କଂଗ୍ରେସରେ ଯୋଗଦେଲେ ଜୟରାମ ପାଙ୍ଗି

କୋରାପୁଟ,୨ା୧୨(ଅମିତାଭ ବେହେରା): କୋରାପୁଟ ଜିଲାର ବରିଷ୍ଠ ନେତା ତଥା ପୂର୍ବତନ ଏମ୍‌ପି ତଥା ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗି ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶନିବାର କଂଗ୍ରେସରେ ଯୋଗଦେଇଛନ୍ତି। ଗତ ୩ ମାସ ହେଲା ଶ୍ରୀ ପାଙ୍ଗି କଂଗ୍ରେସରେ ଯୋଗଦେବେ ବୋଲି ଆଲୋଚନା ହେଉଥିବା ବେଳେ ଆଜି ସେ ବିଧିବଦ୍ଧ ଭାବେ ଦଳରେ ଯୋଗଦେଇଛନ୍ତି। ଭୁବନେଶ୍ୱରଠାରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ରାଜ୍ୟ ପ୍ରଦେଶ ସଭାପତି ଶରତ ପଟ୍ଟନାୟକ ଓ କଂଗ୍ରେସର ବରିଷ୍ଠ ନେତା ବିଜୟ କୁମାର ପଟ୍ଟନାୟକଙ୍କ ଉପସ୍ଥିତିରେ ଶ୍ରୀ ପାଙ୍ଗୀ କଂଗ୍ରେସରେ ଯୋଗ ଦେଇଛନ୍ତି। ଜୟରାମ ଗତ ୪ ଥର ବିଧାୟକ ହୋଇଥିବା ବେଳେ ଥରେ ଲୋକ ସଭାକୁ ନିର୍ବାଚିତ ହୋଇଛନ୍ତି। ସେ ଗତ ୧୯୭୭ରେ ଜନତା ପାର୍ଟି ଟିକେଟ୍‌ରେ ପଟ୍ଟାଙ୍ଗୀ ଆସନରୁ ପ୍ରଥମେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ୧୯୯୦ରେ ସେ ଏହି ଆସନରୁ ବିଜୟୀ ହୋଇଥିଲେ। ସେହିପରି ଗତ ୨୦୦୦ ଏବଂ ୨୦୦୪ରେ ଜୟରାମ ବିଜେଡି ଟିକେଟ୍‌ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ରେ ସେ ବିଜେଡିରୁ କୋରାପୁଟ ଲୋକ ସଭାକୁ ନିର୍ବାଚିତ ହୋଇ ବିଜୁ ପଟ୍ଟନାୟକଙ୍କ ମନ୍ତ୍ରୀ ମଣ୍ଡଳରେ ଅବକାରୀ ମନ୍ତ୍ରୀ ହୋଇଥିଲେ। ୨୦୧୭ରେ ସେ ବିଜେଡି ଛାଡ଼ି ଭାଜପାରେ ଯୋଗ ଦେଇଥିଲେ। ସେହିପରି ଗତ ୨୦୧୯ ସାଧାରଣ ନିର୍ବାଚନରେ ସେ ଭାଜପାରୁ କୋରାପୁଟ ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇ ନିର୍ବାଚନରେ ପରାଜିତ ହୋଇଥିଲେ। କିଛି ମାସ ତଳେ ସେ ଭାଜପା ଛାଡ଼ି ସେ ବିଆର୍‌ଏସ୍‌ରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?