Posted inଜାତୀୟ

ଚିତାସହ ଫଟୋ ଶେୟାର କଲେ କଂଗ୍ରେସ ନେତା, କହିଲେ ଧ୍ୟାନ ହଟାଇବାକୁ ତମାସା କରୁଛନ୍ତି ମୋଦି

ନୂଆଦିଲ୍ଲୀ,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନରେ ଅର୍ଥାତ୍ ୧୭ ସେପ୍ଟେମ୍ବରରେ ଦେଶକୁ ଏକ ବଡ ଉପହାର ଦେଇଛନ୍ତି । ମୋଦି ମଧ୍ୟ ପ୍ରଦେଶର କୁନୋ ନ୍ୟାସନାଲ ପାର୍କରେ ନାମିବିୟାରୁ ଆସିଥିବା ଚିତାଙ୍କୁ ଶନିବାର ଛାଡି ଦେଇଛନ୍ତି । ମୋଦି ଏହାକୁ ନେଇ କହିଛନ୍ତି, ଯେତେବେଳେ ସମୟ ଚକ୍ର ଆମ ଅତିତକୁ ସୁଧାରି ନୂଆ ଭବିଷ୍ୟତ ନିର୍ମାଣର ସୁଯୋଗ ଦେଇଥାଏ, ଆଜି ଆମ ସାମ୍ନାରେ ଏମିତି ଏକ ମୁହୂର୍ତ୍ତ ଉପସ୍ଥିତ ହୋଇଛି । ଦଶକ ପୂର୍ବରୁ ଜୈବ ବିବିଧତାର ଯେଉଁ ଡୋର ଛିଡି ଯାଇଥିଲା ଆଜି ତାକୁ ଯୋଡିବାକୁ ଆମକୁ ସୁଯୋଗ ମିଳିଛି । ଆଜି ଭାରତ ମାଆ କୋଳକୁ ଚିତା ଫେରି ଆସିଛି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ବୋଧନ ପରେ କଂଗ୍ରେସ ପୁଣିଥରେ ମୋଦିଙ୍କୁ ଟାର୍ଗେଟ କରିଛି । କଂଗ୍ରେସ ମହାସଚିବ ଜୟରାମ ରମେଶ ଟୁଇଟ କରି କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଶାସନରେ ନିରନ୍ତରତାକୁ କ୍ୱଚିତ ଗ୍ରହଣ କରନ୍ତି । ଚିତା ପ୍ରକଳ୍ପ ପାଇଁ ୨୫.୦୪.୨୦୧୦ରେ ମୋର କେପଟାଉନ ଗସ୍ତ ବିଷୟରେ ଉଲ୍ଲେଖ ନ କରିବା ଏହାର ସଦ୍ୟତମ ଉଦାହରଣ । ଜାତୀୟ ସମସ୍ୟାକୁ ଦବାଇ ଦେବାକୁ ପ୍ରଧାନମନ୍ତ୍ରୀ ତମାସା କରୁଛନ୍ତି । ଏହାସହ ଭାରତ ଯୋଡୋ ଯାତ୍ରାରୁ ଧ୍ୟାନ ହଟାଇବାକୁ ପ୍ରୟାସ କରୁଛନ୍ତି ବୋଲି ରମେଶ ଅଭିଯୋଗ ଆଣିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri