Posted inଜାତୀୟ

ମୋଦିଙ୍କୁ ଟାର୍ଗେଟ କଲେ ଜୟରାମ ରମେଶ, କହିଲେ ଜଣେ ଅହଂକାରୀ ବ୍ୟକ୍ତିଙ୍କ ଯୋଗୁ…

ନୂଆଦିଲ୍ଲୀ,୨୫।୫: କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଜୟରାମ ରମେଶ ନୂଆ ସଂସଦ ଭବନ ଉଦଘାଟନକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କ ଉପରେ ଖୁବ ବର୍ଷିଛନ୍ତି। ଜୟରାମ ରମେଶ କହିଛନ୍ତି, ଏହା ଜଣେ ବ୍ୟକ୍ତିଙ୍କ ଅହଂକାର ଓ ଆତ୍ମ ପ୍ରଚାରର ଇଚ୍ଛା ଯାହା ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତିଙ୍କୁ ସମ୍ବିଧାନିକ ବିଶେଷ ଅଧିକାରରୁ ବଞ୍ଚିତ କରୁଛୁ। ସେ ମୋଦିଙ୍କୁ ଟାର୍ଗେଟ କରି କହିଛନ୍ତି ‘ମୋଦି ଦ ଇନଗ୍ରେଟ (ଉଧଘାଟନ)।

ଗୁରୁବାର କଂଗ୍ରେସ ନେତା ଜୟରାମ ରମେଶ ଟୁଇଟ କରି କହିଛନ୍ତି, ‘ଗତକାଲି ଅର୍ଥାତ ବୁଧବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଞ୍ଚିର ଝାଡ଼ଖଣ୍ଡ ହାଇକୋର୍ଟ କମ୍ପ୍ଲେକ୍ସରେ ଦେଶର ସର୍ବ ବୃହତ ନ୍ୟାୟିକ କମ୍ପ୍ଲେକ୍ସର ଉଦଘାଟନ କରିଛନ୍ତି। ଏହା ଜଣେ ବ୍ୟକ୍ତିଙ୍କ ଅହଂକାର ଓ ଆତ୍ମ-ପ୍ରଚାରର ଇଚ୍ଛା ଯାହା ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତିଙ୍କୁ ମେ ୨୮ରେ ନୂଆଦିଲ୍ଲୀରେ ନୂଆ ସଂସଦ ଭବନ ଉଦଘାଟନ କରିବାର ସାମ୍ବିଧାନିକ ବିଶେଷ ଅଧିକାରରୁ ବଞ୍ଚିତ କରିଛି।
ଦେଶରେ ମହାନ ଆଖ୍ୟା ପାଇଥିବା ଦୁଇ ଶାସକଙ୍କ ସହ ତୁଳନା କରି ରମେଶ ଲେଖିଥିଲେ, ଅଶୋକ ଦି ଗ୍ରେଟ, ଆକବର ଦି ଗ୍ରେଟ ଏବଂ ମୋଦି ଇନଗ୍ରେଟ ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri