Posted inଜାତୀୟ

ରାଜୀବ ଗାନ୍ଧୀ ହତ୍ୟା ମାମଲାରେ ସୁପ୍ରିମକୋର୍ଟଙ୍କ ରାୟ ଅଗ୍ରହଣୀୟ: କଂଗ୍ରେସ

ନୂଆଦିଲ୍ଲୀ,୧୧।୧୧: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ହତ୍ୟା ମାମଲାରେ ସୁପ୍ରିମକୋର୍ଟ ବଡ ରାୟ ଦେଇଛନ୍ତି। ଆଜୀବନ କାରାଦଣ୍ଡ ଭୋଗୁଥିବା ନଳୀନି ଶ୍ରୀହରନ୍‌ଙ୍କ ସମେତ ୬ଜଣ ଦୋଷୀଙ୍କୁ ପୂର୍ଣ୍ଣ ସମୟସୀମା ଆଗରୁ ମୁକ୍ତ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟଙ୍କ ଏହି ରାୟକୁ ନେଇ କଂଗ୍ରେସ ଅସନ୍ତୋଷ ପ୍ରକାଶ କରିଛି।

ରାୟକୁ ନେଇ ପ୍ରତିକ୍ରିୟା ରଖି କଂଗ୍ରେସର ବରିଷ୍ଠ ନେତା ଜୟରାମ ରମେଶ କହିଛନ୍ତି, ନ୍ୟାୟାଳୟଙ୍କ ଏହି ନିଷ୍ପତ୍ତି ଅଗ୍ରହଣୀୟ ଏବଂ ସମ୍ପୂର୍ଣ୍ଣ ଭାବେ ଭୁଲ ଅଟେ। ଏହି ନିଷ୍ପତ୍ତିକୁ ଦଳ ସମାଲୋଚନା କରୁଛି। ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଯେ ସର୍ବୋଚ୍ଚ ନ୍ୟାୟାଳୟ ଦେଶର ଭାବନା ଅନୂରୂପ ଏହି ରାୟ ଦେଇନାହାନ୍ତି।

କହିରଖୁଛୁ, ୧୯୯୧ ମେ’ରେ ରାଜୀବ ଗାନ୍ଧୀଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାରେ ପେରିଆଭାଲାନଙ୍କ ସମେତ ୬ଜଣ ଦୋଷୀ ସାବ୍ୟସ୍ତ ହୋଇଥିଲେ। ପେରିଆଭାଲାନଙ୍କୁ ପ୍ରଥମେ ଟାଡା କୋର୍ଟ ଏବଂ ପରେ ସୁପ୍ରିମକୋର୍ଟ ମୃତ୍ୟୁଦଣ୍ଡ ଦେଇଥିଲେ। କିନ୍ତୁ ଦୟା ଆବେଦନ କରାଯିବା ପରେ ସେ ଫାଶି ଦଣ୍ଡାଦେଶରୁ ରକ୍ଷା ପାଇଥିଲେ। ପରେ ତାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri