରାପୁଟ,୨ା୧୨(ଅମିତାଭ ବେହେରା): କୋରାପୁଟ ଜିଲାର ବରିଷ୍ଠ ନେତା ତଥା ପୂର୍ବତନ ଏମ୍‌ପି ତଥା ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗି ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶନିବାର କଂଗ୍ରେସରେ ଯୋଗଦେଇଛନ୍ତି। ଗତ ୩ ମାସ ହେଲା ଶ୍ରୀ ପାଙ୍ଗି କଂଗ୍ରେସରେ ଯୋଗଦେବେ ବୋଲି ଆଲୋଚନା ହେଉଥିବା ବେଳେ ଆଜି ସେ ବିଧିବଦ୍ଧ ଭାବେ ଦଳରେ ଯୋଗଦେଇଛନ୍ତି। ଭୁବନେଶ୍ୱରଠାରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ରାଜ୍ୟ ପ୍ରଦେଶ ସଭାପତି ଶରତ ପଟ୍ଟନାୟକ ଓ କଂଗ୍ରେସର ବରିଷ୍ଠ ନେତା ବିଜୟ କୁମାର ପଟ୍ଟନାୟକଙ୍କ ଉପସ୍ଥିତିରେ ଶ୍ରୀ ପାଙ୍ଗୀ କଂଗ୍ରେସରେ ଯୋଗ ଦେଇଛନ୍ତି। ଜୟରାମ ଗତ ୪ ଥର ବିଧାୟକ ହୋଇଥିବା ବେଳେ ଥରେ ଲୋକ ସଭାକୁ ନିର୍ବାଚିତ ହୋଇଛନ୍ତି। ସେ ଗତ ୧୯୭୭ରେ ଜନତା ପାର୍ଟି ଟିକେଟ୍‌ରେ ପଟ୍ଟାଙ୍ଗୀ ଆସନରୁ ପ୍ରଥମେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ୧୯୯୦ରେ ସେ ଏହି ଆସନରୁ ବିଜୟୀ ହୋଇଥିଲେ। ସେହିପରି ଗତ ୨୦୦୦ ଏବଂ ୨୦୦୪ରେ ଜୟରାମ ବିଜେଡି ଟିକେଟ୍‌ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ରେ ସେ ବିଜେଡିରୁ କୋରାପୁଟ ଲୋକ ସଭାକୁ ନିର୍ବାଚିତ ହୋଇ ବିଜୁ ପଟ୍ଟନାୟକଙ୍କ ମନ୍ତ୍ରୀ ମଣ୍ଡଳରେ ଅବକାରୀ ମନ୍ତ୍ରୀ ହୋଇଥିଲେ। ୨୦୧୭ରେ ସେ ବିଜେଡି ଛାଡ଼ି ଭାଜପାରେ ଯୋଗ ଦେଇଥିଲେ। ସେହିପରି ଗତ ୨୦୧୯ ସାଧାରଣ ନିର୍ବାଚନରେ ସେ ଭାଜପାରୁ କୋରାପୁଟ ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇ ନିର୍ବାଚନରେ ପରାଜିତ ହୋଇଥିଲେ। କିଛି ମାସ ତଳେ ସେ ଭାଜପା ଛାଡ଼ି ସେ ବିଆର୍‌ଏସ୍‌ରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri